• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଦାଦନ ସମସ୍ୟା ଦୂର ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ

by Voice of Victims
October 14, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଦାଦନ ସମସ୍ୟା ଦୂର ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟରେ କାମ ନ ପାଇ ବାହାର ରାଜ୍ୟକୁ ଯାଉଥିବା ଦାଦନ ଶ୍ରମିକଙ୍କ ଉପରେ ରୋକ୍ ଲଗାଇବାକୁ ରାଜ୍ୟ ସରକାର ସ୍ବତନ୍ତ୍ର ଟାସ୍କଫୋର୍ସ ଗଠନ କରିଛନ୍ତି। ଦାଦନ ସମସ୍ୟାର ନିରାକରଣ ପାଇଁ ଦିଗଦର୍ଶନ ଦେବାକୁ ଟାସ୍କଫୋର୍ସ ଗଠନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ସ୍ବତନ୍ତ୍ର ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠିତ ହୋଇଛି। ଟାସ୍କଫୋର୍ସରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସଦସ୍ୟ ରହିବେ। ସେହିପରି ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସହ ଅନ୍ୟ ବିଭାଗ ମନ୍ତ୍ରୀ, ମୁଖ୍ୟ ସଚିବ, ଉନ୍ନୟନ କମିଶନର, ବିଭାଗୀୟ ସଚିବ ପ୍ରମୁଖ ଟାସ୍କଫୋର୍ସ ସଦସ୍ୟ ରହିବେ। ଏହି ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଓଡ଼ିଶାର ଶ୍ରମିକମାନଙ୍କ ସମସ୍ୟାର ସମାଧାନ ତଥା ଦାଦନଜନିତ ବିସ୍ଥାପନ ରୋକିବା ପାଇଁ ସବିଶେଷ ଆଲୋଚନା କରିବା ସହ ସେସବୁ ସମସ୍ୟାର ସମାଧାନ ପାଇଁ କାର୍ଯ୍ୟପନ୍ଥା ସ୍ଥିର କରିବ । ଟାସ୍କଫୋର୍ସ ବିଭିନ୍ନ ସରକାରୀ ସଂସ୍ଥାମାନଙ୍କ ଦ୍ଵାରା ନିଆଯିବାକୁ ଥିବା ପଦକ୍ଷେପଗୁଡିକ ସୁପାରିଶ କରିବ । ଏହି ଉଚ୍ଚସ୍ତରୀୟ ଟାସ୍କଫୋର୍ସଟି ଲୋକସେବା ଭବନଠାରେ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗରେ କାର୍ଯ୍ୟକରିବ । ପ୍ରତି ଛଅ ମାସରେ ଅନ୍ୟୁନ ଥରେ ଟାସ୍କଫୋର୍ସର ବୈଠକ ବସିବ। ଦାଦନ ଦୂରୀକରଣ କ୍ଷେତ୍ରରେ ଉଚ୍ଚକୋଟୀର କାର୍ଯ୍ୟ କରିଥିବା ବିଶେଷଜ୍ଞ, ଶିକ୍ଷାବିତ, ଉନ୍ନୟନ ବିଶେଷଜ୍ଞ, ମିଳିତ ଜାତିସଂଘ ଅନୁବନ୍ଧିତ ସଂସ୍ଥାର ପ୍ରତିନିଧିମାନଙ୍କୁ ମଧ୍ୟ ବୈଠକକୁ ନିମନ୍ତ୍ରିତ କରାଯିବାର ବ୍ୟବସ୍ଥା ରହିଛି। ଏହି ସ୍ଵତନ୍ତ୍ର ଟାସ୍କଫୋର୍ସ ଅଞ୍ଚଳ ଅନୁଯାୟୀ ବିସ୍ଥାପନର ପ୍ରକାରଭେଦ ନିରୀକ୍ଷଣ କରିବା ସହ ଆବଶ୍ୟକୀୟ ନିର୍ଦ୍ଦିଷ୍ଟ ପଦକ୍ଷେପ ପାଇଁ ସୁପାରିଶ କରିବ । ଦକ୍ଷତା ବିକାଶ, ରଣ ଉପଲବ୍ଧତା, ଦାରିଦ୍ର୍ୟ ନିରାକରଣ ଯୋଜନାରେ ପରିବାରମାନଙ୍କୁ ସାମିଲ କରାଯିବ । ଭିତ୍ତିଭୂମି ଯୋଗାଇ ଦେବା, ରୋଜଗାର ସୁଯୋଗ ସୃଷ୍ଟି କରିବା ନିମନ୍ତେ ବିଭିନ୍ନ ସରକାରୀ ବିଭାଗ ଦ୍ଵାରା ନିଆଯିବାକୁ ଥିବା ନିର୍ଦ୍ଧିଷ୍ଟ ପଦକ୍ଷେପ ସଂପର୍କରେ ସୁପାରିଶ କରିବ । ଦାଦନ ସମସ୍ୟାର ସାମଗ୍ରିକ ଏବଂ ସ୍ଥାୟୀ ସମାଧାନ ପାଇଁ ରାଜ୍ୟ, ଜିଲ୍ଲା, ପଞ୍ଚାୟତ ସମିତି ସ୍ତରରେ ଆବଶ୍ୟକୀୟ ଆନୁଷ୍ଠାନିକ ଢାଞ୍ଚା ଉପଲବ୍ଧ କରାଇବା ନିମନ୍ତେ ପରାମର୍ଶ ଦେବ । ରାଜ୍ୟରେ ଦାଦନ ସମସ୍ୟା ବଢି ଚାଲିବା ପରେ ଏଥିପାଇଁ ରାଜ୍ୟ ସରକାର ଅନେକ ସମାଲୋଚିତ ହୋଇଛନ୍ତି । ବିଭିନ୍ନ ସମୟରେ ଏହି ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରାଯାଇଥିଲେ ବି ଆଖି ଦୃଶିଆ ସୁଧାର ଆସିନାହିଁ । ତେବେ ନୂଆ ସରକାର ଆସିବା ପରେ ଏଥିପାଇଁ ସ୍ବତନ୍ତ୍ର ଟାସ୍କ ଫୋର୍ସ ଗଠନ କରିବା ଦ୍ବାରା ସମସ୍ୟା ସମାଧାନ ହେବ ବୋଲି ଆଶା କରାଯାଉଛି। 

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In