• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

“ସୁଭଦ୍ରା” ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ହିତାଧିକାରୀଙ୍କୁ ଅର୍ଥ ପ୍ରଦାନ ସଂପର୍କିତ ସମୀକ୍ଷା ବୈଠକ

by Voice of Victims
November 13, 2024
in ମୁଖ୍ୟ ଖବର, ରାଜ୍ୟ
“ସୁଭଦ୍ରା” ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ହିତାଧିକାରୀଙ୍କୁ ଅର୍ଥ ପ୍ରଦାନ ସଂପର୍କିତ ସମୀକ୍ଷା ବୈଠକ

ଭୁବନେଶ୍ୱର: ଆଗାମୀ ନଭେମ୍ବର ୨୪ ତାରିଖରେ “ସୁଭଦ୍ରା” ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ହିତାଧିକାରୀଙ୍କୁ ଅର୍ଥ ମିଳିବ। ଏହି ପର୍ଯ୍ୟାୟରେ ପ୍ରାୟ ୨୦ ଲକ୍ଷ ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ  ପାଇଁ ବ୍ୟବସ୍ଥା କରାଯାଉଥିବା ସଂପର୍କରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଥିଲେ। ଏହି ପରିପ୍ରେକ୍ଷୀରେ ହିତାଧିକାରୀଙ୍କ  ଆକାଉଣ୍ଟକୁ କିପରି ଅର୍ଥ ଯିବ, ସେଥିପାଇଁ ପ୍ରସ୍ତୁତି ଓ ସୁବ୍ୟବସ୍ଥା ସଂପର୍କରେ ଏକ ସମୀକ୍ଷା ବୈଠକ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ  ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅନ୍ୟମାନଙ୍କ  ମଧ୍ୟରେ  ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ଯୋଗଦେଇଥିବା ବେଳେ ସମସ୍ତ ଜିଲ୍ଲାରୁ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ ଏବଂ ବିଡିଓମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ। ପଞ୍ଜୀକରଣ କରିଥିବା ଅଥଚ ବ୍ୟାଙ୍କ ଏବଂ ଆଧାର ସଂଯୋଗୀକରଣ ଜନିତ ସମସ୍ୟା ଯୋଗୁଁ  ବାଦ ପଡିଥିବା ହିତାଧିକାରୀମାନଙ୍କର ସମସ୍ୟାକୁ ସମାଧାନ କରିବାକୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଛି। ଏନ୍‌ସିପିଆଇ (ନ୍ୟାସନାଲ ପେମେଣ୍ଟ କର୍ପୋରେସନ ଅଫ୍ ଇଣ୍ଡିଆ) ଡିଜିଟାଲ ପେମେଣ୍ଟ ମାଧ୍ୟମରେ ଅର୍ଥ ପ୍ରେରଣବେଳେ ଯେଉଁମାନଙ୍କର ତୃଟି ଦେଖା ଦେଇଥିଲା, ତାହାକୁ ଅନୁଧ୍ୟାନ କରାଯିବ। ଏଥିପାଇଁ ହିତାଧିକାରୀଙ୍କ ନିମନ୍ତେ ବ୍ଲକସ୍ତରରେ ବିଡିଓଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଯାଞ୍ଚ କମିଟି, ପୌରାଂଚଳରେ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଯାଞ୍ଚ କମିଟି ଏବଂ ମହାନଗର ନିଗମରେ ମୁନିସିପାଲ କମିଶନରଙ୍କ ଅଧ୍ୟକ୍ଷତାରେ ଯାଞ୍ଚ କମିଟି ଦ୍ୱାରା ଆବେଦନ ଯାଞ୍ଜ ପରେ ଦରଖାସ୍ତଗୁଡ଼ିକୁ  ଜିଲ୍ଲାସ୍ତରରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଯାଂଚ ଓ ଅନୁମୋଦନ ପରେ ହିତାଧିକାରୀଙ୍କ ତାଲିକା ବିଭାଗକୁ ସରକାରଙ୍କ ଅନୁମୋଦନ ନିମନ୍ତେ ପଠାଯିବା ନେଇ ମାନକ ନିର୍ଦ୍ଧାରଣ ପଦ୍ଧତି (ଏସଓପି) ସ୍ଥିର କରାଯାଇଛି। ହିତାଧିକାରୀଙ୍କୁ ସହାୟତା ପାଇଁ ସମସ୍ତ ଜିଲ୍ଲାରେ  ସୁଭଦ୍ରା ହେଲ୍‌ପ ଡେସ୍କମାନ  କାର୍ଯ୍ୟ କରୁଛି। କ୍ଷେତ୍ରସ୍ତରରେ ଯାଂଚ ଟିମ୍ ମାନେ  ଆବେଦନଗୁଡିକୁ ଯାଂଚ କରିବେ। ଯାଂଚ ପ୍ରକ୍ରିୟା ଯେପରି ସ୍ୱଚ୍ଛ ଓ ନିରପେକ୍ଷ ରହିବ ସେଥିପ୍ରତି ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି। ଯେପରି କୌଣସି ଜଣେ  ବି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରେ ଅର୍ଥ ପାଇବାରୁ ବଂଚିତ ନ ହୁଅନ୍ତି, ସେଥିପାଇଁ ରାଜ୍ୟ ସରକାର  ଗୁରୁତ୍ୱ ଦେଇଛନ୍ତି। ଅଦ୍ୟାବଧି ୧ କୋଟି ୩ ଲକ୍ଷ ୬୨ ହଜାର ୩୭୭ ଟି ସୁଭଦ୍ରା ଆବେଦନ ଗ୍ରହଣ କରାଯାଇଥିବା ବେଳେ ପ୍ରଥମ ଓ ୨ୟ ପର୍ଯ୍ୟାୟରେ ପ୍ରାୟ ୬୦ ଲକ୍ଷ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏଁ  ପ୍ରଥମ କିସ୍ତି ସହାୟତା ରାଶି ପ୍ରଦାନ କରାଯାଇଛି।

Post Views: 197
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In