• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପି.ଏମ.କିଷାନ ସମ୍ମାନ ନିଧି ଯୋଜନା ଅନ୍ତର୍ଗତ ଓଡ଼ିଶାର ୩୧.୬୨ ଲକ୍ଷ ଚାଷୀ ପାଇଲେ ୬୩୨.୪୮ କୋଟି

by Voice of Victims
June 18, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପି.ଏମ.କିଷାନ ସମ୍ମାନ ନିଧି ଯୋଜନା ଅନ୍ତର୍ଗତ ଓଡ଼ିଶାର ୩୧.୬୨ ଲକ୍ଷ ଚାଷୀ ପାଇଲେ ୬୩୨.୪୮ କୋଟି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବରଗଡ ଗସ୍ତ କରି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ଉତ୍ସବରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ଆଜି ଓଡିଶାର ୩୧.୬୨ ଲକ୍ଷ ଚାଷୀ ୬୩୨.୪୮ କୋଟି ଟଙ୍କା ପାଇଲେ। ପ୍ରତ୍ୟେକ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ବାରଣାସୀରେ ଆୟୋଜିତ ରାଷ୍ଟ୍ରୀୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ବରଗଡରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ହଜାର ହଜାର ଲୋକଙ୍କ ଗହଣରେ ଏକ  ‘ରୋଡ ସୋ’ରେ ଯାଇକାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିଥିଲେ। ରାସ୍ତାରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସାରା ରାସ୍ତାରେ ଲୋକଙ୍କୁ ହାତ ହଲାଇ ଶୁଭେଚ୍ଛା ଜଣାଇଥିଲେ। ବିପୁଳ ଉତ୍ସାହରେ ଲୋକମାନେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା ପ୍ଲାକାର୍ଡ ଧରି ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ । ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ଦେଖିବାକୁ ମିଳିଥିଲା। ଲୋକଙ୍କ ଏହି ଅଭୁତପୂର୍ବ ଉତ୍ସାହ ଓ ସମ୍ବର୍ଦ୍ଧନା ଯୋଗୁ ମୁଖ୍ୟମନ୍ତ୍ରୀ ବରଗଡବାସୀଙ୍କୁ ଧନ୍ୟବାଦ ଦେଇଥିଲେ ଏବଂ ଖୁବଶୀଘ୍ର ପୁଣି ଥରେ ଆସିବେ ବୋଲି ପ୍ରତିଶୃତି ଦେଇଥିଲେ।କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା କରି କହିଲେ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ହେଉଛନ୍ତି କୃଷକ ମାନଙ୍କର ପ୍ରକୃତ ବନ୍ଧୁ। ଚାଷୀମାନଙ୍କୁ ସବୁ ସହାୟତା DBT ମାଧ୍ୟମରେ ସିଧାସଳଖ ବ୍ୟାଙ୍କ ଖାତାରେ ପହଞ୍ଚୁଛି। ପ୍ରଧାନମନ୍ତ୍ରୀଙ୍କ ଏହି ଯୋଜନା କୃଷକ ମାନଙ୍କ ପାଇଁ ବିକାଶର ରାସ୍ତା ଖୋଲିଛି। ସେ କହିଲେ ଯେ ଆଜି ପି.ଏମ.କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତିରେ ଆଜି କୃଷକ ମାନେ ପ୍ରତ୍ୟେକ ୨୦୦୦ ଟଙ୍କା ଲେଖାଏଁ ପାଇଲେ । ଓଡ଼ିଶାର ୩୧ ଲକ୍ଷ ୬୨ ହଜାର ଚାଷୀ ସମୁଦାୟ ୬୩୨ କୋଟି ୪୮ ଲକ୍ଷ ଟଙ୍କା ପାଇଲେ । ଏଥିପାଇଁ ସେ ରାଜ୍ୟର ସମସ୍ତ କୃଷକ ଭାଇ ଭଉଣୀ ମାନଙ୍କୁ ହୃଦୟରୁ ଶୁଭେଚ୍ଛା ଜଣାଇଥିଲେ । ସେ ପୁଣି କହିଲେ  ଯେ ପ୍ରଧାନ ମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନା କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରବର୍ତ୍ତିତ ଏକ କୃଷକ କଲ୍ୟାଣକାରୀ ପ୍ରଗତିଶୀଳ ତଥା କୃଷକଙ୍କୁ ମୁଖ୍ୟ ସ୍ରୋତରେ ସମ୍ମିଳିତ କରିବା ଭଳି ଯୋଜନା । କୃଷକର ବିକାଶ ଏବଂ ଦାରିଦ୍ର୍ୟତା ହ୍ରାସ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ନିମନ୍ତେ ମୋଦୀ ସରକାର ଫେବୃଆରୀ ୨୦୧୯ ରେ ଏହି ଯୋଜନାକୁ କାର୍ଯ୍ୟକାରୀ କରିଥିଲେ । ମୁଖ୍ୟମନ୍ତ୍ରୀ କହିଲେ ଓଡ଼ିଶାରେ ଆମ ସରକାର ଆସିବାର ପ୍ରଥମ ଦିନରେ ହିଁ ମୋ କ୍ୟାବିନେଟ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟକୁ ୩୧୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛି । ପୂର୍ବ ସରକାର ଦେଇଥିବା ପ୍ରତିଶୃତି ଅନୁଯାୟୀ, ୧୦୦ ଟଙ୍କା ବୋନସ୍‌ ଦେଲେନାହିଁ। ବରଂ କଟନି ଛଟନି ଆରମ୍ଭ କଲେ । ମୋ ସରକାର ଜନତାଙ୍କ ସରକାର।  ସାଧାରଣ ଲୋକଙ୍କ ପାଇଁ ଆମର ସବୁ ପ୍ରତିଶୃତି ପୂରଣ ହେବ। ଆମ ରାଜ୍ୟରେ କୃଷକଙ୍କ ସଶକ୍ତିକରଣ ଏବଂ କଲ୍ୟାଣ ହେଉଛି ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ । ଆମ ରାଜ୍ୟ ସରକାର ଆଗାମୀ ଦିନରେ ଆହୁରି ଅନେକ କୃଷକଙ୍କ ପାଇଁ କେନ୍ଦ୍ର ସରକାର କରିଥିବା ବିକାଶମୂଳକ ଯୋଜନା ଏବଂ କାର୍ଯ୍ୟକ୍ରମ ରାଜ୍ୟରେ ଲାଗୁ କରିବାକୁ ଯୋଜନା ରଖିଛନ୍ତି । ସେ କହିଥିଲେ ଯେ ମୁଁ ଚାହୁଁଛି ଯେ କୌଣସି ଯୋଗ୍ୟ କୃଷକ ଏହି ଯୋଜନା ଅଧୀନରେ ଲାଭ ପାଇବାରୁ ବଞ୍ଚିତ ହେବେ ନାହିଁ । ଆଗାମୀ ୧୫ ଦିନ ମଧ୍ୟରେ ସବୁ ବଞ୍ଚିତ ଯୋଗ୍ୟ ଚାଷୀଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ଆଗାମୀ କିସ୍ତିରେ ଆପଣମାନେ ଏହାର ସୁଫଳ ପାଇବେ। ସେ କହିଥିଲେ ଯେ କୃଷକ ମାନେ ଆମର ଅନ୍ନ ଦାତା, ଆମର ବନ୍ଧୁ । ମୋ ରାଜ୍ୟ ଓଡିଶାର ଜନସଂଖ୍ୟାର ୭୦ ଭାଗ ହେଉଛନ୍ତି କୃଷକ ପରିବାରର ଲୋକ । ମୁଁ ମଧ୍ୟ ଏକ ସାଧାରଣ ପରିବାରରୁ ଆସିଛି । ସାଧାରଣ ଲୋକଙ୍କ ସମସ୍ୟା ମୁଁ ଜାଣିଛି ବୋଲି ସେ କହିଥିଲେ । ଆଗାମୀ ବଜେଟରେ ଆମେ ସାଧାରଣ ଲୋକଙ୍କ ମତାମତକୁ ସ୍ଥାନ ଦେବୁ। ଏଥିପାଇଁ ଖୁବଶୀଘ୍ର ଏକ ୱେବସାଇଟ ଖୋଲାଯିବ। ଆପଣଙ୍କ ମତ ଅନୁଯାୟୀ ବଜେଟ ପ୍ରସ୍ତୁତ କରାଯିବ। ସେ ପୁଣି କହିଥିଲେ ଯେ ମୋ ସରକାର ଜନତାଙ୍କ  ସରକାର, ଯେତେବେଳେ ଆପଣ ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଖୋଜିବେ, ନିଶ୍ଚୟ ପାଇବେ । ଗତ ୨୪ ବର୍ଷ ଧରି ଆପଣ ଆପଣଙ୍କ ସରକାରଙ୍କୁ ପାଖରେ ପାଉ ନ ଥିଲେ ବୋଲି ସେ କହିଥିଲେ ।ସେ ପୁଣି କହିଥିଲେ ଯେ ମୋ ସରକାର ହେଉଛି ଗରିବ ଓ କୃଷକର ସରକାର । ତେଣୁ ରାଜ୍ୟରେ କୃଷି ଓ କୃଷକର ଭବିଷ୍ୟତ ପାଇଁ ମୋ ସରକାର ପ୍ରତିଶୃତିବଦ୍ଧ ।ସମସ୍ତ କୃଷକ ଭାଇ ଓ ଭଉଣୀ ମାନେ ପିଏମ କିଷାନର ଏହି ସହାୟତା ରାଶିକୁ ଖରିଫ ଚାଷ କାମରେ ଉପଯୋଗ କରି ଲାଭବାନ ହୋଇପାରିବେ ବୋଲି ସେ ଆଶାପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସାଂସଦ ପ୍ରଦୀପ ପୁରୋହିତ, ବିଜେପୁର ବିଧାୟକ ସନତ ଗଡତିଆ, ବରଗଡ ବିଧାୟକ ଅଶ୍ବନୀ ଷଡଙ୍ଗୀ, ଅତାବିରା ବିଧାୟକ ଶ୍ରୀନିହାର ମହାନନ୍ଦ ଓ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ଏବଂ ଅନ୍ୟ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ।

Post Views: 43
Share200Tweet125Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In