• About Us
  • Contact Us
Monday, September 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କାର୍ତ୍ତିକ ପାଣ୍ଡିଆନଙ୍କ ବଡ ଘୋଷଣା, କହିଲେ ମୁଁ ନିର୍ବାଚନ ଲଢିବି ନାହିଁ

by Voice of Victims
December 15, 2023
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
କାର୍ତ୍ତିକ ପାଣ୍ଡିଆନଙ୍କ ବଡ ଘୋଷଣା, କହିଲେ ମୁଁ ନିର୍ବାଚନ ଲଢିବି ନାହିଁ

ଭୁବନେଶ୍ବର: ଆଜି ପୁଣି ବିରୋଧୀଙ୍କୁ ଏକ ମାଷ୍ଟରଷ୍ଟ୍ରୋକ ଦେଇଛନ୍ତି ବିଜେଡି ନେତା ତଥା 5ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଆଜି ବିଜେଡି କାର୍ଯ୍ୟକାରିଣୀ ବୈଠକରେ ସେ କହିଛନ୍ତି ଯେ ମୁଁ ଚଳିତ ନିର୍ବାଚନରେ ଲଢେଇ କରୁ ନାହିଁ। ଏ ନେଇ ଦଳର ବରିଷ୍ଠ ନେତା ତଥା ବିଧାୟକ ଦେବୀ ମିଶ୍ର ଗଣମାଧ୍ୟମକୁ ଜଣାଇଛନ୍ତି। ସେ କହିଲେ ଯେ, ଭି କେ ପାଣ୍ଡିଆନ ଚଳିତ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିବେ ନାହିଁ ବୋଲି ଘୋଷଣା କରିଛନ୍ତି। ଏହାକୁ ନେଇ ରାଜ୍ୟ ରାଜନୀତିରେ ପୁଣି ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ପୂର୍ବରୁ ବିରୋଧୀ ଯେଉଁ କଳ୍ପନାଜଳ୍ପନା କରିଥିଲେ ଯେ, ପାଣ୍ଡିଆନ ନିର୍ବାଚନ ଲଢି ମୁଖ୍ୟମନ୍ତ୍ରୀ କିମ୍ବା ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ହେଲେ ସେହି ଚର୍ଚ୍ଚାରେ ଏବେ ବିରାମ ଲାଗିଛି। ତେବେ ଦେବୀ ମିଶ୍ରଙ୍କ କହିବା କଥା ଯେ, ପାଣ୍ଡିଆନ ଦଳକୁ ସଶକ୍ତ କରିବା ପାଇଁ ସବୁ ପ୍ରକାରର କାର୍ଯ୍ୟ କରିବେ। ସେ ପୁଣି କହିଛନ୍ତି ଯେ, ଯଦି ପାଣ୍ଡିଆନ ଚାହିଁବେ ତେବେ ସେ ନିର୍ବାଚନରେ ଲଢେଇ କରିପାରିବେ। କାରଣ ସେ ବର୍ତ୍ତମାନ ଆଇଏଏସ ଚାକିରୀ ଛାଡି ବିଜେଡିରେ ଯୋଗ ଦେଇଛନ୍ତି। କିନ୍ତୁ ସେ ଏଥର ନିର୍ବାଚନରେ ଲଢେଇ କରିବେ ନାହିଁ ବୋଲି ନିଷ୍ପତି କରିଛନ୍ତି। ସେ ନବୀନ ପଟ୍ଟନାୟକଙ୍କ ବିକାଶ ଧାରାକୁ ସାରା ରାଜ୍ୟରେ ତ୍ବରାନିତ କରିବା ସହିତ ଦଳକୁ ଆହୁରି ମଜବୁତ କରିବେ ବୋଲି ଦେବୀ କହିଛନ୍ତି। ଆଜି ଶଙ୍ଖଭବନରେ ବିଜେଡିର କାର୍ଯ୍ୟକାରିଣୀ ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ବିଜେଡିର ସମସ୍ତ କାର୍ଯ୍ୟକାରିଣୀ ସଦସ୍ୟ ଯୋଗଦେଇ ଥିଲେ। ଏଥିରେ ମୁଖ୍ୟମନ୍ତ୍ରୀ ତାଙ୍କର ଭାଷଣ ଦେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିଲେ। ସେହିପରି ଦଳର ନେତା ପାଣ୍ଡିଆନ ଭାଷଣ ଦେଇ ସେ ନିର୍ବାଚନ ଲଢେଇ କରିବେ ନାହିଁ ବୋଲି ଘୋଷଣା କରିଥିଲେ। ଆଇଏଏସ ଅଫିସର ଥିବା ବେଳେ ପାଣ୍ଡିଆନ କାହିଁକି ଚାକିରୀ ଛାଡି ଦଳରେ ସାମିଲ ହେଉ ନାହିଁନ୍ତି ବୋଲି ବିରୋଧୀ ସେତେବେଳେ ଆହ୍ବାନ ଦେଉଥିଲେ। ହେଲେ ପରବର୍ତ୍ତି ସମୟରେ ସେ ଚାକିରୀ ଛାଡି ଦଳରେ ସାମିଲ ହେଲେ। ଯାହା ଫଳରେ ବିରୋଧୀଙ୍କୁ ମୁହଁ ଚୁପ ହୋଇଗଲା। ଏହାପରେ ସେମାନେ ପାଣ୍ଡିଆନଙ୍କ ନାମରେ ପରୋକ୍ଷରେ ଏକ ପ୍ରଚାର କଲେ। ତାହା ହେଲା ଯେ, ପାଣ୍ଡିଆନ ମୁଖ୍ୟମନ୍ତ୍ରୀ ହେବେ। ହେଲେ ପାଣ୍ଡିଆନଙ୍କ ଆଜିର ଘୋଷଣା ପରେ ବିରୋଧୀ ମୁହଁ ନାଲି ପଡିଯାଇଛି।

Post Views: 85
Share204Tweet127Send
Voice of Victims

Voice of Victims

Recent Posts

  • ଟିଏମସିର ନିର୍ବାଚନ ଚିହ୍ନ ଫ୍ରିଜ୍ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କପିଲ ସିବଲ
  • କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ: ୨ ଭାରତୀୟ ପାଇଲଟ୍ ଛାତ୍ରଙ୍କ ମୃତ୍ୟୁ
  • ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭା ସପ୍ତମ ମୌସୁମୀ ଅଧିବେଶନ, ମୁହାଁମୁହିଁ ହେବେ ସରକାର-ବିରୋଧୀ
  • ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ୨୪ ଘଣ୍ଟାରେ ଅବପାତ
  • ଭାଷା ଓ ସାହିତ୍ୟ ରେ ସମ୍ମାନଜନକ ଡକ୍ଟରେଟ ଉପାଧି ପାଇଲେ ପୁରୀ ର ଗୀତାଞ୍ଜଳି ପଣ୍ଡା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In