• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସବୁ ବନ୍ଦରକୁ ୧ ନମ୍ଵର ବିପଦ ସଙ୍କେତ ଜାରି

by Voice of Victims
October 22, 2024
in ମୁଖ୍ୟ ଖବର, ରାଜ୍ୟ
ସବୁ ବନ୍ଦରକୁ ୧ ନମ୍ଵର ବିପଦ ସଙ୍କେତ ଜାରି

ଭୁବନେଶ୍ଵର : ମାଡ଼ି ଆସୁଛି ‘ଦାନା’। ବଙ୍ଗୋପସାଗରରେ ଆଗକୁ ଆଗକୁ ବଢୁଛି ଅବପାତ। ସମ୍ଭାବ୍ୟ ବାତ୍ୟା ପାଇଁ ସବୁ ବନ୍ଦରକୁ ୧ ନମ୍ଵର ବିପଦ ସଙ୍କେତ ଜାରି ହୋଇଛି। ଏନେଇ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ୨୫ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୭ ଜିଲ୍ଲାକୁ ରେଡ୍ ଓ ୧୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସନ୍ଧ୍ୟାରୁ ପାଗ ବଦଳିବ। କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଓ କଟକରେ ଅତି ପ୍ରବଳ ବର୍ଷା ହେବ।  ପ୍ରକାଶ ଥାଉକି, ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟାରେ ପରିଣତ ହେବ। ୨୪ ସକାଳେ ଭୀଷଣ ବାତ୍ୟାରେ ପରିଣତ ହେବ। ୨୪ ରାତି ୨୫ ତାରିଖ ସକାଳ ମଧ୍ୟରେ ପୁରୀରୁ ପଶ୍ଚିମବଙ୍ଗ ସାଗର ଦ୍ଵୀପ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ। ପବନର ବେଗ ୧୦୦ ରୁ ୧୧୦ ମଧ୍ୟରେ ରହିବ। ସେହିପରି ଝଟକା ପବନର ବେଗ ସର୍ବାଧିକ ୧୨୦ ରହିବ।  ଏହା ପାରାଦୀପ ଠାରୁ ୭୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଧୀରେଧୀରେ ସ୍ଥଳଭାଗ ମୁହାଁ ହେଉଛି। ସେହିପରି ଏହା ପଶ୍ଚିମବଙ୍ଗର ସାଗର ଦ୍ଵୀପ ଠାରୁ ୭୭୦ କିମି ଦକ୍ଷିଣ ଦକ୍ଷିଣ-ପୂର୍ବ ଦିଗରେ ରହିଛି। ସେପଟେ ବାଂଲାଦେଶ କ୍ଷେପପୁର ଠାରୁ ୭୪୦ କିମି ଦୂରରେ ରହିଛି। ଏହା ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଧୀରେଧୀରେ ଗତି କରିବ। 

Post Views: 34
Share198Tweet124Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In