• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଆଗାମୀ ୧୪ ଓ ୧୫ରେ ହେବ ହାତୀ ଗଣନା

by Voice of Victims
November 5, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଆଗାମୀ ୧୪ ଓ ୧୫ରେ ହେବ ହାତୀ ଗଣନା

ଭୁବନେଶ୍ୱର : ଓଡ଼ିଶା ଜଙ୍ଗଲରେ ସର୍ବାଧିକ ୧୭୦୦ ହାତୀ ରହିପାରିବେ। କିନ୍ତୁ ଏବେ ୨୧୦୦ ହାତୀ ଅଛନ୍ତି। ଅର୍ଥାତ ୪୦୦ ଅଧିକ ହାତୀ ଅଛନ୍ତି। ତେବେ ରାଜ୍ୟରେ ହାତୀଙ୍କ ବାସ୍ତବ ସଂଖ୍ୟା ଜାଣିବାକୁ ନଭେମ୍ବର ୧୪ ଓ ୧୫ ଦୁଇ ଦିନ ଧରି ଚାଲିବ ହାତୀ ଗଣନା ବୋଲି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ କହିଛନ୍ତି। ବେଙ୍ଗାଲୁରୁସ୍ଥିତ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସସର ଏଲିଫ୍ୟାଣ୍ଟ ସେଣ୍ଟର ଷ୍ଟଡିର ତଥ୍ୟକୁ ଆଧାର କରି ଶ୍ରୀ ନନ୍ଦ କହିଛନ୍ତି ଯେ ଆବଶ୍ୟକ ତୁଳନାରେ ଓଡ଼ିଶାରେ ହାତୀଙ୍କ ପାଇଁ ଜାଗା ଅଭାବ ଦେଖାଦେଇଛି। ସେଥିପାଇଁ ହାତୀମାନେ ଅନେକ ସମୟରେ ଖାଦ୍ୟାଭାବର ସମ୍ମୁଖୀନ ହେଉଛନ୍ତି ଏବଂ ଖାଦ୍ୟ ଅନ୍ୱେଷଣରେ ଜନବସତିକୁ ଚାଲି ଆସୁଛନ୍ତି। ଜନବସତିରେ ସାଧାରଣ ଲୋକେ ହାତୀ ଆକ୍ରମଣର ଶିକାର ହେଉଛନ୍ତି। ସେଥିପାଇଁ ଲୋକେ ହାତୀ ଉପରେ ଆକ୍ରୋଶ ରଖି କେତେବେଳେ ତୀର ମାଡ଼ ତ ଆଉ କେତେବେଳେ ନିଆଁ ହୁଳା ପକାଉଛନ୍ତି। ତେଣୁ ହାତୀ ଓ ମଣିଷ ମଧ୍ୟରେ ଲଢ଼େଇ ହେଉଛି। ଖାଦ୍ୟ ଅଭାବରୁ ହାତୀଙ୍କ ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ କମୁଛି। ତେଣୁ ଅଧିକାଂଶ ହାତୀ ରୋଗିଣା ହେଉଛନ୍ତି। ଛୁଆ ହାତୀ, ରୋଗିଣା ହାତୀ ଅଧିକ ମୃତ୍ୟୁ ମୁହଁରେ ପଡ଼ୁଛନ୍ତି। ଏହାବାଦ ବିଦ୍ୟୁତ୍ ଆଘାତ ଓ ଟ୍ରେନ୍ ଦୁର୍ଘଟଣାରେ ମଧ୍ୟ ହାତୀଙ୍କ ଜୀବନ ଯାଉଛି। ସେ ଆହୁରି କହିଛନ୍ତି, ଭୁଲ ବୁଝାମଣା ପାଇଁ ରାଉରକେଲା ଓ ମେରାମଣ୍ଡଳିରେ ଟ୍ରେନ୍ ଦୁର୍ଘଟଣାରେ ହାତୀଙ୍କ ଜୀବନ ଯାଇଛି। ଓଡ଼ିଶା ଜଙ୍ଗଲରେ ଅଧିକ ହାତୀ ଥିବାରୁ ବିଶେଷଜ୍ଞଙ୍କ ପରାମର୍ଶରେ କିଛି ହାତୀ ଶିମିଳିପାଳ ସ୍ଥାନାନ୍ତର ପାଇଁ ଯୋଜନା ଚାଲିଛି। ସ୍ଥାନାନ୍ତର ପୂର୍ବରୁ ସ୍ଥାନୀୟ ବାସିନ୍ଦା ଓ ଜନ ପ୍ରତିନିଧିଙ୍କ ସହ ଆଲୋଚନା କରାଯିବ। ଏବେ ଝାଡ଼ଖଣ୍ଡି ଓ ଛତିଶଗଡି ହାତୀ ରାଜ୍ୟ ଭିତରକୁ ଆସୁଛନ୍ତି। ଏବେ ହାତୀଙ୍କ ଗତିବିଧି ଉପରେ ନଜର ରଖାଯାଇଛି। ପୂର୍ଣ୍ଣମୀ ରାତିରେ ସେମାନଙ୍କର ଫଟୋ ଓ ଭିଡ଼ିଓ ଉତ୍ତୋଳନ କରି ସେମାନଙ୍କ ଗଣନା କରାଯିବ। ତୀର ମାଡ଼ରେ ଅସୁସ୍ଥ ଥିବା ହାତୀ ସମ୍ପର୍କରେ ପିସିସିଏଫ୍ କହିଛନ୍ତି, ନରସିଂହପୁରରେ ତୀର ମାଡ଼ରେ ଆହତ ହାତୀ ଏବେ ସୁସ୍ଥ ଅଛି। ହାତୀ ଶରୀରରେ ୪ଟି ତୀର ଲାଗିଥିଲା। ଶିକାର ଉଦ୍ଦେଶ୍ୟରେ ନୁହେଁ, ଫସଲ ବଞ୍ଚାଇବାକୁ ତୀର ମାରି ସ୍ଥାନୀୟ ଲୋକେ ହାତୀ ଘଉଡ଼ାଇଥିବା ପିସିସିଏଫ୍ କହିଛନ୍ତି।

Post Views: 35
Tags: Next 14th and 15th
Share198Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In