• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ରାଜ୍ୟରେ ସ୍ଥାପନ ହେବ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନ

by Voice of Victims
November 4, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରାଜ୍ୟରେ ସ୍ଥାପନ ହେବ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନ

ଭୁବନେଶ୍ୱର: ଓଡ଼ିଶାରେ ହିନ୍ଦୀ ଭାଷାର ପ୍ରସାର ପାଇଁ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନ ଖୁବଶୀଘ୍ର ସ୍ଥାପନ ହେବ। ସେହିପରି ଓଡ଼ିଆ-ହିନ୍ଦି ଅନୁବାଦ କେନ୍ଦ୍ର ପ୍ରତିଷ୍ଠା ସହ ଇଣ୍ଟର-ଲାଙ୍ଗୁଏଜ୍ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ ବି ସ୍ଥାପନ କରାଯିବ। କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ୬ ପ୍ରସ୍ତାବ ଦେଇଛନ୍ତି। ସୋମବାର ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଥିବା କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ବସିଥିଲା। ଉକ୍ତ ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ଓଡ଼ିଶାରେ ରାଷ୍ଟ୍ରୀୟ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ହେବା ନିହାତି ଜରୁରୀ। ସେଥିପାଇଁ ଓଡ଼ିଶାରେ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନ ସ୍ଥାପନ, ରାଜ୍ୟରେ ଅଧିକ ସଂଖ୍ୟକ ହିନ୍ଦି ଶିକ୍ଷକ ସୃଷ୍ଟି କରିବା ଓ ହିନ୍ଦୀ ସାହିତ୍ୟକୁ ପ୍ରୋତ୍ସାହନ ଦେବା ପାଇଁ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନର ଆବଶ୍ୟକତା ରହିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଆ-ହିନ୍ଦି ଅନୁବାଦ କେନ୍ଦ୍ର ପ୍ରତିଷ୍ଠା, ଓଡ଼ିଆ ଓ ହିନ୍ଦି ଭାଷାର ପ୍ରଚାର ପ୍ରସାର ପାଇଁ ଉଭୟ ଭାଷାର ଅନବଦ୍ୟ ସାହିତ୍ୟିକ କୃତି ଏବଂ ଅନ୍ୟାନ୍ୟ ରଚନାଗୁଡ଼ିକର ଅନୁବାଦ ଆବଶ୍ୟକ। ଏଥିପାଇଁ କେନ୍ଦ୍ର ସରକାରଙ୍କ ରାଜଭାଷା ବିଭାଗର ଆର୍ôଥକ ସହାୟତାରେ ଏକ ସ୍ୱତନ୍ତ୍ର ଅନୁବାଦ କେନ୍ଦ୍ର ପ୍ରତିଷ୍ଠା ହେବାର ଆବଶ୍ୟତା ରହିଛି। ଅଧିକ ସାଂସ୍କୃତିକ ବିନିମୟ କାର୍ଯ୍ୟକ୍ରମର ଆୟୋଜନ- ହିନ୍ଦୀ ଏବଂ ଓଡ଼ିଆ ଭାଷା ଓ ସାହିତ୍ୟ ମଧ୍ୟରେ ଅଧିକ ସାଂସ୍କୃତିକ ବିନିମୟ ପାଇଁ ଜାତୀୟ ଓ ରାଜ୍ୟ ସ୍ତରରେ ଅଧିକ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ଆବଶ୍ୟକ। ଏହି ସବୁ କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର କବି, ସାହିତ୍ୟିକ, ଲେଖକ ଓ ବୁଦ୍ଧିଜୀବୀମାନେ ଅଂଶଗ୍ରହଣ କରିବା ଆବଶ୍ୟକ। ଏହାଦ୍ୱାରା ହିନ୍ଦୀ ଓ ଓଡ଼ିଆ ମଧ୍ୟରେ ସାହିତ୍ୟିକ ଓ ସାଂସ୍କୃତିକ ସମ୍ବନ୍ଧ ବୃଦ୍ଧି ପାଇବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉଭୟ ଭାଷାରେ ଅନୁସନ୍ଧାନ ଓ ଗବେଷଣା ପାଇଁ ଓଡ଼ିଶାରେ ଏକ ଇଣ୍ଟର-ଲାଙ୍ଗୁଏଜ୍ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ର ସ୍ଥାପନା କରାଯିବା ଆବଶ୍ୟକ। ଏହାଦ୍ୱାରା ଉଭୟ ଭାଷାର ପାରସ୍ପରିକ ବିକାଶ ପାଇଁ ଯୋଜନା ପ୍ରସ୍ତୁତ କରାଯାଇ ପାରିବ। ଶିକ୍ଷା ବ୍ୟବସ୍ଥାରେ ହିନ୍ଦୀ ଶିକ୍ଷାଦାନ ପାଇଁ ଆବଶ୍ୟକୀୟ ସମ୍ବଳ ରାଜ୍ୟକୁ କେନ୍ଦ୍ରୀୟ ଅନୁଦାନ ଏବଂ ସ୍ୱତନ୍ତ୍ର ସହାୟତା ପ୍ରଦାନ କରିବା ଦରକାର। ଏହା ସହିତ ହିନ୍ଦୀ ସାହିତ୍ୟର ବିକାଶ ପାଇଁ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ ଶିକ୍ଷା ପ୍ରତିଷ୍ଠାନଗୁଡ଼ିକୁ ସ୍ୱତନ୍ତ୍ର ଅନୁଦାନ ଏବଂ ସହଯୋଗ ପ୍ରଦାନ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି। ଉକ୍ତ ବୈଠକରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ, କଟକ ସାଂସଦ ଭର୍ତ୍ତୃହରି ମହତାବ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ।

Post Views: 68
Share199Tweet124Send
Voice of Victims

Voice of Victims

Recent Posts

  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ
  • 1984 ମସିହା ISc ବ୍ୟାଚର ବନ୍ଧୁ ମିଳନ
  • ବାଲେଶ୍ବରବାସୀଙ୍କ ପାଇଁ ଖୁସିର ଖବର, ଡପ୍ଲର ରାଡାରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ
  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In