• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ: ୯ରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି

by Voice of Victims
December 10, 2024
in ମୁଖ୍ୟ ଖବର, ରାଜ୍ୟ
ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ: ୯ରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ତିନିଦିନ ଧରି ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ଭୁବନେଶ୍ୱରକୁ ଆକର୍ଷଣୀୟ ରୂପ ଦେବାକୁ ପ୍ରସ୍ତୁତି ଚାଲିଛି। କାର୍ଯ୍ୟକ୍ରମକୁ ଅତ୍ୟନ୍ତ ସଫଳ କରିବା ନିମନ୍ତେ ରାଜ୍ୟ ସରକାର ଜୋରସୋର ପ୍ରସ୍ତୁତି ଚଳାଇଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୦୩ରୁ ଆରମ୍ଭ ହୋଇଥିବା ଏହି ପ୍ରବାସୀ ଭାରତୀୟ ଦିବସ ପ୍ରଥମ ଥର ପାଇଁ ଓଡ଼ିଶାରେ ଅନୁଷ୍ଠିତ ହେଉଛି। ବିଶ୍ବ ଦରବାରରେ ଓଡ଼ିଶାକୁ ପ୍ରତିଷ୍ଠିତ କରିବା ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମ ଉପରେ ଅତ୍ୟନ୍ତ ଗୁରୁତ୍ୱାରୋପ କରୁଛନ୍ତି। ଏହାକୁ ଅତ୍ୟନ୍ତ ତ୍ରୁଟିଶୂନ୍ୟ ଭାବେ ଆୟୋଜିତ କରି ବିଶ୍ୱରେ ଓଡ଼ିଶାର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ବିଶେଷକରି ସହରର ସ୍ବଚ୍ଛତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି। ଭୁବନେଶ୍ବରର ସ୍ବଚ୍ଛତା ଅନ୍ତର୍ଜାତୀୟସ୍ତରର ହେବା ଆବଶ୍ୟକ ବୋଲି ସେ କହିଛନ୍ତି। ଏଥିପାଇଁ ଭୁବନେଶ୍ବରରେ ସ୍ବତନ୍ତ୍ର ସ୍ବଚ୍ଛତା ଅଭିଯାନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏହା ସହିତ ଏହି ଉତ୍ସବ ସହିତ ସ୍ଥାନୀୟ ଲୋକଙ୍କୁ ସଂଶ୍ଲିଷ୍ଟ କରିବା ପାଇଁ ମଧ୍ୟ ସେ କହିଛନ୍ତି। ସମୀକ୍ଷାରୁ ଜଣାଯାଇଛି, ପ୍ରଥମ ଦିନ ଜାନୁଆରୀ ୮ରେ ବୈଦେଶିକ ବ୍ୟାପାର ମନ୍ତ୍ରୀ, ଦ୍ବିତୀୟ ଦିନ ଜାନୁଆରୀ ୯ରେ ପ୍ରଧାନମନ୍ତ୍ରୀ ଓ ଶେଷ ଦିନ ଜାନୁଆରୀ ୧୦ରେ ରାଷ୍ଟ୍ରପତି ଏଥିରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମରେ ଓଡ଼ିଶାର ଐତିହାସିକ ଗୌରବ, କଳା, ଭାସ୍କର୍ଯ୍ୟ, ସଙ୍ଗୀତ, ନୃତ୍ୟ, ଆଦିବାସୀ ସଂସ୍କୃତି, ଭାଷା, ସାହିତ୍ୟ, ପର୍ଯ୍ୟଟନ ଆଦି ବିଭିନ୍ନ ବିଷୟ ଡିଜିଟାଲ ଓ ଅନ୍ୟାନ୍ୟ ମାଧ୍ୟମରେ ଉପସ୍ଥାପନ କରାଯିବ। ୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ଓଡ଼ିଶାର ଭିଜନକୁ ମଧ୍ୟ ପ୍ରଦର୍ଶନ କରାଯିବ। ଏହି କାର୍ଯ୍ୟକ୍ରମ ପାଇଁ ଭୁବନେଶ୍ବରର ସମସ୍ତ ରାସ୍ତା ନବୀକରଣ, ଆଲୋକୀକରଣ, ଆକର୍ଷଣୀୟ ସାଜସଜ୍ଜା ସହିତ ଅତିଥିମାନଙ୍କ ପାଇଁ ହୋଟେଲ ବୁକିଂ ଆଦି ଜାରି ରହିଛି। ପର୍ଯ୍ୟଟନ ସ୍ଥାନଗୁଡ଼ିକର ସୌନ୍ଦର୍ଯ୍ୟକରଣ କରାଯାଉଛି। ଭୁବନେଶ୍ବର, ପୁରୀ, କୋଣାର୍କ, ଯାଜପୁର ଆଦି ବିଭିନ୍ନ ସହରରେ ୨୮ଟି ପର୍ଯ୍ୟଟନସ୍ଥଳୀକୁ ଅତିଥିମାନଙ୍କୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରାୟ ୭୫୦୦ ଡେଲିଗେଟ୍‌ ଯୋଗଦେବା ସମ୍ଭାବନା ରହିଛି। ଅତିଥିମାନଙ୍କ ପାଇଁ ୩୭୦୦ରୁ ଅଧିକ ରୁମ୍‌ ବୁକିଂ କରାଯାଇଥିବାବେଳେ, କେତେକ ସ୍ଥାନରେ ହୋମ୍‌ ଷ୍ଟେ’ର ବ୍ୟବସ୍ଥା ମଧ୍ୟ କରାଯାଇଛି। କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଗଠିତ ହୋଇଥିବା ବିଭିନ୍ନ କମିଟି ନିୟମିତ ବୈଠକ କରି ପ୍ରସ୍ତୁତିକୁ ତ୍ୱରାନ୍ବିତ କରୁଛନ୍ତି। ସମୀକ୍ଷା ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା, ନଗର ଉନ୍ନୟନ ଓ ଗୃହ ନିର୍ମାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ. ବି. ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ ପ୍ରବାସୀ ଭାରତୀୟ ଦିବସ ପାଇଁ ସୋମବାର ଜନତା ମୈଦାନ ଭୂମିପୂଜନ ହୋଇଛି।

Post Views: 34
Tags: 18th Immigrant Indian Day: PM to come to Bhubaneswar on 9th
Share198Tweet124Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In