• About Us
  • Contact Us
Sunday, June 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୧୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ

by Voice of Victims
June 28, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
୧୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ

ପୁରୀ: ୧୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ । ଗତକାଲି ରାତି ୧୦ଟା ୩୦ରୁ ଆଜି ଦିନ ୧ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା । ଏହା ପୂର୍ବରୁ ଶ୍ରୀମନ୍ଦିରରେ ବିଶେଷ ନୀତିମାନ ଅନୁଷ୍ଠିତ ହେବ । ପୂର୍ବ ପ୍ରସ୍ତୁତି ପାଇଁ ସାଢ଼େ ୧୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରଖାଯାଇଛି । ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ଅନୁମୋଦିତ କାର୍ଯ୍ୟସୂଚୀକୁ ନେଇ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଆୟୋଜିତ ବୈଠକରେ ସମସ୍ତ ବ୍ୟବସ୍ଥା ଚୂଡ଼ାନ୍ତ ହୋଇଛି । ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ସ୍ନାନ ମଣ୍ଡପ ସମ୍ମୁଖରେ ସ୍ୱତନ୍ତ୍ର ରାମ୍ପ ନିର୍ମାଣ କରାଯାଇଛି ।

ଭକ୍ତମାନେ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବା ସହ ସ୍ନାନ ମଣ୍ଡପରେ ଦର୍ଶନ ସାରି ଅନ୍ୟ ତିନି ଦ୍ୱାର ଦେଇ ପ୍ରସ୍ଥାନ କରିବାକୁ ବ୍ୟବସ୍ଥା କରାଯାଇଛି । ସେହିପରି ଟିକେଟଧାରୀ ଶ୍ରଦ୍ଧାଳୁମାନେ କେବଳ ଦକ୍ଷିଣ ଦ୍ୱାର ଦେଇ ପ୍ରବେଶ କରିପାରିବେ। କେନ୍ଦ୍ରାଞ୍ଚଳ ଆଇଜି ଓ ପୁରୀ ଏସପି ଶ୍ରୀମନ୍ଦିର ଭିତର ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି । ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ୭୯ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଆଜିଠାରୁ ଶ୍ରୀମନ୍ଦିର ବାହାରେ ବ୍ୟାପକ ପୋଲିସ ମୁତୟନ ହେବାସହ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଫୋକସ୍ କରିଛି ପୋଲିସ ପ୍ରଶାସନ ।

Post Views: 35
Share199Tweet124Send
Voice of Victims

Voice of Victims

Recent Posts

  • ପତଞ୍ଜଳି ପକ୍ଷରୁ ଭୂକମ୍ପରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ସାମୁହିକ ଯଜ୍ଞ
  • ଏସୀୟ କ୍ରୀଡ଼ାରେ ଖେଳିବେ ନୀରଜ
  • ଜାପାନରେ ଭୂକମ୍ପ ଝଟକା, ତୀବ୍ରତା ୬.୧
  • ୩ ପର୍ଯ୍ୟନ୍ତ ପ୍ରବଳ ବର୍ଷା
  • ୧୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In