• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଖୋଲିବ ଆଉ ୧୮ ଡିଗ୍ରୀ କଲେଜ

by Voice of Victims
February 18, 2024
in ମୁଖ୍ୟ ଖବର, ରାଜ୍ୟ
ଖୋଲିବ ଆଉ ୧୮ ଡିଗ୍ରୀ କଲେଜ

ଭୁବନେଶ୍ବର: ରାଜ୍ୟରେ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ ଖୋଲିବ । ଚଳିତ ଶିକ୍ଷାବର୍ଷଠାରୁ କାର୍ୟ୍ୟକ୍ଷମ ହେବ ଏସବୁ କଲେଜ ।  ୫-ଟି  ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ ସମୟରେ ନିଜ ଅଞ୍ଚଳରେ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ଲୋକମାନେ ଅନୁରୋଧ  କରିଥିଲେ।  ଯାହାକୁ ଭିତ୍ତି କରି ୧୮ଟି ବ୍ଲକରେ ସରକାରୀ ଡିଗ୍ରୀ କଲେଜ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।  ସେହିପରି ଆସନ୍ତା ସପ୍ତାହରେ  ୧ ହଜାର ୫୬ ଜଣ ଅଧ୍ୟାପକଙ୍କୁ ଷ୍ଟାଫ୍ ସିଲେକ୍ସନ ବୋର୍ଡ ଜରିଆରେ ନିଯୁକ୍ତି ଦିଆଯିବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ଏହି ସୂଚନା ଦେଇଛନ୍ତି। ୨ ହଜାର ମସିହାରେ ଓଡ଼ିଶାର ୫୪୮ଟି ଡିଗ୍ରୀ କଲେଜ ଥିଲା।  ଏବେ ୧ ହଜାର ୪୦ରେ ପହଞ୍ଚିଛି। ବିଶ୍ବବିଦ୍ୟାଳୟ ସଂଖ୍ୟା ୫ରୁ ବୃଦ୍ଧି ପାଇ ୨୪ରେ ପହଞ୍ଚିଛି। ଯେଉଁଥିରେ ୧୭ଟି ସରକାରୀ ଓ ୭ଟି ବେସରକାରୀ ବିଶ୍ବବିଦ୍ୟାଳୟ ଅଛନ୍ତି । କିଛି ଦିନ ପୂର୍ବରୁ ପୁରୀର ସତ୍ୟବାଦୀରେ ଓଡ଼ିଆ ବିଶ୍ବବିଦ୍ୟାଳୟ ସ୍ଥାପନ ହୋଇଛି। ରାଜ୍ୟରେ ୨୧ଟି ଫଣ୍ଡାମେଣ୍ଟାଲ ରିସର୍ଚ୍ଚ ସେଣ୍ଟର ଅଫ୍ ଏକ୍ସଲେନ୍ସ ମଧ୍ୟ ଖୋଲିଛି। କଲେଜଗୁଡ଼ିକର ସ୍ଥାୟୀ ଭିତ୍ତଭୂମି ତିଆରି ହୋଇଥିବାରୁ ଛାତ୍ରଛାତ୍ରୀ ସ୍ମାର୍ଟ କ୍ଲାସରୁମ ଓ ଲାବରେଟୋରି ସୁବିଧା ପାଇପାରିବେ। କଲେଜଗୁଡ଼ିକରେ ଖାଲିଥିବା ପଦବି ପୂରଣ ଲାଗି ଅଧ୍ୟାପକଙ୍କ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ୨୦୨୨-୨୩ ଶିକ୍ଷାବର୍ଷରେ ୪୬୭ ଜଣ ନିଯୁକ୍ତି ପାଇଥିବା ବେଳେ ୨୦୨୩-୨୪ରେ ୧  ହଜାର ୩୩ ଜଣ ମନୋନୀତ ହୋଇଛନ୍ତି। ଲାପଟପ ଯୋଜନା ଦ୍ବାରା ଯୋଗ୍ୟ ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ସିଧାସଳଖ ୩୦ ହଜାର ଟଙ୍କା ପଠା ଯାଉଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ  ସୂଚନା ଦେଇଛନ୍ତି।  ।

Post Views: 32
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In