• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

‘ବିକଶିତ ଭାରତ ୨୦୪୭’ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ

by Voice of Victims
November 16, 2024
in ମୁଖ୍ୟ ଖବର, ରାଜ୍ୟ
‘ବିକଶିତ ଭାରତ ୨୦୪୭’ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ର ସରକାରଙ୍କ ‘ବିକଶିତ ଭାରତ -୨୦୪୭’ ସମ୍ପର୍କିତ ଏକ ଫଟୋଚିତ୍ର ପ୍ରଦର୍ଶନୀ ଏବଂ ସଚେନତତା କାର୍ଯ୍ୟକ୍ରମ ଶୁକ୍ରବାର କଟକ ବାଲିଯାତ୍ରା ପଡ଼ିଆରେ ଉଦଘାଟିତ ହୋଇଯାଇଛି। ଦୀର୍ଘ ଆଠ ଦିନବ୍ୟାପୀ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ କଟକ ଲୋକସଭା ନିର୍ବାଚନ ମଣ୍ଡଳୀ ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ। ଭାରତକୁ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଓ ବିଶ୍ୱର ପ୍ରମୁଖ ସମୃଦ୍ଧଶାଳୀ ରାଷ୍ଟ୍ର ଭାବରେ ଗଢ଼ି ତୋଳିବା ପାଇଁ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରି ସେ କହିଥିଲେ, ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଷ୍ଟିକୋଣ ଏବଂ ଉଚ୍ଚ ଚିନ୍ତାଧାରା ଭାରତକୁ ଏକ ଶକ୍ତିଶାଳୀ ରାଷ୍ଟ୍ର ଭାବରେ ଗଢ଼ି ତୋଳୁଛି। ତାଙ୍କ ନେତୃତ୍ୱରେ ଭାରତ ଅନେକ ସ୍ୱପ୍ନକୁ ଆଜି ବାସ୍ତବତାର ରୂପ ଦେଇପାରିଛି। ବିଶ୍ୱ ଦରବାରରେ ଭାରତକୁ ଏକ ନୂତନ ପରିଚୟ ମିଳିପାରିଛି ବୋଲି ଶ୍ରୀ ମହତାବ ମତବ୍ୟକ୍ତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜଗତସିଂହପୁର ସାଂସଦ ବିଭୁପ୍ରସାଦ ତରାଇ ଏବଂ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଏବଂ ପତ୍ର ସୂଚନା କାର୍ଯ୍ୟାଳୟର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଯୋଗଦେଇ ଏହି ପ୍ରଦର୍ଶନୀର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଅଧିକରୁ ଅଧିକ ଲୋକ ଏହାକୁ ବୁଲି ଦେଖିବା ସହ କେନ୍ଦ୍ର ସରକାରଙ୍କ ଯୋଜନା ଓ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ ହେବାକୁ ସେ ଆହ୍ୱାନ ଦେଇଥିଲେ। ଏହି ଅବସରରେ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱରର ନିର୍ଦ୍ଦେଶକ ଡକ୍ଟର ଗିରିଶ ଚନ୍ଦ୍ର ଦାଶ ଓ ପତ୍ର ସୂଚନା କାର୍ଯ୍ୟାଳୟର ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି ଉପସ୍ଥିତ ଥିଲେ। କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱର କ୍ଷେତ୍ର ପ୍ରଦର୍ଶନୀ ଅଧିକାରୀ ମହେନ୍ଦ୍ର ପ୍ରସାଦ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ପ୍ରଦର୍ଶନୀରେ ଭାରତ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ସୂଚନା ଦିଆଯାଇଥିବା ବେଳେ ବାଲିଯାତ୍ରା ବୁଲିବାକୁ ଆସୁଥିବା ଲକ୍ଷ ଲକ୍ଷ ଲୋକ ଏହାଦ୍ୱାରା ସଚେତନ ଏବଂ କେନ୍ଦ୍ର ସରକାରଙ୍କ ଯୋଜନାର ସୁଫଳ ପାଇପାରିବେ। ଆଠ ଦିନବ୍ୟାପୀ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପ୍ରଦର୍ଶନୀ ମଞ୍ଚରେ ବିଭିନ୍ନ ସଚେତନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଆଲୋଚନାଚକ୍ର ଏବଂ ପ୍ରତିଯୋଗିତା ଆୟୋଜନ ମୁଖ୍ୟ ଆକର୍ଷଣ ହେବ।

Post Views: 155
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In