• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ରାଜ୍ୟର ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ୧୦ ହଜାର ମେଗାୱାଟ୍ ଉତ୍ପାଦନ ପାଇଁ ରୋଡମ୍ୟାପ ପ୍ରସ୍ତୁତ ନିର୍ଦ୍ଦେଶ

by Voice of Victims
November 8, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରାଜ୍ୟର ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ୧୦ ହଜାର ମେଗାୱାଟ୍ ଉତ୍ପାଦନ ପାଇଁ ରୋଡମ୍ୟାପ ପ୍ରସ୍ତୁତ ନିର୍ଦ୍ଦେଶ

ଭୁବନେଶ୍ୱର : ଦ୍ରୁତ ଶିଳ୍ପାୟନ, ଆର୍ôଥକ ଅଭିବୃଦ୍ଧି ଯୋଗୁଁ ରାଜ୍ୟରେ ବିଦ୍ୟୁତ ଚାହିଦା ଦ୍ରୁତ ଗତିରେ ବଢୁଛି। ଆସନ୍ତା ପାଞ୍ଚ ବର୍ଷ ଅର୍ଥାତ ୨୦୨୯-୩୦ ବେଳକୁ ବିଦ୍ୟୁତ ଚାହିଦାକୁ ଆଖି ଆଗରେ ରଖି ବିଦ୍ୟୁତ ଉତ୍ପାଦନ, ସରବରାହ ଏବଂ ବିତରଣ ବ୍ୟବସ୍ଥାର ରୋଡମ୍ୟାପ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ଲୋକସେବା ଭବନ ଠାରେ ରାଜ୍ୟରେ ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷାରେ ଶକ୍ତି ବିଭାଗ ଉପରେ ନ୍ୟସ୍ତ ଥିବା ଶକ୍ତି ଉତ୍ପାଦନ, ବିଦ୍ୟୁତ ସରବରାହ ଓ ବଣ୍ଟନ ବ୍ୟବସ୍ଥା ଉପରେ ବିଶଦ ଆଲୋଚନା ହୋଇଥିଲା। ଆଲୋଚନାରୁ ଜଣାଯାଇଛି ଯେ ରାଜ୍ୟରେ ପ୍ରାୟ ୧ କୋଟି ବିଦ୍ୟୁତ ଉପଭୋକ୍ତା ଅଛନ୍ତି। ସେମାନଙ୍କ ପାଇଁ ନିରବଚ୍ଛିନ୍ନ ଏବଂ ନିର୍ଭରଯୋଗ୍ୟ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ଅପରିହାର୍ଯ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ୨୦୨୯-୩୦ ବେଳକୁ ରାଜ୍ୟରେ ପିକ୍ ଡିମାଣ୍ଡ ପ୍ରାୟ ୧୦ ହଜାର ମେଗା ୱାଟ୍ ରହିବ। ଏହି ଚାହିଦା ପୂରଣ କରିବା ପାଇଁ ଏକ ରୋଡ୍ ମ୍ୟାପ ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥିପାଇଁ ନୂଆ ପ୍ରାଇମେରୀ ସବ୍ ଷ୍ଟେସନ, ନୂଆ ୩୩ କେଭି ଏବଂ ୧୧ କେଭି ଲାଇନ୍ ଆଦି ଭିତ୍ତିଭୂମିର ବିକାଶ ଆବଶ୍ୟକ। ଏଥି ସହିତ ବର୍ତ୍ତମାନ କାର୍ଯ୍ୟକ୍ଷମ ଥିବା ୩୩/୧୧ କେଭି ଫିଡର ଗୁଡିକୁ ସୁଦୃଢ କରିବା ଏବଂ ଉଚ୍ଚ କ୍ଷମତା ସମ୍ପନ୍ନ ଟ୍ରାନ୍ସଫର୍ମର ବସାଇବା ଉପରେ ବୈଠକରେ ଆଲୋଚନା ହୋଇଥିଲା। ବଜେଟ୍‌ରେ ବିଦ୍ୟୁତ କ୍ଷେତ୍ରପାଇଁ ଆବଶ୍ୟକୀୟ ବ୍ୟୟ ବରାଦ କରି ରାଜ୍ୟକୁ ସଦାସର୍ବଦା ଶକ୍ତି କ୍ଷେତ୍ରରେ ବଳକା ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବିଦ୍ୟୁତ ବିତରଣ ସମ୍ପର୍କିତ ସମସ୍ତ ଅଭିଯୋଗର ସମୟାନୁଯାୟୀ ସମାଧାନ, ଅକ୍ଷୟ ଶକ୍ତିର ବିକାଶ ଏବଂ ବ୍ୟବହାର ବୃଦ୍ଧି, ପ୍ରାକୃତିକ ବିପର୍ଯ୍ୟୟ ନିରୋଧୀ ବିଦ୍ୟୁତ ଭିତ୍ତିଭୂମି ନିର୍ମାଣ, ବିଦ୍ୟୁତ କ୍ଷେତ୍ର ପାଇଁ ଦକ୍ଷ ଏବଂ ଆବଶ୍ୟକୀୟ ମାନବ ସମ୍ବଳ ନିଯୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଧିକାରୀ ମାନଙ୍କୁ ପରାମର୍ଶ ଦେବା ସହିତ ବାତ୍ୟ ‘ଦାନା’ ପରବର୍ତ୍ତୀ ସମୟରେ ତୁରନ୍ତ ବିଦ୍ୟୁତ ଯୋଗାଣ ସ୍ୱାଭାବିକ କରିଥିବାରୁ ଶକ୍ତି ବିଭାଗ ତଥା ସମସ୍ତ ବିତରକ କମ୍ପାନୀ ମାନଙ୍କୁ ସାଧୁବାଦ ଜଣାଇଥିଲେ। ବୈଠକରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା, ଓପିଟିସିଏଲ ଓ ଓଏଚପିସିର ନିର୍ଦ୍ଦେଶକ ବୃନ୍ଦ, ସମସ୍ତ ବିତରଣ କମ୍ପାନୀର ସିଇଓମାନେ ଯୋଗ ଦେଇଥିଲେ।

Post Views: 39
Tags: Chief Minister's review of the state's power system: instructions to prepare a roadmap for generating 10
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In