• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ମହିଳା କର୍ମଚାରୀଙ୍କ ପାଇଁ ଲୋକସେବା ଭବନରେ ଲାଗିଲା ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍

by Voice of Victims
November 16, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମହିଳା କର୍ମଚାରୀଙ୍କ ପାଇଁ ଲୋକସେବା ଭବନରେ ଲାଗିଲା ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍

ଭୁବନେଶ୍ବର: ଲୋକସେବା ଭବନରେ ମହିଳା କର୍ମଚାରୀଙ୍କ ପାଇଁ ଆଶ୍ୱସ୍ତି। କାରଣ ଲୋକସେବା ଭବନରେ ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍ ଓ ସାନିଟାରୀ ନାପକିନ୍ ଡିସପୋଜେବଲ ମେସିନ୍ ସ୍ଥାପନ କରାଯାଇଛି। ଏହାକୁ ଉଦଘାଟନ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା। ଏହି ମେସିନ ମହିଳା ଶୌଚାଳୟ କମ୍ପ୍ଲେକ୍ସ ଏବଂ ଲେଡିଜ୍ କମନ୍ ରୁମ୍ ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଲଗାଯାଇଛି। ମହିଳାମାନଙ୍କ ପାଇଁ ସ୍ୱଚ୍ଛତା, ଅଧିକ ସମାବେଶୀ ଏବଂ ସହାୟକ କର୍ମକ୍ଷେତ୍ର ସୃଷ୍ଟି ଦିଗରେ ଏହା ଏକ ପ୍ରଗତିଶୀଳ ପଦକ୍ଷେପ। ଏହା ଅଭିଯୋଗ ସମାଧାନ ପାଇଁ ପରିସରକୁ ଆସୁଥିବା ମହିଳାଙ୍କ ସୁବିଧାକୁ ସୁନିଶ୍ଚିତ କରିବ। ଖୁବ୍ ଶୀଘ୍ର ସଚିବାଳୟ ବିଲ୍ଡିଂର ସମସ୍ତ ମହିଳା ଶୌଚାଳୟରେ ଏହି ସୁବିଧା ଉପଲବ୍ଧ ହେବ। ଏହାର ଉଦଘାଟନ ସହିତ ଉପମୁଖ୍ୟମନ୍ତ୍ରୀ ଲୋକସେବା ଭବନ ପରିସରରେ ଛୋଟ ପିଲାମାନଙ୍କ ପାଇଁ ଥିବା କ୍ରେଚ୍ ପରିଦର୍ଶନ ମଧ୍ୟ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀଙ୍କ ସହ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଶୁଭା ଶର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Post Views: 48
Share199Tweet125Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In