• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ବିଭିନ୍ନ ଜିଲ୍ଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି

by Voice of Victims
October 16, 2024
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ବିଭିନ୍ନ ଜିଲ୍ଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ।ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିଷ୍ପତି ନିଆଯାଇଛି। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା କାର୍ଯ୍ୟନିମନ୍ତେ ସଂସ୍କୃତିମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ବିଭିନ୍ନ ଲୋକପ୍ରତିନିଧି, ସ୍ବେଚ୍ଛାସେବୀ ଅନୁଷ୍ଠାନ, ବିଶିଷ୍ଟ ବ୍ୟକ୍ତିବିଶେଷ ଏବଂ ଜିଲ୍ଲା ପ୍ରଶାସନ ଠାରୁ ହସ୍ତଗତ ହୋଇଥିବା ପ୍ରସ୍ତାବ ସମ୍ବନ୍ଧରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିମନ୍ତେ ଏକ ସାରଣୀ ପ୍ରସ୍ତୁତ କରାଯାଇଥିଲା। ଏହିକ୍ରମରେ କେନ୍ଦ୍ରାପଡାରେ ଭଜନ ସମ୍ରାଟ ଭିକାରୀ ବଳ, ବଲାଙ୍ଗୀରରେ ଧରମସିଂହ ମାନ୍ଧାତା ମାଝୀ, ଭୁବନେଶ୍ୱରରେ କୁନ୍ତଳା କୁମାରୀ ସାବତ, କବି ଶେଖର ଚିନ୍ତାମଣୀ ମହାନ୍ତି, ବ୍ରହ୍ମପୁରରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ, ଭଦ୍ରକରେ ଗୋକୁଳାନନ୍ଦ ମହାନ୍ତି, କେନ୍ଦୁଝରରେ ରତନା ନାୟକ, ସମ୍ବଲପୁରରେ ଅଟଳବିହାରୀ ବାଜପେୟୀ ଓ ବୀର ସୁରେନ୍ଦ୍ର ସାଏ, କଟକରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ, ମଧୁସୂଦନ ଦାସ, ଅଟଳ ବିହାରୀ ବାଜପେୟୀ, ବରଗଡ଼ରେ ଗଙ୍ଗାଧର ମେହେର, ବାଲେଶ୍ୱରରେ ଫକୀର ମୋହନ ସେନାପତି, ବାଘାଯତୀନ, ପୁରୀ ଡେଲାଙ୍ଗରେ ବୌଦ୍ଧଧର୍ମ ବିଶାରଦ ଡିଗନାଗ, ମାଲକାନଗିରିରେ ତାମ୍ମା ଦୋରା ଏବଂ ଭୁବନରେ ବାଜିରାଉତଙ୍କ ପ୍ରତିମୂର୍ତ୍ତି ସ୍ଥାପନା ନିମନ୍ତେ ନିଷ୍ପତି ନିଆଯାଇଛି। ସେହିପରି ଭାବେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ଏବଂ ପ୍ରଥମ ଓଡ଼ିଆ ଶଙ୍କରାଚାର୍ଯ୍ୟ ଶ୍ରୀଧର ସ୍ୱାମୀଙ୍କ ପ୍ରତିମୂର୍ତ୍ତି ମଧ୍ୟ ସ୍ଥାପନା କରାଯିବାର ନିଷ୍ପତ୍ତି ନିଆ ଯାଇଛି। ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି ଯେ, ଭାରତବର୍ଷର ସ୍ୱାଧୀନତା, ଓଡ଼ିଶା ପ୍ରଦେଶର ସ୍ୱତନ୍ତ୍ରତା, ଆମ ଭାଷା ଓ ସାହିତ୍ୟକୁ ନିଜର ଲେଖନୀ ଚାଳନା ମାଧ୍ୟମରେ ରୁଦ୍ଧିମନ୍ତ କରିବା ଏବଂ ଓଡ଼ିଶାର ଐତିହ୍ୟ ଏବଂ ଓଡ଼ିଆ ସଂସ୍କୃତିର ମୂଲ୍ୟବୋଧକୁ ବଜାୟ ରଖିବା ଦିଗରେ ଆମ ବରପୁତ୍ରମାନେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ଆମ ସ୍ୱାଧୀନତା ଓ ସ୍ୱାଭିମାନ ପାଇଁ ବଳିଦାନ ଦେଇଥିବା ଏବଂ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ରକ୍ଷକ ଭାବେ କାର୍ଯ୍ୟକରିଥିବା ବରପୁତ୍ରମାନେ ହେଲେ ଆମ୍ଭମାନଙ୍କ ପାଇଁ ଚିରନମସ୍ୟ। ସେମାନଙ୍କର କାର୍ଯ୍ୟ ଏବଂ ମୂଲ୍ୟବୋଧ ଚିରସ୍ମରଣୀୟ ଓ ଆମ ଯୁବପିଢ଼ିଙ୍କ ପାଇଁ ପ୍ରେରଣାର ଉତ୍ସ। ତେଣୁ ପ୍ରାଥମିକତା ଭିତ୍ତିରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାର ସ୍ଥାପନା କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି ବୋଲି ମନ୍ତ୍ରୀ ଶ୍ରୀ ସୂରଜ କରିଛନ୍ତି।

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In