• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଭୁବନେଶ୍ବରରେ ଏକ ଅତ୍ୟାଧୁନିକ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

by Voice of Victims
November 26, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଭୁବନେଶ୍ବରରେ ଏକ ଅତ୍ୟାଧୁନିକ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ୱର: ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟର ଯୁଗ୍ମ ସଚିବ ପିକେ ରାଏଙ୍କ ନେତୃତ୍ବରେ ଏକ ସାତ ଜଣିଆ ଟିମ୍ ୨୪ ତାରିଖରେ ଆସି ସବୁଠୁ ଅଧିକ କ୍ଷତିଗ୍ରସ୍ତ ଭଦ୍ରକ, କେନ୍ଦ୍ରାପଡା ଓ ବାଲେଶ୍ବର ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିଛନ୍ତି। ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କ୍ଷୟକ୍ଷତିର ଭରଣା ପାଇଁ ସହାୟତା ସହିତ ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ବାରୋପ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ପ୍ରତି ବର୍ଷ ବାତ୍ୟା, ବନ୍ୟା ପରି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିଆସୁଛି। ଲୋକଙ୍କ ଜୀବନ ବଞ୍ଚାଇବାରେ ସରକାର ସଫଳ ହେଉଥିବା ବେଳେ ବିଭିନ୍ନ ଭିତ୍ତିଭୂମିର ବ୍ୟାପକ କ୍ଷୟକ୍ଷତି ହେଉଛି ଏବଂ ଏହାର ପୁନଃ ନିର୍ମାଣ ପାଇଁ ବ୍ୟାପକ ଅର୍ଥ ବିନିଯୋଗ କରିବାକୁ ପଡୁଛି। ତେଣୁ, ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ କରାଯିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ। ଏହା ସହିତ ଭୁବନେଶ୍ବରରେ ଏକ ଅତ୍ୟାଧୁନିକ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ମତ ରଖିଥିଲେ। ଏ ଦିଗରେ କେନ୍ଦ୍ର ସରକାର ଆବଶ୍ୟକ ସହଯୋଗ ଯୋଗାଇ ଦେବା ପାଇଁ ସେ ପ୍ରସ୍ତାବ ରଖିଥିଲେ। ଆଲୋଚନାରେ ଅଂଶଗ୍ରହଣ କରି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଥିଲେ ସ୍ଥାୟୀ ଭିତ୍ତିଭୂମି ସୃଷ୍ଟି କରାଯାଇ ପାରିଲେ ଓଡିଶାର ଅର୍ଥନୈତିକ ବିକାଶ ତ୍ବରାନ୍ବିତ ହୋଇପାରିବ।କେନ୍ଦ୍ରୀୟ ଟିମ୍‌ର ମୁଖ୍ୟ ଶ୍ରୀ ରାଏ ବାତ୍ୟା ‘ଦାନା’ର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚ ପ୍ରଶଂସା କରିଥିଲେ। ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ କୁମାର ସିଂହ ଉପସ୍ଥିତ ଥିଲେ।

Post Views: 135
Share199Tweet124Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In