• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଚଳିତ ରବିରେ ଦିଆଯିବ ୯୦୦୦ କୋଟିର ଋଣ

by Voice of Victims
November 10, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଚଳିତ ରବିରେ ଦିଆଯିବ ୯୦୦୦ କୋଟିର ଋଣ

ଭୁବନେଶ୍ୱର: ଚଳିତ ୨୦୨୪-୨୫ ବର୍ଷର ରବିଋତୁ ପାଇଁ ୯୦୦୦ କୋଟି ଟଙ୍କାର ଋଣ ପ୍ରଦାନ କରିବାକୁ ଯୋଜନା କରାଯାଉଛି। ଏନେଇ ରାଜ୍ୟ ସମବାୟ ସମିତି ସମୂହର ନିବନ୍ଧନ ବିଭାଗକୁ ଚିଠି ଲେଖିଛନ୍ତି। ଚଳିକ ବର୍ଷ ୯୦୦୦ କୋଟି ଟଙ୍କା ଋଣ ପ୍ରଦାନ କରିବାକୁ ଅଟକଳ ଧାର୍ଯ୍ୟ କରାଯାଇଥିବା ବେଳେ ଏହାକୁ ଅନୁମୋଦନ ଦେବାକୁ ଅନୁରୋଧ କରିଛନ୍ତି ନିବନ୍ଧକ। ଗତ ଅକ୍ଟୋବର ୧ ତାରିଖରୁ ରାଜ୍ୟରେ ରବି ଋତୁ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି। ଗତ ବର୍ଷରେ ଧାର୍ଯ୍ୟ ଲକ୍ଷ୍ୟଠାରୁ ଚାଷୀ ଅଧିକ ପରିମାଣରେ ଋଣ ନେଇଥିବାରୁ ଚଳିତ ବର୍ଷ ଏହାକୁ ୯ ହଜାର କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ଏନେଇ ସବିଶେଷ ବିବରଣୀ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ସମବାୟ ସମିତି ସମୂହର ନିବନ୍ଧକଙ୍କୁ ପଠାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଚଳିତ ରବି ଋତୁରେ ବରଗଡ଼ ଜିଲ୍ଲାକୁ ସର୍ବାଧିକ ୭୩୦ କୋଟି ଟଙ୍କା ଋଣ ଦେବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାକୁ ୭୨୫ କୋଟି, ସୁନ୍ଦରଗଡ଼ ଜିଲ୍ଲାକୁ ୬୫୦ କୋଟି, ଯାଜପୁର ଜିଲ୍ଲାକୁ ୫୫୫ କୋଟି, ବାଲେଶ୍ୱର ଓ ଖୋର୍ଦ୍ଧାକୁ ୪୫୦ କୋଟି ଲେଖାଏଁ ଋଣ ପ୍ରଦାନ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଋଣ ପ୍ରଦାନ ଯୋଜନାରେ କୃଷକ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ନେଇପାରିବେ। ସେହିପରି ୧ ଲକ୍ଷରୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ଚାଷୀଙ୍କୁ ୨ ପ୍ରତିଶତ ସୁଧ ପରିଶୋଧ କରିବାକୁ ପଡ଼ିବ।

Post Views: 49
Tags: 9
Share200Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In