• About Us
  • Contact Us
Monday, March 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୨୩୧ ଜୀବନ ନେଇଛି ବିଷାକ୍ତ ମଦ

by Voice of Victims
August 31, 2024
in ମୁଖ୍ୟ ଖବର, ରାଜ୍ୟ
୨୩୧ ଜୀବନ ନେଇଛି ବିଷାକ୍ତ ମଦ

ଭୁବନେଶ୍ୱର: ରାଜ୍ୟରେ ବିଷାକ୍ତ ମଦ ମୋଟ ୨୩୧ ଜଣଙ୍କ ଜୀବନ ନେଇଛି । ବିଧାନସଭାରେ ଆଜି ଏହି ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ୧୯୯୨ ମସିହା ଠାରୁ ଏଯାବତ ବିଷାକ୍ତ ମଦ ପିଇ ୨୩୧ ଜଣଙ୍କ ମୃତ୍ୟୁ ହୋଇଛି ।  ତାଙ୍କ ସୂଚନା ଅନୁଯାୟୀ ୧୯୯୨ ମସିହାରେ କଟକରେ ସର୍ବାଧିକ ୧୩୪ଜଣଙ୍କ ମୃତ୍ୟୁ ହୋଇଥିଲା । ୨୦୧୨ ମସିହାରେ ଭୁବନେଶ୍ୱର ଉପକଣ୍ଠ ଟୁକୁଲିପଡ଼ାରେ ୪୧ଜଣଙ୍କ ମୃତ୍ୟୁ ହୋଇଥିଲା । ସେହିପରି ୨୦୦୧ରେ ପୁରୀରେ ୨୦ ଜଣ ଓ ୨୦୦୬ରେ ଗଞ୍ଜାମରେ ୧୯ ଜଣଙ୍କ ମୃତ୍ୟୁ ହୋଇଥିଲା । ସେହିପରି ୨୦୧୯ ନିର୍ବାଚନବେଳେ ଭଦ୍ରକ ଜିଲ୍ଲା ତିହିଡ଼ି ଅଞ୍ଚଳରେ ୭ ଜଣଙ୍କ ମୃତ୍ୟୁ ହୋଇଛି ।  ଗ୍ରାମାଞ୍ଚଳରେ ୪୩୩ଟି ଦେଶୀଭାଟି ରହିଥିବାବେଳେ ୨୨୭କୋଟିର ରାଜସ୍ୱ ଆଦାୟ ହୋଇଛି । ପାଉଚ ଉତ୍ପାଦନ ପାଇଁ ୪୯୦ ଭଦଭାଟିକୁ ଲାଇସେନ୍ସ ଦିଆଯାଇଛି ।  ୨୦୨୩-୨୪ ଆର୍ଥିକ ବର୍ଷରେ ୨୩ କୋଟି ଲିଟର ମହୁଲି ମଦ ପ୍ରସ୍ତୁତ କରାଯାଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ବିଧାନସଭା ଶୂନ୍ୟକାଳରେ ଉଠିଲା ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗ। ଗଞ୍ଜାମ ଜିଲା ଚିକିଟିରେ ବିଷାକ୍ତ ମଦ ଖାଇ ଆଜି ଆଉ ଜଣେ ଆଖି ବୁଝିଛନ୍ତି। ଫଳରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ହୋଇଥିବାରୁ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ। ସରକାର ଗୃହରେ ଏସମ୍ପର୍କରେ ବିବୃତ୍ତି ରଖିବାକୁ ଦାବି କରିଛନ୍ତି ବିରୋଧୀ। ଶୂନ୍ୟକାଳରେ ବିରୋଧୀ ବିଜେଡିର ସଦସ୍ୟମାନେ ହୋହାଲ୍ଲା କରିବା ସହ ଅବାକରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି ନିଶାମୁକ୍ତ ଓଡ଼ିଶା ଗଠନ କହି ସରକାରକୁ ଆସିଥିଲା ବିଜେପି। ହେଲେ ଏବେ କଣ ହେଉଛି, ନୈତିକତା ଦୃଷ୍ଟିରୁ ଅବକାରୀ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ। 

Post Views: 25
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In