• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଓଡିଶାର ଶେଷ ପର୍ଯ୍ୟାୟ ମତଦାନ, ୩୯୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯ ଲକ୍ଷ ୬୧ ହଜାର ଭୋଟର

by Voice of Victims
May 31, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଓଡିଶାର ଶେଷ ପର୍ଯ୍ୟାୟ ମତଦାନ, ୩୯୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯ ଲକ୍ଷ ୬୧ ହଜାର ଭୋଟର

ଭୁବନେଶ୍ବର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ସପ୍ତମ ବା ଶେଷ ପର୍ଯ୍ୟାୟରେ ଓଡ଼ିଶାରେ ୬ ଗୋଟି ସଂସଦୀୟ କ୍ଷେତ୍ର ଯଥା ମୟୂରଭଞ୍ଜ (ଏସ୍‌.ଟି.), ବାଲେଶ୍ୱର, ଭଦ୍ରକ (ଏସ୍‌.ସି.), ଯାଜପୁର(ଏସ୍‌.ସି.), କେନ୍ଦ୍ରାପଡ଼ା ଓ ଜଗତସିଂହପୁର(ଏସ୍‌.ସି.) ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ର ପାଇଁ ଜୁନ ଆସନ୍ତାକାଲି ମତଦାନ ହେବ। ଏହି ପର୍ଯ୍ୟାୟରେ ଛଅଟି ସଂସଦୀୟ କ୍ଷେତ୍ର ଅଧିନରେ ମୋଟ ୯୯,୬୧,୦୫୭ ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୫୦,୮୮,୦୭୬ ପୁରୁଷ, ୪୮,୭୨,୨୯୪ ମହିଳା ଓ ୬୮୭ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି ଏବଂ ମତଦାତା ଲିଙ୍ଗ ଅନୁପାତ ୯୫୮ ରହିଛି। ଏମାନଙ୍କ ମଧ୍ୟରେ ୨,୫୭,୩୪୫ ଜଣ ୧୮-୧୯ ବର୍ଷ ବୟସର ପ୍ରଥମ ଥର ମତଦାତା, ୨୦-୨୯ ବର୍ଷ ବୟସର ୨୦,୫୧,୫୦୫ ଜଣ ଯୁବ ମତଦାତା ରହିଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୧୦,୮୫୭ଟି ମତଦାନ କେନ୍ଦ୍ର ଓ ୨୫ଟି ଅତିରିକ୍ତ (ମୋଟ୍‌: ୧୦,୮୮୨) ମତଦାନ କେନ୍ଦ୍ର ରହିଛି। ମତଦାନ କେନ୍ଦ୍ର ପିଛା ପ୍ରାୟ ୯୧୫ ଜଣ ମତଦାତା ରହିଛନ୍ତି। ଏହି ସମସ୍ତ ବୁଥ୍‌ରେ ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ୧୪୦୦ରୁ ଊଦ୍ଧ୍ୱର୍ ମତଦାନ କେନ୍ଦ୍ର ସଂପୂର୍ଣ୍ଣ ରୂପେ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ୨୦ ପ୍ରତିଶତ ଆଦର୍ଶ ମତଦାନ କେନ୍ଦ୍ର (ମଡ଼େଲ୍‌ ବୁଥ୍‌) ରହିଛି। ଏହି ପର୍ଯ୍ୟାୟରେ ପ୍ରାୟ ୭୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି। ସମସ୍ତ ପୋଲିଂ ଷ୍ଟେସନ୍‌ ଲୋକେସନ୍‌ରେ ଅନୁ୍ୟନ ଜଣେ ସେ୍ୱଚ୍ଛାସେବୀ ଓ ଜଣେ ଲେଖାଏଁ ଆଶାକର୍ମୀ ନିୟୋଜିତ ହୋଇଛନ୍ତି।
ମୋଟ ପ୍ରାର୍ଥୀ ସଂଖ୍ୟା:- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ର ପାଇଁ ମୋଟ ୬୬ ଜଣ ପ୍ରାର୍ଥୀ ରହିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୁଷ ପ୍ରାର୍ଥୀ ୫୫ ଜଣ ଏବଂ  ମହିଳା ପ୍ରାର୍ଥୀ ୧୧ ଜଣ ରହିଛନ୍ତି । ଏହି ସଂସଦୀୟ କ୍ଷେତ୍ରଗୁଡ଼ିକ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ର ପାଇଁ ମୋଟ ୩୯୪ ଜଣ ପ୍ରାର୍ଥୀ ରହିଛନ୍ତି । ସେମାନଙ୍କ ମଧ୍ୟରେ ପୁରୁଷ ପ୍ରାର୍ଥୀ ୩୩୬ ଜଣ ଏବଂ ମହିଳା ପ୍ରାର୍ଥୀ ୫୮ ଜଣ ଅଛନ୍ତି।
ଇଭିଏମ୍‌ ଓ ଭିଭିପାଟ୍‌:- ସପ୍ତମ ପର୍ଯ୍ୟାୟ ନିର୍ବାଚନରେ ସଂସଦୀୟ କ୍ଷେତ୍ର ପାଇଁ ୧୩୪୬୨ଟି ବାଲାଟ ୟୁନିଟ୍‌, ୧୩୪୬୨ଟି କଣ୍ଟ୍ରୋଲ ୟୁନିଟ୍‌ ଓ ୧୪୬୦୬ଟି ଭିଭିପାଟ୍‌ କମିଶନିଂ ହୋଇଛି। ବିଧାନସଭା କ୍ଷେତ୍ର ମତଦାନ ପାଇଁ ମୋଟ ୧୪୧୨୨ଟି ବାଲାଟ୍‌ ୟୁନିଟ୍‌, ୧୩୪୪୭ଟି କଣ୍ଟ୍ରୋଲ ୟୁନିଟ୍‌ ଓ ୧୪୬୩୮ଟି ଭିଭିପାଟ କମିଶନିଂ ହୋଇଛି।
ପର୍ଯ୍ୟବେକ୍ଷକ:- ଏହି ପର୍ଯ୍ୟାୟ ପାଇଁ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ୧୨ ଜଣ ସାଧାରଣ ପର୍ଯ୍ୟବେକ୍ଷକ, ୩ ଜଣ ପୋଲିସ ପର୍ଯ୍ୟବେକ୍ଷକ ଓ ୧୮ ଜଣ ବ୍ୟୟ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି।
ସୁରକ୍ଷା ବ୍ୟବସ୍ଥା:- ସଂପୂର୍ଣ୍ଣ ସୁରକ୍ଷିତ ପରିବେଶ ମଧ୍ୟରେ ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଏଠାରେ ୧୨୫ କମ୍ପାନୀ ଈଅPଏ (ସେଣ୍ଟ୍ରାଲ ଆର୍ମଡ଼୍‌ ପୋଲିସ ଫୋର୍ସ) ନିୟୋଜିତ କରାଯାଇଛି।

Post Views: 38
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In