• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରସ୍ତୁତି

by Voice of Victims
October 23, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରସ୍ତୁତି

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବଜାରରେ ପ୍ରଚୁର ପରିମାଣର ସାମଗ୍ରୀ ମହଜୁଦ ଥିବା ଏବଂ ସମସ୍ତ ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତି ଥିବା ବିଭାଗୀୟ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀ କିଣି ଘରେ ନରଖିବା ପାଇଁ ମଧ୍ୟ ମନ୍ତ୍ରୀ ଶ୍ରୀ ପାତ୍ର ଜନସାଧାରଣ ମାନଙ୍କୁ ନିବେଦନ କରିଛନ୍ତି । ସେହିଭଳି ଏହାର ସୁଯୋଗ ନେଇ ବ୍ୟବସାୟୀ ମାନେ ମୂଲ୍ୟବୃଦ୍ଧି ନକରିବା ପାଇଁ ମଧ୍ୟ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ପନିପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଯୋଗାଣ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବା ସହ ବିଭିନ୍ନ ଅଭିଯୋଗକୁ ଭିତ୍ତିକରି ବିଭାଗୀୟ ଅଧିକାରୀ ମାନେ ଅନେକ ସ୍ଥାନରେ ଚଢ଼ାଉ ଯାରି ରଖିଛନ୍ତି । ଆଜି ଯୋଗାଣ ବିଭାଗ ପକ୍ଷରୁ ଏକ ନଂ ଓ ଚାରି ନଂ ମାର୍କେଟ, ଇନ୍ଦ୍ରଧନୁ ମାର୍କେଟ, ଡମଣା, ବଡଗଡ଼, ସହିଦ ନଗର ଆଦି ଅଞ୍ଚଳରେ ଚଢ଼ାଉ କରାଯାଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି କରୁଥିବା ବ୍ୟବସାୟୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଟେଲିଫୋନ ନଂ ଯାରି କରାଯାଇଛି । ଏହି ନମ୍ବରଟି ହେଉଛି -୦୬୭୪-୨୩୯୬୨୨୭ । ସେହିଭଳି ନାଫେଡ ପକ୍ଷରୁ ମଧ୍ୟ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ସୁଲଭ ମୂଲ୍ୟରେ ପିଆଜ ବିକ୍ରୟ କରାଯଇଛି ।

Post Views: 38
Share198Tweet124Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In