• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିଦ୍ୟାଳୟରେ ଶିଶୁ ଦିବସ ପାଳନ ସହ କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

by Voice of Victims
November 14, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବିଦ୍ୟାଳୟରେ ଶିଶୁ ଦିବସ ପାଳନ ସହ କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ରଣପୁର, ୧୪/୧୧ : ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ନଭେମ୍ବର ୧୪ ତାରିଖ, ୧୮୮୯ ମସିହାରେ ରେ ଜନ୍ମ ଗ୍ରହଣ କରିଥିଲେ। ସେ ପିଲାମାନଙ୍କୁ ବହୁତ ଭଲ ପାଉଥିଲେ। ତାଙ୍କର ଜନ୍ମ ଦିନକୁ ସ୍ମରଣିୟ କରି ରଖିବା ପାଇଁଁ ସାରା ଦେଶରେ ଶୁଶୁ ଦିବସ ପାଳନ କରାଯାଉଛି | ସେହିପରି ରଣପୁର ସମସ୍ତ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ ହୋଇଯାଇଛି। ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏଥିରେ ଅତିଥି ଭାବେ ସାଧନ କେନ୍ଦ୍ର ସଂଯୋଜକ ସୁଧାକର ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ, ମୋ ସ୍କୁଲ ସଭାପତି ଗଣେଶ୍ୱର ପ୍ରଧାନ, ୱାର୍ଡ ମେମ୍ବର ସରୋଜିନୀ ପ୍ରଧାନ, ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ, କାନନବାଳା ସାହୁ ପ୍ରମୁଖ ଯୋଗ ଦେଇଥିଲେ। ପ୍ରଥମେ ଚାଚା ନେହେରୁଙ୍କ ଫୋଟୋଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା | ଏହା ପରେ ପିଲାମାନଙ୍କ ଅନୁରୋଧ କ୍ରମେ କେକ୍ କଟାଯାଇଥିଲା | ଶିକ୍ଷକ ଦିଲ୍ଲୀପ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏଥିରେ ୨୦୨୩-୨୪ ଶିକ୍ଷା ବର୍ଷରେ ଓଡିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରେ କୃତିତ୍ୱ ହାସଲ କରି ବିଦ୍ୟାଳୟ ତଥା ଗ୍ରାମ ପାଇଁ ଗୌରବ ଆଣିଥିବା ଜ୍ୟୋତି ପ୍ରକାଶ ପ୍ରଧାନଙ୍କୁ ଉପଢୌକନ ଓ ଟ୍ରଫି ଦେଇ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ |

ଗତ ମାସରେ ଅବସର ନେଇଥିବା ବିଦ୍ୟାଳୟର ପାଚକ ସହାୟକ ଯଦୁମଣି ବିଶ୍ୱାଳଙ୍କୁ ମଧ୍ୟ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି | ଏହା ସହ ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ, କୁଇଜ, ପ୍ରବନ୍ଧ ଲିଖନ, ବକ୍ତୃତା ଓ ସଙ୍ଗୀତ ଆଦି କ୍ଷେତ୍ରରେ ପ୍ରତିଯୋଗିତା କରାଯାଇଥିଲା | ଏଥିରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ମେଡାଲ ଦିଆଯାଇ ପୁରସ୍କୃତ କରାଯାଇଥିଲା | ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଶେଷରେ ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ଚାରିଅଟ ପବ୍ଲିକ ସ୍କୁଲ, ମନ୍ଦାକିନୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗୌରାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବିଲଗାଡ଼ିଆ ପ୍ରାଥମିକ ବିଦ୍ୟାଳୟ, ତାରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଖଇରପଲ୍ଲୀ ପ୍ରାଥମିକ ବିଦ୍ୟାଳୟ, ସାମନ୍ତରାପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ, ପାମ୍ପଡା ପ୍ରାଥମିକ ବିଦ୍ୟାଳୟ ସମେତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ ହୋଇ ଯାଇଛି।

Post Views: 185
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In