• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ବାତ୍ୟା ଦାନା ସମୀକ୍ଷା, ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

by Voice of Victims
October 27, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବାତ୍ୟା ଦାନା ସମୀକ୍ଷା, ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟାଞ୍ଚଳ ପରିଦର୍ଶନ କରି ସନ୍ଧ୍ୟାରେ ପରିସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ।ସମିକ୍ଷାପରେ ଗଣ ମାଧ୍ୟମ ଆଗରେ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ କହିଲେ ଯେ ସମୁଦାୟ ୬୨୧୦ ଟି ଆଶ୍ରୟସ୍ଥଳରେ 8 ଲକ୍ଷରୁ ଅଧିକ ଲୋକ ରହିଥିଲେ । କିନ୍ତୁ ବର୍ତ୍ତମାନ ପ୍ରାୟ ସମସ୍ତେ ନିଜନିଜ ଘରକୁ ଫେରିଗଲେଣି। ଯେଉଁ କେତୋଟି ଗ୍ରାମ ପଞ୍ଚାୟତରେ ପାଣି ଜମି ରହିଛି ସେଠିକାର ଲୋକମାନେ ଏବେବି ଆଶ୍ରୟସ୍ଥଳୀରେ ଅଛନ୍ତି । ମାତ୍ର ୩୦ ହଜାର ଲୋକ ୪୭୦ ଟି ଆଶ୍ରୟସ୍ଥଳୀରେ ଅଛନ୍ତି । ବିଦ୍ୟୁତ୍ ଯୋଗାଣ ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ସୁଦ୍ଧା ପ୍ରାୟ 98 ପ୍ରତିଶତ ବିଦ୍ୟୁତ୍ ଉପଭୋକ୍ତାଙ୍କ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରାଯାଇଛି । ସମୁଦାୟ ୨୨ ଲକ୍ଷ ୮୪ ହଜାର ଉପଭୋକ୍ତା ପ୍ରଭାବିତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୨୨ ଲକ୍ଷ ୩୨ ହଜାର ଉପଭୋକ୍ତାଙ୍କୁ ବିଦ୍ୟୁତ୍ ସଂଯୋଗ ସ୍ୱଭାବିକ କରାଯାଇଛି। କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଅଳ୍ପ କେତୋଟି ଗ୍ରାମ ପଞ୍ଚାୟତ ଏବେବି ଜଳମଗ୍ନ ଅଛି । ତାହା ସତ୍ତ୍ୱେ ବି ବିଦ୍ୟୁତ୍ ଯୋଗାଣ କାର୍ଯ୍ୟ ଚାଲିଛି । ପାଣି କମିବା ପରେ ବିଦ୍ୟୁତ୍ ଯୋଗାଣ ଶତପ୍ରତିଶତ ସ୍ୱାଭାବିକ ହୋଇଯିବ । ୭ ହଜାରରୁ ଅଧିକ କର୍ମଚାରୀ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରିବା ପାଇଁ ନିୟୋଜିତ ଅଛନ୍ତି ବୋଲି ସେ କହିଥିଲେ। ବିଦ୍ୟୁତ୍ ପୁନଃ ଯୋଗାଣ କ୍ଷେତ୍ରରେ ଲୋକମାନେ କର୍ମଚାରୀଙ୍କୁ ସ୍ଵତଃ ପ୍ରବୃତ୍ତ ଭାବେ ସହଯୋଗ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଭାବିତ ଅଞ୍ଚଳର ମ୍ୟୁନିସପାଲଟି ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକରେ ସଫେଇ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଅଣପ୍ରଭାବିତ ଅଞ୍ଚଳରୁ ସଫେଇ କର୍ମଚାରୀ ଆଣି ରାସ୍ତାଘାଟ ପରିଷ୍କାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।କୃଷି କ୍ଷେତ୍ରର କ୍ଷୟକ୍ଷତି ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରାରମ୍ଭିକ ଆକଳନରୁ ଜଣାଯାଇଛି ଯେ, କୃଷି କ୍ଷେତ୍ରରେ କେନ୍ଦ୍ରାପଡା ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାର ୧୨ଟି ବ୍ଲକ୍ ର ୮୮୦ଟି ଗ୍ରାମ ପଞ୍ଚାୟତ ଓ ୪୧୦୦ଟି ଗ୍ରାମରେ ପ୍ରାୟ ୨ ଲକ୍ଷ ୨୧ ହଜାର ୮୦୦ ଏକର ଚାଷ ଜମିରେ ଫସଲ କ୍ଷତି ହୋଇଛି । ପ୍ରକୃତ ରିପୋର୍ଟ ଆସିବାପରେ ସହାୟତା ପ୍ରଦାନ କରାଯିବ ବୋଲି ସେ କହିଥିଲେ। ସେହିପରି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୩୩୫ଟି ଡାକ୍ତରୀ ଦଳ ନିୟୋଜିତ ହୋଇଥିଲେ । ସମୁଦାୟ ୪୮୭୧ ଗର୍ଭବତୀ ମହିଳାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ର ଓ ମା ଗୃହକୁ ଅଣାଯାଇଥିଲା। ସେଠାରେ ଏହି ସମୟ ମଧ୍ୟରେ ୨୫୨୯ ଜଣ ଶିଶୁ ଜନ୍ମ ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସବୁ ପ୍ରମୁଖ ରାସ୍ତା ଗୁଡିକରୁ ପ୍ରାୟ ସବୁ ଅବରୋଧ ହଟି ସାରିଛି ଏବଂ ବର୍ତ୍ତମାନ ଗମନା ଗମନରେ କୌଣସି ଅସୁବିଧା ନାହିଁ ବୋଲି ସେ କହିଥିଲେ। ବନ୍ୟା ଭୟ ବର୍ତ୍ତମାନ ଆଉ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବୁଢାବଳଙ୍ଗ ନଦୀ ପୂର୍ବରୁ ବିପଦ ସଂକେତ ଉପରେ ଥିଲା । ତେବେ, ବର୍ତ୍ତମାନ ଜଳସ୍ତର ହ୍ରାସ ପାଇଛି । ଏବେ ଏହା ବିପଦ ସଂକେତ ତଳେ ଅଛି। ବିପଦ ସ୍ତର ୮.୧୩ ମିଟର ଥିବା ବେଲେ ବର୍ତ୍ତମାନ ଜଳସ୍ତର ୭.୨୦ ମିଟର ଅଛି ବୋଲି ସେ କହିଥିଲେ। ବିଭିନ୍ନ ଜାଗାରେ ଲୋକଙ୍କ ଘରେ ବାତ୍ୟା ଦ୍ୱାରା ଗଛ ଭାଙ୍ଗି ପଡିଥିବାରୁ ଅଗ୍ନିଶମ ବିଭାଗକୁ ପ୍ରାୟ ୬ ହଜାର ଫୋନ୍ କଲ୍ ଆସିଥିଲା ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ଉପରେ ଅଗ୍ନିଶମ ବାହିନୀ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇଛି । ବାତ୍ୟା ମୁକାବିଲାରେ ଭାରତ ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ । ସେ କହିଥିଲେ ଯେ ବାତ୍ୟା ସମୟରେ ଲୋକଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ସରକାର ଆବଶ୍ୟକ ପରିମାଣର ଏନଡିଆରଏଫ୍ ଟିମ୍ ପଠାଇଥିଲେ । ଲୋକଙ୍କ ଜୀବନ ବଞ୍ଚାଇବାରେ ସେମାନଙ୍କ ଭୂମିକା ଖୁବ୍ ସହାୟକ ହୋଇଛି । ଏଥିପାଇଁ “ମୁଁ ମାନ୍ୟବର ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରୁଛି” ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେହିପରି, ବାତ୍ୟା ମୁକାବିଲା ପାଇଁ 21 ତାରିଖରୁ ସମୀକ୍ଷା ଆରମ୍ଭ କରାଯାଇଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଥମରୁ ଜିଲ୍ଲାପାଳମାନଙ୍କୁ ଯେଉଁ ସବୁ ନିର୍ଦ୍ଦେଶ ଏବଂ ଦାୟିତ୍ୱ ଦିଆ ଯାଇଥିଲା ସେମାନେ ଦିନରାତି ଏକ କରି ସେସବୁ କାର୍ଯ୍ୟକୁ ସୁଚାର ରୂପେ ସମ୍ପନ୍ନ କରିଛନ୍ତି । ରାଜ୍ୟ ସରକାର ଜିରୋ କାଜୁଆଲଟି ଲକ୍ଷ୍ୟ ହାସଲ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ “ଆପଣମାନଙ୍କ ଜରିଆରେ ମୁଁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ସବୁ କର୍ମଚାରୀମାନଙ୍କୁ ଧନ୍ୟବାଦ ଜଣାଉଛି । ବିଶେଷ କରି କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜର ଜିଲ୍ଲାପାଳମାନଙ୍କୁ ମୋର ସ୍ୱତନ୍ତ୍ର ଧନ୍ୟବାଦ ।” ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ସ୍ଵତନ୍ତ୍ର ରିଲିଫ କମିଶନର  ଦେଓ ରଞ୍ଜନ କୁମାର ସିଂହ, ପୋଲିସ ମହା ନିର୍ଦ୍ଦେଶକ ୱାୟି. ବି. ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ମାନେ ଉପସ୍ଥିତ ଥିଲେ।

Post Views: 43
Tags: Storm surge review
Share198Tweet124Send
Voice of Victims

Voice of Victims

Recent Posts

  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ
  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In