• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଏକାମ୍ର ନିର୍ବାଚନ ମଣ୍ଡଳୀ ପାଇଁ ୧୫୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

by Voice of Victims
December 15, 2023
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଏକାମ୍ର ନିର୍ବାଚନ ମଣ୍ଡଳୀ ପାଇଁ ୧୫୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ୧୫୯.୨୯ କୋଟି ଟଙ୍କା ବ୍ୟୟରେ ୪ଟି ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏକାମ୍ର ନିର୍ବାଚନମଣ୍ଡଳୀର ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହିସବୁ ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖିଛନ୍ତି। ପ୍ରକଳ୍ପ ଗୁଡିକ ମଧ୍ୟରେ ୭୭.୭୪ କୋଟି ଟଙ୍କା ବ୍ୟୟରେ ଧଉଳି ଓ ଟିକରପଡା ଠାରେ ନଦୀଗର୍ଭ ଜଳାଶୟ ପ୍ରକଳ୍ପ, ୨୨ କୋଟି ଟଙ୍କା ବ୍ୟୟରେ ଲିଙ୍ଗିପୁର, ଇଟିପୁର ଓ ଟିକରପଡା ଗ୍ରାମପଞ୍ଚାୟତର ଦୟା ଡାହାଣ ପାର୍ଶ୍ବ ନଦୀବନ୍ଧରେ ଦୁଇ ଥାକିଆ ରାସ୍ତା ନିର୍ମାଣ ପ୍ରକଳ୍ପ ରହିଛି। ସେହିପରି ୪୨.୫୫ କୋଟି ଟଙ୍କା ବ୍ୟୟରେ ବାସୁଆଘାଇର କାମେନା ଠାରେ ୬ଟି ଗ୍ରାମ ପଞ୍ଚାୟତ ବାସୀଙ୍କ ପାଇଁ ବୃହତ ପାଇପ ଜଳଯୋଗାଣ ପ୍ରକଳ୍ପ ଏବଂ ୧୭ କୋଟି ଟଙ୍କା ବ୍ୟୟରେ ଇଟିପୁର ଗ୍ରାମପଞ୍ଚାୟତରେ ଏକ ନୂତନ ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ନିର୍ମାଣ ପ୍ରକଳ୍ପ ରହିଛି। ଏସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଏକାମ୍ର ନିର୍ବାଚନମଣ୍ଡଳୀର ଅଞ୍ଚଳବାସୀ ବହୁଳ ଭାବରେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। କାର୍ଯ୍ୟକ୍ରମରେ ବିଜ୍ଞାନ ଓ କାରିଗରୀ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ, ମେୟର ସୁଲୋଚନା ଦାସ ଏବଂ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Post Views: 49
Share198Tweet124Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In