• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ପୁଣିଥରେ ପାଣ୍ଡିଆନଙ୍କ ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ

by Voice of Victims
December 16, 2023
in ମୁଖ୍ୟ ଖବର, ରାଜ୍ୟ
ପୁଣିଥରେ ପାଣ୍ଡିଆନଙ୍କ ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକେୟ ପାଣ୍ଡିଆନ୍ ଆଜି ହିଞ୍ଜିଳି ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହିତ ଉନ୍ନୟନମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିଛନ୍ତି। ଏହି ଅବସରରେ ହିଞ୍ଜିଳିବାସୀ ତାଙ୍କୁ ବିଭିନ୍ନ ସ୍ଥାନରେ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି। ଆଜି ଅପରାହ୍ନରେ ଶ୍ରୀ ପାଣ୍ଡିଆନ୍ ସର୍ବ ପ୍ରଥମେ ହିଞ୍ଜିଳିକାଟୁ ଗସ୍ତରେ ଯାଇ ପୋଚିଲିମା ଖମ୍ବେୟା ଦୋରା ଜୁନିୟର ବିଜ୍ଞାନ ମହାବିଦ୍ୟାଳୟର ରୂପାନ୍ତରୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏଥିପାଇଁ ୧୮୧.୨୩ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି। ଏହି ରୂପାନ୍ତର ଠିକ୍‌ ସମୟରେ ଶେଷ ହୋଇ ଥିବାରୁ ସେ ଅଧିକାରୀ ମାନଙ୍କୁ ଧନ୍ୟବାଦ୍ ଦେଇଥିଲେ।
ସେହିଠାରୁ ସାରୁ ଛକ ଏବଂ ମକରଝୋଳ ଛକ ଦେଇ ଗସ୍ତ କରିବା ବେଳେ ବିପୁଳ ସଂଖ୍ୟାରେ ସ୍ଥାନୀୟ ବାସିନ୍ଦା ଉତ୍ସାହର ସହିତ ସ୍ବାଗତ ଜଣାଇଥିଲେ। ଶ୍ରୀ ପାଣ୍ଡିଆନ୍ ହିଞ୍ଜିଳିକାଟୁ ମିନି ଷ୍ଟାଡିୟମ୍ ଠାରେ ହିଞ୍ଜିଳିକାଟୁ, ଶେରଗଡ ବ୍ଲକ୍ ଏବଂ ହିଞ୍ଜିଳିକାଟୁ ପୌରପରିଷଦ ଅଞ୍ଚଳ ସ୍ଥିତ ମହାବିଦ୍ୟାଳୟର ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ସେହିଠାରୁ ବିଜୁ ପଟ୍ଟନାୟକ ଛକ ନିକଟରେ ସ୍ଥାପିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଖଣ୍ଡରା ଛକ, ବୁରୁପଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଛକ, ମାରୁଡି ଛକ, ଗୋବିନ୍ଦପୁର, ପଥରାଭାଜି ଛକ, ସୁନାଥର ଛକ, ଶୋଳଷଳା ଛକ, ତାକରଡା, ଶେରଗଡ ଚାରିଛକ ଠାରେ ବିପୁଳ ସଂଖ୍ୟାରେ ସ୍ଥାନୀୟ ବାସିନ୍ଦା, ଲୋକପ୍ରତିନିଧି ଓ ସମର୍ଥକଗଣ ତାଙ୍କର ଏହି ଗସ୍ତକୁ ସ୍ବାଗତ ଜଣାଇ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଶେରଗଡସ୍ଥିତ ଗ୍ରାମ୍ୟ ଶିଳ୍ପ ପାର୍କ ଠାରେ ମିଶନ୍ ଶକ୍ତି ମା ମାନଙ୍କ ସହିତ ସେମାନଙ୍କ ଜୀବନ ଜୀବିକା ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ। ଗ୍ରାମ୍ୟ ଶିଳ୍ପ ପାର୍କର ରଣନୀତି ଓ ବିଭିନ୍ନ ସମସ୍ୟାର ସମାଧାନ କରି ଗ୍ରାମାଞ୍ଚଳରେ ବଜାର ଦ୍ବାରା ପରିଚାଳିତ ଜୀବିକା ସୁଯୋଗ ସମ୍ପର୍କରେ ସେ ଆଲୋଚନା କରିଥିଲେ। ଉଦ୍ୟୋଗୀ ମାନଙ୍କୁ ଶିଳ୍ପ କ୍ଷେତ୍ରରେ ପ୍ରେରଣା, ଚାକିରୀ ସୁଯୋଗ ସୃଷ୍ଟି କରିବା ଏବଂ ରାଜ୍ୟର ଅର୍ଥ ନୈତିକ ଉନ୍ନତିର ବିକାଶ ଧାରା କିଭଳି ବୃଦ୍ଧି ହେବ ସେଥି ନିମନ୍ତେ ଉଦ୍ଦିଷ୍ଟ ଗ୍ରାମ୍ୟ ଶିଳ୍ପ ନିମନ୍ତେ ପ୍ରୋତ୍ସାହିତ କରିଥିଲେ। ପୋଷାକ ତିଆରି କରିବା ୟୁନିଟ୍, ବଫେ କପ୍ ପ୍ଲେଟ୍ ପ୍ରସ୍ତୁତ ୟୁନିଟ୍, ଫୁଲଚାଷ, ବିୟୁଟି ପାର୍ଲର, ମକା ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍, ତୈଳ ଉତ୍ପାଦନ ୟୁନିଟ୍, ବେକରି ୟୁନିଟ୍, ଜୋତା ପ୍ରସ୍ତୁତ ୟୁନିଟ୍ ର କାର୍ଯ୍ୟରତ ସଭ୍ୟା ଏବଂ ଏହି କାର୍ଯ୍ୟରେ ଯୋଡି ହେବାକୁ ଯାଉଥିବା ସଭ୍ୟା ମାନଙ୍କ ସହିତ ଆଲୋଚନା କରିଥିଲେ। ଶେରଗଡ ବ୍ଲକ୍ କାର୍ଯ୍ୟାଳୟ ଠାରେ ଶେରଗଡ ଓ ହିଞ୍ଜିଳିକାଟୁ ବ୍ଲକ୍ ଅଞ୍ଚଳର ହିତାଧିକାରୀ କୃଷକ ମାନଙ୍କ ସହିତ ସେମାନଙ୍କ ଚାଷ ଜମିରେ ଜଳ ଯୋଗାଣ ସମ୍ପର୍କରେ ଆଲୋଚନା କରିଥିଲେ। ଚାଷୀ ମାନଙ୍କର ବୃହତ୍ତର ସ୍ୱାର୍ଥ ସାଧନ ତଥା ରୋଜଗାର ବୃଦ୍ଧି ଓ କର୍ମ ସଂସ୍ଥାନ ନିମନ୍ତେ ଅନ୍ୟ ରାଜ୍ୟକୁ ପଳାୟନ ରୋକିବା ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ପ୍ରତି ଏକର ଜଳସେଚନ ସୁନିଶ୍ଚିତ କରାଇବା ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ସେ କହିଥିଲେ। ପ୍ରଥମ ପର୍ଯ୍ୟାୟରେ ଆସନ୍ତା ୧ ବର୍ଷ ମଧ୍ୟରେ ୧୮୬.୪୭ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ଜଳସେଚନ ପ୍ରକଳ୍ପ ଜରିଆରେ ଜଳସେଚିତ ଜମିର ପରିମାଣ ୯୩୧୪ ହେକ୍ଟରରୁ ୧୪୧୭୩ ହେକ୍ଟର ଅର୍ଥାତ୍ ଶତକଡା ୫୯.୫୧ରୁ ୯୦.୫୬ ହେକ୍ଟର କୁ ବୃଦ୍ଧି ନିମନ୍ତେ ୬୬ଟି ପ୍ରକଳ୍ପ ମାଧ୍ୟମରେ ୨୧ଟି ଗ୍ରାମପଞ୍ଚାୟତ ଅଞ୍ଚଳରେ କାର୍ଯ୍ୟକାରୀ କରାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି । ସେଥିମଧ୍ୟରୁ ବୃହତ୍ ଓ ମଧ୍ୟମ ଜଳସେଚନ ମାଧ୍ୟମରେ ୨୬୫୨ ହେକ୍ଟର, ହରଭଙ୍ଗୀ ଜଳସେଚନ ପ୍ରକଳ୍ପ ଦ୍ବାରା ଭୂତଳ ପାଇପ୍ ଲାଇନ୍ କ୍ଷୁଦ୍ର ଜଳସେଚନ ମାଧ୍ୟମରେ ୩୩ଟି ପ୍ରକଳ୍ପ, ବୃହତ୍ ଉଠା ଜଳସେଚନ ମାଧ୍ୟମରେ ୧୦୦୦ ହେକ୍ଟର ଓ ଉଠା ଜଳସେଚନ ୩୧ଟି ପ୍ରକଳ୍ପ ମାଧ୍ୟମରେ ୬୫୨ ହେକ୍ଟର ଜମିକୁ ଜଳସେଚନର ସୁବିଧା ଦିଆଯିବ। ସମୁଦାୟ ୨୧ଟି ଗ୍ରାମପଞ୍ଚାୟତ ଅଞ୍ଚଳରେ ଏହିସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏହାଦ୍ଵାରା ଶେରଗଡ ବ୍ଲକର ପ୍ରାୟ ୧୦ ହଜାର ଚାଷୀ ଉପକୃତ ହୋଇପାରିବେ।
୨ୟ ପର୍ଯ୍ୟାୟରେ ଅବଶିଷ୍ଟ ଜମିକୁ ବିଭିନ୍ନ ଉଠା ଜଳସେଚନ ଯୋଜନା ଦ୍ୱାରା ଜଳସେଚନ କରାଯାଇ ଶତ ପ୍ରତିଶତ ଲକ୍ଷ୍ୟ ଖୁବ୍ ଶୀଘ୍ର ହାସଲ କରାଯିବ। ସେହିପରି ହିଞ୍ଜିଳି ପଞ୍ଚାୟତ ସମିତି ଅନ୍ତର୍ଗତ ୧୪୪୭୦ ହେକ୍ଟର ଚାଷୋପଯୋଗୀ ଜମି ମଧ୍ୟରୁ ୧୩,୭୭୯ ହେକ୍ଟର ତଥା ୯୫.୨୨ ଶତକଡା ଅଂଶ ଜମି ବିଭିନ୍ନ ଉତ୍ସ ମାଧ୍ୟମରେ ଜଳ ସେଚିତ ହେଉଅଛି । ଅବଶିଷ୍ଟ ୬୯୧ ହେକ୍ଟର ଚାଷ ଜମି ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୬୨୧ ହେକ୍ଟର ଜମିକୁ ବିଭିନ୍ନ ବିଭାଗ ଜରିଆରେ ତଥା ବୃହତ୍ ଓ ମଧ୍ୟମ ଜଳସେଚନ ଯୋଜନା ମାଧ୍ୟମରେ ୨୧୯ ହେକ୍ଟର, କ୍ଷୁଦ୍ର ଜଳସେଚନ ମାଧ୍ୟମରେ ୧୧୦ ହେକ୍ଟର ଓ ଉଠା ଜଳସେଚନ ମାଧ୍ୟମରେ ୨୯୨ ହେକ୍ଟର ଏହିପରି ମୋଟ ଶତକଡା ୯୯.୫୦ ଭାଗ ଅଂଶରେ ଜଳସେଚନ ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମହୋଦୟ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ଏଥି ନିମନ୍ତେ ୨୦.୪୫ କୋଟି ବ୍ୟୟ କରାଯାଇ ମୋଟ ୧୩ ଗୋଟି ଗ୍ରାମପଞ୍ଚାୟତ ଅଞ୍ଚଳରେ ୩୭ଟି ପ୍ରକଳ୍ପ ଜରିଆରେ ଲକ୍ଷ୍ୟ ହାସଲ କରାଯିବ। ଏହା ଦ୍ଵାରା ହିଞ୍ଜିଳି ବ୍ଲକର ପ୍ରାୟ ୨୦୦୦ ଚାଷୀ ଉପକୃତ ହେବେ। ଏହି କାର୍ଯ୍ୟ ଯେଭଳି ଉନ୍ନତ ମାନର ହେବ ଏବଂ ନିର୍ଦ୍ଧାରିତ ସମୟରେ ଶେଷ କରି କାର୍ଯ୍ୟକ୍ଷମ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ଉଭୟ ବ୍ଲକ୍‌ରେ ୨୦୭ କୋଟି ଟଙ୍କା ବ୍ୟୟରେ ୧୦୨ଟି ଜଳସେଚନା ପ୍ରକଳ୍ପ କରାଯିବ ବୋଲି ଶ୍ରୀ ପାଣ୍ଡିଆନଙ୍କ ସମୀକ୍ଷାରୁ ଜଣାଯାଇଛି। ଶେରଗଡ ଠାରୁ ବ୍ରହ୍ମପୁର ଗସ୍ତ ମଧ୍ୟରେ ଅଲାରଗଡ ଛକ, ପିପିଏମ୍ ପୁର ଗ୍ରାମ୍ୟ ଛକ, ରଙ୍ଗୁଣୀ ପାଲି ଗ୍ରାମ୍ୟ ଛକ, ବଡଖଣ୍ଡି ଆବାସ କଲୋନୀ ଛକ, ସମରଝୋଳ କାଳୀ ମନ୍ଦିର ଛକ, କୁକୁଡାଖଣ୍ଡି ଛକ, ଫାଷ୍ଟ ଗେଟ୍ ଛକ, ବିଜୁ ପଟ୍ଟନାୟକ ପାର୍କ ଠାରେ ବିପୁଳ ସ୍ଥାନୀୟ ଜନ ସାଧାରଣ ଓ ଲୋକ ପ୍ରତିନିଧି ଶ୍ରୀ ପାଣ୍ଡିଆନଙ୍କ ଏହି ଗସ୍ତକୁ ସ୍ବାଗତ ଜଣାଇବା ସହିତ ଉଚ୍ଛ୍ବସିତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଶ୍ରୀ ପାଣ୍ଡିଆନ୍ ବ୍ରହ୍ମପୁର ଠାରେ ଅବସ୍ଥିତ ମା’ ବୁଢୀ ଠାକୁରାଣୀ ମନ୍ଦିର ଗସ୍ତ କରିଥିଲେ। ଓଡିଶା ସରକାରଙ୍କ ସ୍ଥାପତ୍ୟ ଓ କୀର୍ତ୍ତିରାଜିର ସୁରକ୍ଷା ନିମନ୍ତେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ମା’ ବୁଢୀ ଠାକୁରାଣୀ ମନ୍ଦିରର ସର୍ବାଙ୍ଗୀନ ଉନ୍ନତି ସକାଶେ ୧୮.୯୧ କୋଟି ବ୍ୟୟରେ ମନ୍ଦିର ରେଖା ଦେଉଳ ଶୈଳୀରେ, ତିନିପାର୍ଶ୍ବ ମନ୍ଦିର ପିଢା ଦେଉଳ ଶୈଳୀରେ ନିର୍ମାଣ ହେବାକୁ ଥିବା କାର୍ଯ୍ୟ ଏବଂ ମୁଖ୍ୟ ଫାଟକର ନିର୍ମାଣ, ପୂଜାରୀ କକ୍ଷ, ଦୋକାନ ଗୃହ, ବହୁବିଧ ଗୃହର ନିର୍ମାଣ ସହିତ ପାରିପାର୍ଶ୍ବିକ ଉନ୍ନତି କିଭଳି କରାଯିବ ତାହା ସମୀକ୍ଷା କରି ଏହି କାର୍ଯ୍ୟ ଯଥାଶୀଘ୍ର ତ୍ବରାନ୍ବୀତ କରିବା ପାଇଁ ସଂପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି. କାର୍ତ୍ତିକେୟ ପାଣ୍ଡିଆନ୍ ଏହି ଗସ୍ତ ସମୟରେ ଜିଲ୍ଲାର ବହୁ ଲୋକ ପ୍ରତିନିଧି, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଙ୍କ ସମେତ ଜିଲ୍ଲାର ସମସ୍ତ ଜିଲ୍ଲା ସ୍ତରୀୟ ଓ ସଂପୃକ୍ତ ବିଭାଗୀୟ ଅଧିକାରୀଗଣ ଉପସ୍ଥିତ ଥିଲେ।

Post Views: 109
Share199Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In