• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା

by Voice of Victims
November 2, 2024
in ମୁଖ୍ୟ ଖବର, ରାଜ୍ୟ
ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା

ଭୁବନେଶ୍ବର: ବରଗଡ଼ ଜିଲ୍ଲା ଭଟଲି ବ୍ଲକ୍ ଅନ୍ତର୍ଗତ କୁସନପୁରୀ ବିଜୟା ଛକ ନିକଟରେ ସ୍ତ୍ରୀକୁ ହତ୍ୟା କରିବା ପରେ ଆତ୍ମହତ୍ୟା କରିଛି ସ୍ୱାମୀ। ମୃତକମାନେ ହେଲେ ଶୋର ଭୁଏ ଓ ତାଙ୍କ ପତ୍ନୀ ସୁନିତା ଭୁଏ । ଶୋର ଓ ସୁନିତା ୧୪ ବର୍ଷ ପୂର୍ବରୁ ପ୍ରେମ ବିବାହ କରିଥିଲେ। ପ୍ରାୟ ୪ ବର୍ଷ ହେବ ସେମାନେ ଭଟଲିରେ ଆସି ରହୁଥିଲେ। ଗତକାଲି କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଶୋର ଉତ୍ତ୍ୟକ୍ତ ହୋଇ ସୁନିତାଙ୍କ ପେଟରେ ଛୁରୀ ଭୁସି ଦେଇଥିଲେ। ପରେ ଘରେ ଦଉଡି ଲଗାଇ ଆତ୍ମହତ୍ୟା କରିଥିଲେ।ଆଜି ସକାଳେ ବିଳମ୍ବିତ ସମୟ ପର୍ୟ୍ୟନ୍ତ ସୁନିତା ଘର କବାଟ ଖୋଲିନଥିଲେ। ଘର ମାଲିକ କବାଟ ବାଡ଼େଇ ଥିଲେ ମଧ୍ୟ କେହି କବାଟ ଖୋଲି ନଥିଲେ। ଏନେଇ ଘର ମାଲିକଙ୍କର ସନ୍ଦେହ ହୋଇଥିଲା। ପୁଲିସକୁ ଘଟଣାସଂପର୍କରେ ଜଣାଇବା ସହ ସେମାନଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପୁଲିସ ପହଞ୍ଚି କବାଟ ତାଡ଼ି ଉଭୟଙ୍କ ମୃତଦେହ ଉଦ୍ଧାର କରିଥିଲା। ପୁଲିସ ଉଭୟଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Post Views: 37
Share198Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In