• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଢେଙ୍କାନାଳର ବିଭିନ୍ନ ସ୍ଥାନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

by Voice of Victims
May 13, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଢେଙ୍କାନାଳର ବିଭିନ୍ନ ସ୍ଥାନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରି ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡା ଓ ତାଳଚେରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତ। ଲୋକସଭା ପ୍ରାର୍ଥୀ ଅବିନାଶ ସାମଲ ଏବଂ ବିଧାନ ସଭା ପ୍ରାର୍ଥୀ ଶ୍ରୀ ମହେଶ ସାହୁ, ଡଃ ନୃସିଂହ ସାହୁ, ପ୍ରଫୁଲ୍ଲ ମଲ୍ଲିକ, ବ୍ରଜ କିଶୋର ପ୍ରଧାନ ଓ ମୁକେଶ ପାଳଙ୍କୁ ବିପୁଳ ଭୋଟରେ ଜିତାଇବା ପାଇଁ ଅନୁରୋଧ କରିଛନ୍ତି। ଆଜିର ଜନସଭାଗୁଡ଼ିକରେ ବିଜେପି ଦଳ ଉପରେ ଶାଣିତ ଆକ୍ରମଣ କରି ଦଳର ମୁଖା ଖୋଲିଛନ୍ତି ଶ୍ରୀ କାର୍ତ୍ତିକ ପାଣ୍ଡିଆନ। କେନ୍ଦ୍ରମନ୍ତ୍ରୀଙ୍କ ସବୁ ଛଳନାକୁ ଲୋକଙ୍କ ସାମନାରେ ଖୋଲିଛନ୍ତି ଶ୍ରୀ ପାଣ୍ଡିଆନ। ତାଳଚେରରେ ଏକ ବିଶାଳ ଜନସଭାରେ ସେ କହିଲେ କୋଇଲା ରୟାଲଟି ବିଷୟ ଉଠିଲେ କେନ୍ଦ୍ରମନ୍ତ୍ରୀ ରାଗୁଛନ୍ତି। କହୁଛନ୍ତି ଯେ ଜିଲ୍ଲା ଖଣିଜ ପାଣ୍ଠି ଜରିଆରେ ଓଡ଼ିଶାକୁ ବହୁତ ପଇସା ମିଳୁଛି, ରୟାଲଟି ବୃଦ୍ଧି ଦରକାର ନାହିଁ। କିନ୍ତୁ କେନ୍ଦ୍ର ସରକାରଙ୍କ ଏମ୍‍.ସି.ଏଲ୍‍. ଲାଭ କରୁଛି ୨୭ ହଜାର ୫୦୦ କୋଟି। ଟ୍ୟାକ୍‍ସକୁ ବାଦ୍‍ ଦେଲେ ଲାଭ କରୁଛି ୧୩ ହଜାର ୭୦୦ କୋଟି । କିନ୍ତୁ ଓଡ଼ିଶା ଏଥିରୁ ପାଉଛି ମାତ୍ର ୪ ହଜାର କୋଟି। ୨୦୦୪ରୁ କୋଇଲା ରୟାଲଟି ସଂଶୋଧନ ହୋଇନି। ଯଦି ରୟାଲଟି ସଂଶୋଧନ ହୋଇଥାନ୍ତା ତେବେ ଓଡ଼ିଶା ପାଇଥାନ୍ତା ୧୦ ହଜାର କୋଟି ଏବଂ ଡି.ଏମ୍‍.ଏଫ୍ ବାବଦରେ ମଧ୍ୟ ୨ ହଜାର କୋଟି। ସମୁଦାୟ ୧୨ ହଜାର କୋଟିରେ ଆପଣଙ୍କ ଅଞ୍ଚଳର ବ୍ୟାପକ ରୂପାନ୍ତରଣ ହୋଇପାରିଥାନ୍ତା। କିନ୍ତୁ ରୟାଲଟି କଥା କହିଲେ କେନ୍ଦ୍ରମନ୍ତ୍ରୀ ରାଗିକି ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶାଳୀନ ଭାଷା ବ୍ୟବହାର କରୁଛନ୍ତି। କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଓ ଅଶାଳୀନ ଭାଷାରେ ଗାଳି କରୁଛନ୍ତି। ଜଣେ ଜନପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ଏଭଳି ଗାଳି ଦେବା ବହୁ ଦୁଃଖର କଥା। ବିଜେପୁର ନିର୍ବାଚନବେଳେ ମୁଖ୍ୟମନ୍ତ୍ରୀଙ୍କୁ ଚପଲ ଫୋପାଡ଼ିଲେ, ତା’ପରେ ୪୦ ହଜାର ଭୋଟରେ ହାରିଲେ। ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ କରି ଫେରିଲା ବେଳେ ଅଣ୍ଡା ମାଡ଼ କଲେ, ୩୦ରୁ ୩୦ ଜିଲ୍ଲା ପରିଷଦ ହାରିଲେ। ଓଡ଼ିଶାର ଏହି ମହାନାୟକଙ୍କୁ ଗାଳି ଦେଉଛନ୍ତି, ଆପଣମାନେ ସହି ପାରିବେ କି ? ଆପଣମାନଙ୍କ ଆଶୀର୍ବାଦରେ ସେମାନେ ଏଥର ବି ପରାଜୟ ଗ୍ରହଣ କରିବେ। କେନ୍ଦ୍ରମନ୍ତ୍ରୀ ଆପଣଙ୍କ ଅଞ୍ଚଳର, ଦଶବର୍ଷ ହେଲା ମନ୍ତ୍ରୀ ଅଛନ୍ତି, ଖୁସିର କଥା, କିନ୍ତୁ ଆପଣଙ୍କ ଅଞ୍ଚଳ ପାଇଁ କ’ଣ କରିଛନ୍ତି, ଏ ମାଟିରେ ପୁଅ ହୋଇ କାହିଁକି କରିପାରିଲେ ନାହିଁ ? ନିଜ ଅଞ୍ଚଳ, ନିଜ ମାଟି ପାଇଁ କ’ଣ କରିଛନ୍ତି ? ମନ୍ତ୍ରୀ ହେବାର ୧୦ ବର୍ଷ ବିତିଲା କିନ୍ତୁ ନିଜ ଗାଁ ଲୋକଙ୍କ ମନକୁ ଜିଣିପାରିଲେ ନାହିଁ। ନିର୍ବାଚନ ମଣ୍ଡଳୀ ବଦଳାଇ ନିଜକୁ ସମ୍ୱଲପୁରକୁ କୋରିଅର କରିଦେଲେ। ଏବେ ସେଠି ଲୋକଙ୍କୁ ଭୁଆଁ ବୁଲାଇବା ପାଇଁ ଚେଷ୍ଟା କରୁଛନ୍ତି। ନବୀନ ପଟ୍ଟନାୟକ ଓଡ଼ିଶାର କୌଣସି ଜିଲ୍ଲାରେ ନିର୍ବାଚନ ଲଢ଼ିବାକୁ ଡରୁ ନାହାନ୍ତି, କେନ୍ଦ୍ରମନ୍ତ୍ରୀ ନିଜ ମାଟିରେ ଛିଡ଼ା ହେବାକୁ କାହିଁକି ଡରୁଛନ୍ତି। କେନ୍ତ୍ରମନ୍ତ୍ରୀ ଓଡ଼ିଶାରେ ଗୋଟିଏ ବି କେନ୍ଦ୍ରୀୟ ବିଦ୍ୟାଳୟ କିମ୍ୱା ଜବାହର ନବୋଦୟ ବିଦ୍ୟାଳୟ ଖୋଲିଛନ୍ତି କି ? ଗୋଟିଏ ବି ଦକ୍ଷତା ବିକାଶ କେନ୍ଦ୍ର ଖୋଲିଛନ୍ତି କି ? କଟକ-ସମ୍ୱଲପୁର ରାସ୍ତା ଏ ପର୍ଯ୍ୟନ୍ତ କରିପାରିଲେନି । ତୈଳମନ୍ତ୍ରୀ ଭାବେ ପେଟ୍ରୋଲ, ଡିଜେଲ, ଏଲ୍‍.ପି.ଜି. ଦର କମେଇ ପାରିଲେ କି ? କେନ୍ଦ୍ରମନ୍ତ୍ରୀଙ୍କ ନିଜ ଗାଁସ୍କୁଲର 5T ରୂପାନ୍ତରଣ ମଧ୍ୟ ମୁଖ୍ୟମନ୍ତ୍ରୀ କରିଛନ୍ତି । ଯେଉଁ ବ୍ୟକ୍ତିର ସେବା ନୁହେଁ କେବଳ କ୍ଷମତା ଲୋଭ ଥିବ ସେ କେବେ ବି ଜିତି ପାରିବ ନାହିଁ, ମୁଖ୍ୟମନ୍ତ୍ରୀ ଚୌକି ଲୋଭ ଥିବା ବ୍ୟକ୍ତି କେବେ ବି ଭଲ କାମ କରିପାରିବେ ନାହିଁ। ଦୁଇଦିନ ତଳେ ମାନ୍ୟବର ପ୍ରଧାନମନ୍ତ୍ରୀ ଓଡ଼ିଶାବାସୀଙ୍କୁ ସୋଲାର ପ୍ୟାନେଲ ମାଧ୍ୟମରେ ମାଗଣା ବିଜୁଳି ଦେବେ ବୋଲି କହିଲେ। କିନ୍ତୁ ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଦେବାକୁ ପଡ଼ିବ। ଏଇଟା ହେଉଛି ବିଜେପିର ମାଗଣା ବିଜୁଳି। ଶ୍ରୀ ପାଣ୍ଡିଆନ ଦୃଢୋକ୍ତି ପ୍ରକାଶ କରି କହିଲେ ଯେ ଜୁନ ୯ ତାରିଖରେ ୯.୩୦ ରୁ ୧.୦୦ ମଧ୍ୟରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଦାୟୀତ୍ୱ ଗ୍ରହଣ କରିବେ, ପ୍ରଥମ ଦସ୍ତଖତ କରିବେ ଓଡ଼ିଶାର ୯୦ ପ୍ରତିଶତ ପରିବାରର ବିଜୁଳି ବିଲ ରଦ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ମାଗଣା ବିଜୁଳି ଦେବେ, ଆପଣମାନେ ଖୁସି ତ ? ଡବଲ ଇଞ୍ଜିନ ସରକାର ଦିନରେ ଆପଣଙ୍କୁ ଭୁଆଁ ବୁଲାଉଛନ୍ତି, ଦିନରେ ଲଣ୍ଠନ ଦେଖାଉଛନ୍ତି, ନିର୍ବାଚନ ସରିଗଲେ ଏମାନଙ୍କୁ ଆପଣ ଖୋଜିଲେ ବି ପାଇବେନି। ପାଲଲହଡାରେ ସ୍ୱାଧିନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇ ପାଣ୍ଡିଆନ କହିଲେ ଯେ ଏହି ପବିତ୍ର ମାଟିର ବରପୁତ୍ରମାନଙ୍କର ସମ୍ମାନ ରଖିବା ପାଇଁ କେନ୍ଦ୍ରମନ୍ତ୍ରୀ କିଛି କରିଛନ୍ତି କି ? ଏ ମାଟିରେ ଜନ୍ମ ହୋଇ ଜନ୍ମମାଟିକୁ ଭୁଲି ଯାଇଛନ୍ତି। ସେ ପୁଣି କହିଲେ ଯେ ସାମ୍ୱାଦିକ ସମ୍ମିଳନୀରେ ବିଜେପି ନେତା ଦାବି କରୁଛନ୍ତି ଯେ କ୍ଷମତାକୁ ଆସିଲେ ଓଡ଼ିଶାକୁ ୧ ନମ୍ୱର କରିବେ। ୧ ନମ୍ୱର ନୁହେଁ, ରାଜ୍ୟକୁ ୨୫ ବର୍ଷ ତଳକୁ ନେଇଯିବେ। ଯେଉଁ ରାଜ୍ୟରେ ଅଛନ୍ତି ସେଠି ଏହାହିଁ କରିଛନ୍ତି। ଆଜି ସକାଳର ବିଜେପିର ପ୍ରେସ୍‍ମିଟ ପ୍ରସଙ୍ଗ ଉଠାଇ ସେ କହିଲେ ଯେ ବିଜେପିର ଟାଣୁଆ ନେତାମାନେ ମିଶି ସାମ୍ବାଦିକ ସମ୍ମିଳନୀ କରିଥିଲେ, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବା ପାଇଁ। କିନ୍ତୁ ନିଜ ନିଜ ଭିତରେ ଝଗଡ଼ା ଲାଗି ବନ୍ଦ ହୋଇଗଲା। ବିଜେପିକୁ ଚ୍ୟାଲେଞ୍ଜ କରି ସେ କହିଲେ ଯେ ମୁଁ ତାଙ୍କୁ ଆହ୍ୱାନ କରୁଛି ନବୀନ ବାବୁଙ୍କ ବିପକ୍ଷରେ କାହାକୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିବେ ଯଦି କରନ୍ତୁ। ଓଡ଼ିଶାବାସୀ ତାର ଉଚିତ ଜବାବ ଦେବେ। ଏତେ ମିଛ କଥାକୁ ଓଡ଼ିଶାବାସୀ ଗ୍ରହଣ କରିବେ ନାହିଁ।ଶେଷରେ ବିଜେଡିର ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ୫୦ ହଜାର ମାର୍ଜିନରେ ଆଶୀର୍ବାଦ କରି ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଆହୁରି ଟାଣ କରିବା ପାଇଁ ସେ ଅନୁରୋଧ କରିଥିଲେ। କର୍ମୀମାନଙ୍କୁ ସ୍ୱତନ୍ତ୍ର ଭାବେ ସମ୍ବୋଧନ କରି ସେ କହିଲେ ଯେ ଓଡ଼ିଶାର ଉଜ୍ୱଳ ଭବିଷ୍ୟତ ପାଇଁ ବିରୋଧୀଙ୍କୁ ମୁହଁତୋଡ଼ ଜବାବ ଦିଅନ୍ତୁ।ସଭାଗୁଡ଼ିକରେ ଦଳର ସାଂସଦ ଓ ବିଧାୟକ ପ୍ରାର୍ଥୀମାନେ ନିଜର ଅଭିଭାଷଣ ରଖି ବିଜୁ ଜନତା ଦଳକୁ ବିପୁଳ ଭୋଟରେ ଜିତାଇ ନବୀନ ବାବୁଙ୍କୁ ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ କରିବାକୁ ଅନୁରୋଧ କରିଥିଲେ।

Post Views: 43
Share197Tweet123Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In