• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କେନ୍ଦୁଘାଟିରେ ଓଲଟିଲା ଟ୍ରାଭଲର୍‌; ଜଣେ ମୃତ, ୧୧ ଆହତ

by Voice of Victims
November 17, 2024
in ମୁଖ୍ୟ ଖବର, ରାଜ୍ୟ
କେନ୍ଦୁଘାଟିରେ ଓଲଟିଲା ଟ୍ରାଭଲର୍‌; ଜଣେ ମୃତ, ୧୧ ଆହତ

ଭୁବନେଶ୍ବର: ପିକ୍‌ନିକ୍‌ ଯିବା ହେଲା କାଳ। ପୁଣି ଗଜପତି ଜିଲା ମୋହନା କେନ୍ଦୁଘାଟିରେ ରବିବାର ଦୁର୍ଘଟଣା ଘଟିଛି। ଟ୍ରାଭଲର ଭ୍ୟାନ୍‌ ଓଲଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି l ମୃତକ ହେଲେ ନୟାଗଡ଼ ଜିଲା ଚାହାଳିର ସରୋଜିନୀ ବେହେରା। ଆହତଙ୍କ ମଧ୍ୟରେ ୪ ଜଣ ମହିଳା, ୨ ଜଣ ଶିଶୁ ଅଛନ୍ତି। ଖବର ପାଇ ମୋହନା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମୋହନା ମେଡିକାଲ ରେ ଭର୍ତ୍ତି କରିଛନ୍ତି। ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଆହତ ୩ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ସୂଚନାନୁଯାୟୀ, ନୟାଗଡ଼ ଜିଲା ଶରଣକୂଳ ଓ ଚଢ଼େୟାପଲି ଅଞ୍ଚଳର ଗୋଟିଏ ପରିବାରର ୧୪ ଜଣ ଏକ ଟ୍ରାଭଲର୍‌ରେ ପିକନିକ୍‌ ପାଇଁ ଭୁବନେଶ୍ୱରରୁ କୋରାପୁଟ ଯାଉଥିଲେ। ତେବେ ଭୋର ୪ ଟାରେ ମୋହନା କେନ୍ଦୁଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା l ଗାଡିଟି ୨ଥର ଓଲଟି ଥିବା ଜଣାପଡିଛି। ତେବେ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ଆହତ ଯାତ୍ରୀମାନେ କହିଛନ୍ତି।

Post Views: 68
Tags: The traveler overturned in Kendughati; One dead
Share201Tweet126Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In