• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମହାକୁମ୍ଭ ମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ଚାଲିଲା 4ଟି ବସ୍

by Voice of Victims
January 12, 2025
in ମୁଖ୍ୟ ଖବର, ରାଜ୍ୟ
ମହାକୁମ୍ଭ ମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ଚାଲିଲା 4ଟି ବସ୍

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମହାକୁମ୍ଭ ମେଳା ଅବସରରେ ଓଡିଶାର 4ଟି ସ୍ଥାନରୁ ଶ୍ରଦ୍ଧାଳୁମାନଙ୍କ ପାଇଁ 4ଟି ଅତ୍ୟାଧୁନିକ ବସ୍ ସେବାର ଶୁଭାରମ୍ଭ କରିଛନ୍ତି । ଓଡିଶା ରାଜ୍ୟ ପରିବହନ ନିଗମର ଏହି 4ଟି ଅତ୍ୟାଧୁନିକ ପ୍ରିମିୟମ ବସ୍, ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ବାହାରି ବାରଣାସୀ ଓ ପ୍ରୟାଗରାଜ ଦେଇ ଅଯୋଧ୍ୟା ପର୍ଯ୍ୟନ୍ତ ଚଳାଚଳ କରିବ। ଆଜି ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଭର୍ଚୁଆଲ ମୋଡ୍ ରେ ପତାକା ଦେଖାଇ ଏହି ବସ୍ ଚଳାଚଳର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଳୁମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଏହି ତୀର୍ଥଯାତ୍ରାରେ ସେମାନେ ଅଶେଷ ପୁଣ୍ୟ ଲାଭ କରିବେ ବୋଲି ଆଶା ପ୍ରକାଶ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଥମ ପର୍ଯ୍ୟାୟରେ 4ଟି ବସ୍ ର ଚଳାଚଳ କରାଯାଉଛି ଏବଂ ଆବଶ୍ୟକ ହେଲେ ଆହୁରି ଅଧିକ ବସ୍ ର ବ୍ୟବସ୍ଥା କରାଯିବ। ପ୍ରଥମ ଥର ପାଇଁ 2500 କିଲୋମିଟରରୁ ଅଧିକ ଲମ୍ବା ଯାତ୍ରାର ଶୁଭାରମ୍ଭ କରାଗଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଶ୍ୱପ୍ରସିଦ୍ଧ ମହାକୁମ୍ଭ ମେଳା ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ଚଳିତ ବର୍ଷ ପୌଷ ପୂର୍ଣ୍ଣିମାରୁ ମହାଶିବରାତ୍ରୀ (ଜାନୁଆରୀ 13 ରୁ ଫେବୃଆରୀ 26) ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । ଏହି ଅବସରରେ ଦେଶର ବିଭିନ୍ନ ରାଜ୍ୟ ତଥା ବିଦେଶରୁ ମଧ୍ୟ ଲକ୍ଷ ଲକ୍ଷ ଭକ୍ତ, ଶ୍ରଦ୍ଧାଳୁ ଓ ସାଧୁସନ୍ଥଙ୍କ ପ୍ରୟୋଗରାଜକୁ ଆଗମନ ହୋଇଥାଏ । ଏହି ପରିପ୍ରେକ୍ଷୀରେ ଆମ ଓଡ଼ିଶାରୁ ମଧ୍ୟ ହଜାର ହଜାର ଶ୍ରଦ୍ଧାଳୁ ପ୍ରୟାଗରାଜ ଯାଉଛନ୍ତି । ସେଥିପାଇଁ ଏହି ବସ୍ ସୁବିଧା କରାଗଲା ବୋଲି ସେ କହିଥିଲେ। ଆଜି ପ୍ରଥମ ଦିନରେ ଓଡିଶାରୁ 200 ଶ୍ରଦ୍ଧାଳୁ ମହାକୁମ୍ଭ ମେଳା ପାଇଁ ଯାତ୍ରା ଆରମ୍ଭ କରିଛନ୍ତି। ମହିଳା ଯାତ୍ରୀଙ୍କ ପାଇଁ ଟିକେଟ ମୂଲ୍ୟରେ 50 ପ୍ରତିଶତ ରିହାତି ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ବସ୍ ଗୁଡିକରେ ଯାତ୍ରୀମାନଙ୍କ ସୁରକ୍ଷା ପାଇଁ ‘ଲାଇଭ୍ ଭେଇକିଲ୍ ଟ୍ରାକିଂ’, ପ୍ୟାନିକ ବଟନ୍ ଏବଂ ଡ୍ରାଇଭର ଆସିଷ୍ଟାନ୍ସ ସିଷ୍ଟମ ରହିଛି । ଯାତ୍ରୀ ମାନଙ୍କ ଆରାମଦାୟକ ଯାତ୍ରା ପାଇଁ ସମସ୍ତ ସୁବିଧା କରାଯାଇଛି। ଏହା ସହିତ ମହାକୁମ୍ଭ ମେଳା ଯାତ୍ରୀ ମାନଙ୍କ ସୁବିଧା ପାଇଁ 24 ଘଣ୍ଟିଆ ହେଲ୍ପ ଡେସ୍କ ମଧ୍ୟ ଖୋଲା ଯାଇଛି । ଯାତ୍ରୀମାନେ 1800 345 1122 କୁ କଲ୍ କରିପାରିବେ କିମ୍ବା 78490 52205 ନମ୍ବରରେ ହ୍ୱାଟସଆପ୍ ମାଧ୍ୟମରେ ହେଲ୍ପ ଡେସ୍କର ସୁବିଧା ନେଇପାରିବେ । ପ୍ରୟାଗରାଜରେ ମଧ୍ୟ ଯାତ୍ରୀମାନଙ୍କୁ ସହାୟତା ପ୍ରଦାନ କରିବା ପାଇଁ OSRTCର କର୍ମଚାରୀମାନଙ୍କୁ ମଧ୍ୟ ଅବସ୍ଥାପିତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ବ୍ରହ୍ମପୁରରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା ଯାତ୍ରୀମାନଙ୍କୁ ଶୁଭକାମନା ଜଣାଇ କହିଥିଲେ ଯେ, ସଡକ ପରିବହନ କ୍ଷେତ୍ରରେ ଅଧିକ ସୁରକ୍ଷା ପାଇଁ ରାଜ୍ୟ ସରକାର ଏକ ମାସ ବ୍ୟାପୀ ସଡକ ସୁରକ୍ଷା କାର୍ଯ୍ୟକ୍ରମ କରୁଛନ୍ତି। ଯାନ ଚଳାଚଳ ବେଳେ ସମସ୍ତେ ବାହନ ଚଳାଚଳର ନିୟମ ମାନି ସୁରକ୍ଷିତ ରହିବାକୁ ସେ ପରାମର୍ଶ ଦେଇଥିଲେ । ଏହି ଅବସରରେ ଭବାନୀପାଟଣାରେ ସାଂସଦ ଶ୍ରୀମତୀ ମାଳବିକା ଦେବୀ, ସମ୍ବଲପୁରରେ ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ର, ପୁରୀଠାରେ ବ୍ରହ୍ମଗିରି ବିଧାୟିକା ଶ୍ରୀମତୀ ଉପାସନା ମହାପାତ୍ର ଏବଂ ଲୋକସେବା ଭବନରେ ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ, ପରିବହନ କମିଶନର ଶ୍ରୀ ଅମିତାଭ ଠାକୁର ଏବଂ OSRTCର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଦୀପ୍ତେଶ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Post Views: 41
Tags: 4 buses from PuriSambalpur
Share198Tweet124Send
Voice of Victims

Voice of Victims

Recent Posts

  • ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ
  • ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ
  • ପ୍ରବାସୀ ଶ୍ରମିକଙ୍କ ପାଇଁ ବଢ଼ିଲା ସୁବିଧା, ଏଣିକି କୋଟାରେ ମିଳିବ ଗ୍ୟାସ୍ ସିଲିଣ୍ଡର
  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In