• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଅଗ୍ନିଶମ ସେବାର ବିସ୍ତାର ଓ ଆଧୁନିକୀକରଣ ପାଇଁ ଓଡ଼ିଶାକୁ କେନ୍ଦ୍ରର ୨୦୧ କୋଟି ମଞ୍ଜୁର

by Voice of Victims
November 11, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଅଗ୍ନିଶମ ସେବାର ବିସ୍ତାର ଓ ଆଧୁନିକୀକରଣ ପାଇଁ ଓଡ଼ିଶାକୁ କେନ୍ଦ୍ରର ୨୦୧ କୋଟି ମଞ୍ଜୁର

ନୂଆଦିଲ୍ଲୀ : କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ ସମିତି ରାଜ୍ୟଗୁଡ଼ିକରେ ଅଗ୍ନିଶମ ସେବାର ବିସ୍ତାର ଓ ଆଧୁନିକୀକରଣ ପାଇଁ ଛତିଶଗଡ଼, ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ୭୨୫.୬୨ କୋଟି ଟଙ୍କାର ତିନୋଟି ପ୍ରକଳ୍ପକୁ ମଞ୍ଜୁର କରିଛି। ଏହି ସମିତି ଛତିଶଗଡ଼ ପାଇଁ ୧୪୭.୭୬ କୋଟି ଟଙ୍କା, ଓଡ଼ିଶା ପାଇଁ ୨୦୧.୧୦ କୋଟି ଟଙ୍କା ଏବଂ ପଶ୍ଚିମବଙ୍ଗ ପାଇଁ ୩୭୬.୭୬ କୋଟି ଟଙ୍କା ମଞ୍ଜୁର କରିଛି। ଉଚ୍ଚସ୍ତରୀୟ ସମିତିରେ କେନ୍ଦ୍ର ଅର୍ଥ ମନ୍ତ୍ରୀ, କୃଷି ମନ୍ତ୍ରୀ ଏବଂ ନୀତି ଆୟୋଗର ଉପାଧ୍ୟକ୍ଷ ସଦସ୍ୟ ଅଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିପର୍ଯ୍ୟୟ ପ୍ରଶମନକ୍ଷମ ଭାରତ ନିର୍ମାଣ ଲକ୍ଷ୍ୟକୁ ପୂରଣ କରିବା ଲାଗି ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ମାର୍ଗଦର୍ଶନରେ ଦେଶରେ ବିପର୍ଯ୍ୟୟର ପ୍ରଭାବୀ ପ୍ରଶମନ ସୁନିଶ୍ଚିତ କରିବା ଲାଗି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଅନେକ ପଦକ୍ଷେପ ଗ୍ରହଣ କରିଛି। ଭାରତରେ ବିପର୍ଯ୍ୟୟ ବିପତ୍ତି ହ୍ରାସ ପ୍ରଣାଳୀକୁ ମଜବୁତ କରି ବିପର୍ଯ୍ୟୟ ସମୟରେ ବ୍ୟାପକ ଧନଜୀବନ ହାନିକୁ ରୋକିବା ଲାଗି ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି । କେନ୍ଦ୍ର ସରକାର ରାଜ୍ୟଗୁଡ଼ିକରେ ଅଗ୍ନିଶମ ସେବାର ବିସ୍ତାର ଏବଂ ଆଧୁନିକୀକରଣ ଯୋଜନା ଲାଗି ଏନଡିଆରଏଫ ଅଧୀନରେ ୫୦୦୦ କୋଟି ଟଙ୍କା ଆବଣ୍ଟନ କରିଛନ୍ତି। ଏଥିପୂର୍ବରୁ ୧୫ଟି ରାଜ୍ୟ ନିମନ୍ତେ ୨୫୪୨.୧୨ କୋଟି ଟଙ୍କାର ମୋଟ୍ ପରିବ୍ୟୟ ପ୍ରସ୍ତାବକୁ ମଞ୍ଜୁର କରାଯାଇସାରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ମାର୍ଗଦର୍ଶନରେ ଚଳିତ ବର୍ଷ ରାଜ୍ୟଗୁଡ଼ିକୁ ୨୧ ହଜାର ୨୬ କୋଟି ଟଙ୍କାର ଅର୍ଥରାଶି ପୂର୍ବରୁ ଆବଣ୍ଟନ କରାଯାଇ ସାରିଛି। ଏଥିରେ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏସଡିଆରଏଫ)ରୁ ୨୬ଟି ରାଜ୍ୟକୁ ୧୪ ହଜାର ୮୭୮ କୋଟି ୪୦ ଲକ୍ଷ ଟଙ୍କା, ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏନଡିଆରଏଫ)ରୁ ୧୫ଟି ରାଜ୍ୟକୁ ୪,୬୩୭ କୋଟି ଟଙ୍କା, ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (ଏସଡିଏମଏଫ)ରୁ ୧୧ଟି ରାଜ୍ୟକୁ ୧୩୮୫ କୋଟି ୪୫ ଲକ୍ଷ ଟଙ୍କା ଏବଂ ଜାତୀୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (ଏନଡିଏମଏଫ)ରୁ ତିନୋଟି ରାଜ୍ୟକୁ ୧୨୪ କୋଟି ୯୩ ଲକ୍ଷ ଟଙ୍କା ସାମିଲ ରହିଛି।

Post Views: 57
Share201Tweet126Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In