• About Us
  • Contact Us
Thursday, May 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମାହାଙ୍ଗା ଡବଲ ମର୍ଡର ଘଟଣାରେ ୯ ଜଣଙ୍କୁ ଆଜୀବନ

by Voice of Victims
August 28, 2024
in ମୁଖ୍ୟ ଖବର, ରାଜ୍ୟ
ମାହାଙ୍ଗା ଡବଲ ମର୍ଡର ଘଟଣାରେ ୯ ଜଣଙ୍କୁ ଆଜୀବନ

ଭୁବନେଶ୍ୱର: ମାହାଙ୍ଗା ଡବଲ ମର୍ଡର ଘଟଣାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହି ଘଟଣାରେ ୯ ଜଣଙ୍କୁ ଆଜୀବନ କାରାଦଣ୍ଡ ନିଦେ୍ର୍ଧଶ ଦିଆଯାଇଛି । ସାଲେପୁର ଏଡିଜେ ୯ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ତେବେ ପ୍ରମାଣ ଅଭାବରୁ ଜଣଙ୍କୁ ନିଦେ୍ର୍ଧାଷରେ ଖଲାସ କରାଯାଇଛି । ଗତ ୨୦୨୧ ମସିହା ୨ ଜାନୁଆରୀରେ ଏହି ହତ୍ୟାକାଣ୍ଡ ଘଟିଥିଲା । ଉକ୍ତ ଦିନ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ନିର୍ମମଭାବେ ହତ୍ୟା କରାଯାଇଥିଲା ।  ଚଳିତ ବର୍ଷ ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ନୃତାଙ୍ଗ ପଞ୍ଚାୟତର ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ତଥା ମାହାଙ୍ଗା ବିଜେପିର ବରିଷ୍ଠ ନେତା କୁଳମଣି ବରାଳ (୭୫ ବର୍ଷ) ଓ ତାଙ୍କ ସମ୍ପର୍କୀୟ ଦିବ୍ୟସିଂହ ବରାଳ (୮୨ ବର୍ଷ)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା । ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା ।   ତେବେ ଏହି ଘଟଣାରେ ବିଜେଡି ନେତା ତଥା ସେତେବେଳର ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଥିବା ଅଭିଯୋଗ ଆସିଥିଲା। ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ମାମଲା ହୋଇଥିଲା। ତେବେ ପୁଲିସ ଚାର୍ଜସିଟ୍ ଦାଖଲ ବେଳେ ମନ୍ତ୍ରୀଙ୍କ ନାଁକୁ କାଟି ଦେଇଥିବା ନେଇ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ କୋର୍ଟରେ ପ୍ରୋଟେଷ୍ଟ ପିଟିସନ୍ କରିଥିଲେ। ଏହାର ଶୁଣାଣି କରି କୋର୍ଟ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ମାହାଙ୍ଗା ଥାନାକୁ ନିର୍ଦ୍ଦେଶ ଦେଇଥିଲେ।  ପରେ ପ୍ରତାପ ଜେନାଙ୍କୁ ୧୩ ନମ୍ବର ମୁଦାଲା ଭାବେ ଚାର୍ଜସିଟରେ ଉଲ୍ଲେଖ କରିଥିଲା ପୁଲିସ।ତେବେ ଚାର୍ଜସିଟରୁ ତାଙ୍କ ନାଁ ହଟାଇବାକୁ ପ୍ରତାପ ଜେନା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ମାମଲାର ଶୁଣାଣି ସାରି ରାୟ ସଂରକ୍ଷିତ ରଖିଛନ୍ତି।

Post Views: 29
Share198Tweet124Send
Voice of Victims

Voice of Victims

Recent Posts

  • OSRTCର ସମସ୍ତ ଗାଡିକୁ ଇଭି କରାଯିବ, ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ସୂଚନା
  • ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେଲେ ମନ୍ତ୍ରୀ, ଦୁଇ ବର୍ଷ ପୂର୍ତ୍ତି ନେଇ କରୁଛନ୍ତି ଆଲୋଚନା
  • ଭିଡି ସତୀଶନ କେରଳମର ନୂଆ ମୁଖ୍ୟମନ୍ତ୍ରୀ, ୧୦ ଦିନ ପରେ ନାଁ ଘୋଷଣା କଲା କଂଗ୍ରେସ
  • ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍
  • ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In