• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପୁଞ୍ଜିନିବେଶକାରୀଙ୍କ ପ୍ରଥମ ପସନ୍ଦ ହେବ ଓଡ଼ିଶା: ମୁଖ୍ୟମନ୍ତ୍ରୀ

by Voice of Victims
November 17, 2024
in ମୁଖ୍ୟ ଖବର, ରାଜ୍ୟ
ପୁଞ୍ଜିନିବେଶକାରୀଙ୍କ ପ୍ରଥମ ପସନ୍ଦ ହେବ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ ଦେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ପ୍ରତିନିଧିମଣ୍ଡଳୀ ୪ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି। ସିଙ୍ଗାପୁର ଯିବା ପୂର୍ବରୁ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନରେ ଏକ ବରିଷ୍ଠ ପ୍ରତିନିଧିମଣ୍ଡଳୀର ନେତୃତ୍ୱ ନେଇ ସିଙ୍ଗାପୁର ଅଭିମୁଖେ ବାହାରିଛି। ଏ ଯାତ୍ରା ନିଶ୍ଚୟ ସଫଳ ହେବ। ଯେତେବେଳେ ସାରା ବିଶ୍ୱରୁ ଇନ୍‌ଭେଷ୍ଟର୍ସମାନେ ଭାରତରେ ପୁଞ୍ଜିବିନିଯୋଗ କରିବାକୁ ଚାହିଁବେ, ସେତେବେଳେ ଓଡ଼ିଶା ସେମାନଙ୍କର ପ୍ରଥମ ପସନ୍ଦର କ୍ଷେତ୍ର ହେବ। ଶିଳ୍ପାୟନ ପାଇଁ ସିଙ୍ଗାପୁର ପ୍ରସିଦ୍ଧ। ସେଠାରେ ରସାୟନ, ପେଟ୍ରୋକେମିକାଲ୍ସ, ସବୁଜ ଶକ୍ତି, ଲଜିଷ୍ଟିକ୍ସ, ଜାହାଜ ନିର୍ମାଣ, ଆର୍ଥିକ ସେବା, ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଖାଦ୍ୟ ପ୍ରକ୍ରିୟାକରଣ ଓ ବସ୍ତ୍ର ତିଆରି ଆଦି କ୍ଷେତ୍ରରେ ବିଶ୍ୱର ବଡ଼ ବଡ଼ କମ୍ପାନୀମାନେ କାମ କରୁଛନ୍ତି। ସେହି କମ୍ପାନୀର ଶୀର୍ଷ ନେତୃତ୍ୱଙ୍କ ସହ ଓଡ଼ିଶା ଆଲୋଚନା କରିବ। ପୁଞ୍ଜିପତିଙ୍କୁ ଆମ ରାଜ୍ୟର ପ୍ରାକୃତିକ ସମ୍ପଦ, ଦକ୍ଷ ମାନବ ସମ୍ବଳ ଓ ଉନ୍ନତ ଶିଳ୍ପ ନୀତି ସମ୍ପର୍କରେ ଅବଗତ କରାଯିବ। ନିବେଶ ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିଛି। ଓଡ଼ିଶାରେ ନିବେଶକରି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ନିବେଶକଙ୍କୁ ନିମନ୍ତ୍ରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Post Views: 45
Share200Tweet125Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In