• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୁତୟନ ହେବେ ୮୧ ପ୍ଲାଟୁନ୍‌ ଫୋର୍ସ

by Voice of Victims
September 15, 2024
in ମୁଖ୍ୟ ଖବର, ରାଜ୍ୟ
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୁତୟନ ହେବେ ୮୧ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ। ଏନେଇ ଭୁବନେଶ୍ବରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଏନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ସଞ୍ଜୀବ ପଣ୍ଡା। ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି,୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ହେବେ ବୋଲି ସେ କହିଛନ୍ତି। ତେବେ ବିମାନବନ୍ଦରଠୁ ଜନତା ମଇଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍‌ କରାଯିବ। ବ୍ୟାପକ ମହିଳା ପୋଲିସ ସାଧା ପୋଷାକରେ ରହିବେ। ଏଥିସହିତ ଓଡ୍ରାଫ୍‌, ସିଆରପିଏଫ୍‌ର ୬ ପ୍ଲାଟୁନ୍‌ ଫୋର୍ସ ମଧ୍ୟ ମୁତୟନ ହେବେ। ସୂଚନାଯୋଗ୍ୟ, ସେପ୍ଟେମ୍ୱର ୧୭ରେ ଭୁବନେଶ୍ୱରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଏଥିପାଇଁ ବିପୁଳ ଜନ ସମାଗମ ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଉକ୍ତଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ ସରକାରୀ କାର୍ଯ୍ୟାଳୟଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିଛି।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In