• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୬ କୋଟି ୪୪ ଲକ୍ଷର ସୁନା ବିସ୍କୁଟ ଜବତ

by Voice of Victims
March 31, 2024
in ମୁଖ୍ୟ ଖବର, ରାଜ୍ୟ
୬ କୋଟି ୪୪ ଲକ୍ଷର ସୁନା ବିସ୍କୁଟ ଜବତ

ଭୁବନେଶ୍ବର: କୋଲକାତାରୁ ଚାଲାଣ ବେଳେ କଟକ ମଙ୍ଗୁଳି ଟୋଲ୍‌ଗେଟ୍‌ ନିକଟରୁ ଶନିବାର ସନ୍ଧ୍ୟାରେ ୯କିଲୋରୁ ଅଧିକ ବିଦେଶୀ ସୁନା ଜବତ ହୋଇଛି। ଏହି ଚାଲାଣ ଘଟଣାରେ ଡିଆରଆଇ ସୁନା ବିସ୍କୁଟ୍‌ ଓ ଏକ କାର୍‌ ଜବତ କରିଛି। ଏହି ଘଟଣାରେ ସଂପୃକ୍ତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏକ କାର୍‌ ଯୋଗେ କୋଲକାତାରୁ ସୁନା ଚୋରା ଚାଲାଣ ହେଉଥିବା ନେଇ ଡିଆରଆଇକୁ ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଥିଲା। ଏହି ଆଧାରରେ ଡିଆରଆଇର କର୍ମଚାରୀମାନେ କଟକ ଜିଲ୍ଲା ମଙ୍ଗୁଳି ଟୋଲ୍‌ ପ୍ଲାଜା ନିକଟରେ ଛକି ବସିଥିଲେ। ସୁନା ଚାଲାଣ ହେଉଥିବା କାର୍‌ ଯେତେବେଳେ ଘଟଣାସ୍ଥଳକୁ ପହଞ୍ଚିଥିଲା, ଏଠାରେ ଥିବା କର୍ମଚାରୀମାନେ କାଣ୍‌କୁ ଅଟକାଇଥିଲେ। ଯାଞ୍ଚ ବେଳେ କାର୍‌ ଭିତରୁ ୯ ହଜାର ୧୮୦ ଗ୍ରାମର ସୁନା ବିସ୍କୁଟ ମିଳିଥିଲା, ଯାହାର ମୂଲ୍ୟ ୬ କୋଟି ୪୪ ଲକ୍ଷ ୪୬ ହଜାର ୧୬୪ ଟଙ୍କା ହେବ। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ଡିଆରଆଇ। ଚୋରାଚାଲାଣ ହେଉଥିବା ଗାଡି ବି ଜବତ କରାଯାଇଛି। ତେବେ ଅଭିଯୁକ୍ତମାନେ ସୁନାକୁ କେଉଁଠାକୁ ନେଉଥିଲେ ରିପୋର୍ଟ ଲେଖାଯିବା ପର୍ୟ୍ୟନ୍ତ ଜଣାପଡ଼ି ନାହିଁ। ତଦନ୍ତ ପରେ ଏହା ଜଣାପଡ଼ିବ ବୋଲି ଡିଆରଆଇ ପକ୍ଷରୁ କୁହାଯାଇଛି।

Post Views: 36
Share198Tweet124Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In