• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ବାତ୍ୟା ସଂପୂର୍ଣ୍ଣ ଦୁର୍ବଳ ହୋଇ ସାରିଛି, ଓଡ଼ିଶା ଏବେ ସୁରକ୍ଷିତ: ମୁଖ୍ୟମନ୍ତ୍ରୀ

by Voice of Victims
October 25, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବାତ୍ୟା ସଂପୂର୍ଣ୍ଣ ଦୁର୍ବଳ ହୋଇ ସାରିଛି, ଓଡ଼ିଶା ଏବେ ସୁରକ୍ଷିତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ପରିସ୍ଥିତି ଓ ପୁନରୁଦ୍ଧାର କାମର ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ଗଣ ମାଧ୍ୟମ ଆଗରେ ନିଜର ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ କହିଲେ ଯେ, ମହାପ୍ରଭୁଙ୍କ ଆଶୀର୍ବାଦ ଓ ଜନସାଧାରଣଙ୍କ ସହଯୋଗ ପାଇଁ ଆମେ ବାତ୍ୟା ମୁକାବିଲାରେ ସଫଳ ହୋଇଛୁ। ଆମେ ଆମର ଜିରୋ କାଜୁଆଲିଟି ଲକ୍ଷ୍ୟ ହାସଲ କରି ପାରିଛୁ। ସେଥିପାଇଁ ମୁଖ୍ୟମନ୍ତ୍ରୀ କର୍ମଚାରୀଙ୍କୁ ଧନ୍ୟବାଦ ଦେଇଥିଲେ। ଗଣମାଧ୍ୟମ ମଧ୍ୟ ପ୍ରତି ମୁହୂର୍ତ୍ତରେ ଖବର ଦେଇ ଜନ ସାଧାରଣଙ୍କୁ ସତର୍କ ଓ ସରକାରଙ୍କୁ ପଦକ୍ଷେପ ନେବାକୁ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀ ଗଣ ମାଧ୍ୟମକୁ ମଧ୍ୟ ଧନ୍ୟବାଦ୍ ଦେଇଥିଲେ। କର୍ମଚାରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ସେମାନେ କଠିନ ପରିଶ୍ରମ କରି ମୁକାବିଲା କାର୍ଯ୍ୟକୁ ସଫଳ କରିଛନ୍ତି। ଆଉ ୨୪ ରୁ ୪୮ ଘଣ୍ଟା ପରିଶ୍ରମ କଲେ ଆମର ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ସଂପୂର୍ଣ୍ଣ ସଫଳ ହେବ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ଗତ କାଲି ସନ୍ଧ୍ୟା ସୁଦ୍ଧା ଆମର ଆଶ୍ରୟ ସ୍ଥଳୀଗୁଡିକୁ ପ୍ରାୟ ୮ ଲକ୍ଷ ଲୋକ ଆସି ସୁରକ୍ଷିତ ଭାବରେ ରହିଥିଲେ। ପୁନରୁଦ୍ଧାର କାର୍ଯ୍ୟ ଉପରେ ସୂଚନା ଦେଇ ସେ କହିଲେ ଯେ, ତଥ୍ୟ ଅନୁଯାୟୀ ସବୁ ପ୍ରମୁଖ ରାସ୍ତା ଗୁଡିକ ଅବରୋଧ ହଟାଯାଇ ଗମନାଗମନ ଉପଯୋଗୀ କରାଯାଇଅଛି। ବିଦ୍ୟୁତ୍ ସରବରାହ ବ୍ୟବସ୍ଥାକୁ ସ୍ବାଭାବିକ କରିବା ପ୍ରକ୍ରିୟା ଜାରି ରହିଛି। ସମୁଦାୟ ୨୨.୪୩ ଲକ୍ଷ ଘରେ ବିଜୁଳି ବାଧାପ୍ରାପାପ୍ତ ହୋଇଥିଲା। ତନ୍ମଧ୍ୟରୁ ୧୪.୮୦ ଲକ୍ଷ ଘରକୁ ଆଜି ସନ୍ଧ୍ୟା ୬ ଟା ସୁଦ୍ଧା ବିଜୁଳି ଯୋଗାଣ କରାଯାଇସାରିଛି। ଏବେ ମଧ୍ୟ ବିଦ୍ୟୁତ୍ ବ୍ୟବସ୍ଥା ପୁନକ୍ଷମ କାର୍ଯ୍ୟ ଚାଲୁରହିଛି। ଯେଉଁ ଅଞ୍ଚଳରେ ବର୍ଷା ଲାଗି ରହିଛି ସେଠାରେ restoration କରିବା ପାଇଁ ଆଉ କିଛି ସମୟ ଲାଗିବ । ଶକ୍ତି ବିଭାଗ ପ୍ରମୁଖ ସଚିବ କେନ୍ଦ୍ରାପଡ଼ା ଓ ଭଦ୍ରକରେ ଉପସ୍ଥିତ ରହି restoration କାମ ତଦାରଖ କରି କାମ ତ୍ୱରାନ୍ୱିତ କରୁଛନ୍ତି ବୋଲି ସେ କହିଥିଲେ। ଆସନ୍ତା କାଲି ଅପରାହ୍ନ ସୁଦ୍ଧା ପରିସ୍ଥିତି ସ୍ବାଭାବିକ ହେଇଯିବ ବୋଲି ସେ କହିଥିଲେ। କୃଷି କ୍ଷେତ୍ରରେ ପ୍ରାରମ୍ଭିକ ଆକଳନରୁ (Eye estimate) ଜଣାଯାଇଛି ଯେ, ୧.୭୫ ଲକ୍ଷ ଏକର ଚାଷ ଜମିରେ ଫସଲ କ୍ଷୟକ୍ଷତି ହୋଇଛି। ସଂପୂର୍ଣ୍ଣ ତଥ୍ୟ ମିଳିବା ପରେ କ୍ଷତିପୂରଣ ମଧ୍ୟ ଦିଆଯିବ। ଘରଭଙ୍ଗା ରିପୋର୍ଟ ମଧ୍ୟ ଖୁବ୍ ଶୀଘ୍ର ଆସିଯିବ। ଫସଲ କ୍ଷତି ଏବଂ ଘରଭଙ୍ଗା ପାଇଁ ଶୀଘ୍ର ସହାୟତା ଯୋଗାଇ ଦିଆଯିବ ବୋଲି ସେ କହିଥିଲେ। ସ୍ୱାସ୍ଥ୍ୟ ସେବା କାର୍ଯ୍ୟକ୍ରମ ଗୁଡିକ ଠିକ୍ ଚାଲିଛି ସବୁ ଆଶ୍ରୟସ୍ଥଳରେ ମେଡିକାଲ୍ ଟିମ୍ ଯାଇ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା କରୁଛନ୍ତି। ଡାକ୍ତରଖାନା ଓ ମା ଗୃହ ଗୁଡିକରେ ପ୍ରାୟ ୨୨୦୦ ନବଜାତ ଶିଶୁ ଜନ୍ମ ଗ୍ରହଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ଟି ହେଉଛନ୍ତି ଜାଆଁଳା ଶିଶୁ। ସବୁ ସ୍ଥାନରେ ମା ଓ ଶିଶୁମାନେ ସୁସ୍ଥ ଓ ସୁରକ୍ଷିତ ଅଛନ୍ତି। ଯେଉଁ ଜାଗାରେ ପାଣି ଜମି ରହିଛି, ଲୋକଙ୍କ ଘର ଭାଙ୍ଗିଛି, ସେଠାରେ ଲୋକମାନେ ପରିସ୍ଥିତି ସ୍ବାଭାବିକ ହେବା ପର୍ଯ୍ୟନ୍ତ ଆଶ୍ରୟ ସ୍ଥଳରେ ରହିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆବଶ୍ୟକତା ଅନୁଯାୟୀ ଆଶ୍ରୟସ୍ଥଳୀ ଗୁଡିକରେ ସାତ ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଯୋଗାଇ ଦେବାକୁ ଜିଲ୍ଲାପାଳମାନଙ୍କୁ ଅଧିକୃତ କରାଯାଇଛି ବୋଲି ସେ କହିଥିଲେ। ପୋଲିସ୍ ଫୋର୍ସ ମଧ୍ୟ ସବୁ ଜାଗାରେ ମୁତୟନ ଅଛନ୍ତି। ସମୁଦାୟ ୧୫୮ ପ୍ଲାଟୁନ୍ ଫୋର୍ସ ନିୟୋଜିତ ଅଛନ୍ତି। ଲୋକଙ୍କୁ ନେବା ଆଣିବାରେ ପୋଲିସ୍ ସହାୟତା ଯୋଗାଇଦେଉଛି। ଆଶ୍ରୟସ୍ଥଳୀ ଗୁଡିକୁ ସୁରକ୍ଷା ଯୋଗାଇଦେଉଛନ୍ତି। ପୋଲିସ ବାହିନୀର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସେମାନେ ଭଲ କାମ କରିଛନ୍ତି। ସହାନୁଭୂତିଶିଳ ହୋଇ କାମ କରୁଛନ୍ତି। ଲୋକ ମାନେ ପୋଲିସର ମାନବୀୟ ରୂପ ଦେଖିବାକୁ ପାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Post Views: 40
Tags: Cyclone has completely weakened
Share198Tweet124Send
Voice of Victims

Voice of Victims

Recent Posts

  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ
  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In