• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ

by Voice of Victims
November 13, 2024
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ଵର: ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ୍ ଜୟଶଙ୍କର ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରେ ମିଳିତ ଭାବେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ୱେବସାଇଟ୍ (pbdindia.gov.in)କୁ ଉନ୍ମୋଚନ କରିଛନ୍ତି। ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂହ ମଧ୍ୟ ଉନ୍ମୋଚନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପ୍ରବାସୀ ଭାରତୀୟ ଦିବସ (ପିବିଡି) ସମ୍ମିଳନୀ ଭାରତ ସରକାରଙ୍କ ଏକ ପ୍ରମୁଖ କାର୍ଯ୍ୟକ୍ରମ। ବିଦେଶରେ ରହୁଥିବା ଭାରତୀୟ ପ୍ରବାସୀଙ୍କ ସହ ଯୋଗାଯୋଗ ଏବଂ ସମ୍ପର୍କ ସ୍ଥାପନ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ମଞ୍ଚ ପ୍ରଦାନ କରିଥାଏ। ଓଡ଼ିଶା ସରକାରଙ୍କ ସହଯୋଗରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଆସନ୍ତା ୨୦୨୫ ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବ। ୨୦୨୫ ପାଇଁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ବିଷୟବସ୍ତୁ ହେଉଛି ‘‘ଏକ ବିକଶିତ ଭାରତରେ ପ୍ରବାସୀଙ୍କ ଅବଦାନ’’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଉଦଘାଟନ କରିବେ। ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟର ମିଳିତ ସହଯୋଗରେ ପ୍ରବାସୀ ଭାରତୀୟ ଦିବସର ଏକ ଯୁବ ସଂସ୍କରଣ ଅନୁଷ୍ଠିତ ହେବ। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଉଦଯାପନୀ ଅଧିବେଶନରେ ଅଧ୍ୟକ୍ଷତା କରିବା ସହ ପ୍ରବାସୀ ଭାରତୀୟ ସମ୍ମାନ ପ୍ରଦାନ କରିବେ। ୱେବସାଇଟର ଉନ୍ମୋଚନ ସହ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଅଂଶଗ୍ରହଣ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। ଏହି ୱେବସାଇଟ ଓଡ଼ିଶାରେ ରହିବା ପାଇଁ ରିଜର୍ଭେସନ ସୁବିଧା ପ୍ରଦାନ କରିବ ଏବଂ ପ୍ରବାସୀ ଭାରତୀୟ ଦିବସ ୨୦୨୫ ବିଷୟରେ ବିସ୍ତୃତ ସୂଚନା ପ୍ରଦାନ କରିବ। ୱେବସାଇଟକୁ ଉନ୍ମୋଚନ କରିବା ଅବସରରେ ବୈଦେଶିକ ବ୍ୟାପାର ମନ୍ତ୍ରୀ କହିଥିଲେ ଯେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରେରଣାଦାୟୀ ନେତୃତ୍ୱରେ ଭାରତ ସରକାର ୩୫ ନିୟୁତରୁ ଅଧିକ ପ୍ରଭାବଶାଳୀ ଭାରତୀୟ ପ୍ରବାସୀଙ୍କ କଲ୍ୟାଣକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛନ୍ତି। ବିଦେଶ ଗସ୍ତ ସମୟରେ ପ୍ରବାସୀ ଭାରତୀୟଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀ ନିୟମିତ ବାର୍ତ୍ତାଳାପ କରିଛନ୍ତି। ଭାରତର ବିକାଶ ଧାରା ପ୍ରତି ପ୍ରବାସୀଙ୍କ ଅତୁଟ ସମର୍ଥନ ଭାରତ ଏବଂ ଏହାର ବିଶ୍ୱ ସମୁଦାୟ ମଧ୍ୟରେ ଥିବା ଦୃଢ଼ ସମ୍ପର୍କର ପ୍ରମାଣ। ଭାରତୀୟ ପ୍ରବାସୀ ମାନେ ଏକ ବିକଶିତ ଭାରତ ଅଭିମୁଖେ ଭାରତର ଅଗ୍ରଗତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଥିଲେ। ଓଡ଼ିଶା ଗସ୍ତରେ ଆସୁଥିବା ପ୍ରବାସୀ ଭାରତୀୟଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଛନ୍ତି। ପ୍ରବାସୀମାନେ ଓଡ଼ିଶାର ସମୃଦ୍ଧ ଐତିହାସିକ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ଐତିହ୍ୟର ପ୍ରତ୍ୟକ୍ଷ ଅନୁଭୂତି ହାସଲ କରିପାରିବେ ବୋଲି ସେ ଆଶା ବ୍ୟକ୍ତ କରିଥିଲେ। ପ୍ରବାସୀ ଭାରତୀୟ ଦିବସ ୨୦୨୫ରେ ବହୁ ସଂଖ୍ୟାରେ ଅଂଶଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉତ୍ସାହିତ କରିଥିଲେ।

Post Views: 45
Share198Tweet124Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In