• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମାଡ଼ିଆସୁଛି ବାତ୍ୟା ଫେଙ୍ଗାଲ

by Voice of Victims
November 30, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମାଡ଼ିଆସୁଛି ବାତ୍ୟା ଫେଙ୍ଗାଲ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସାଇକ୍ଲୋନ୍‌ ଫେଙ୍ଗାଲ ତୀବ୍ର ହେବାରେ ଲାଗିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତେବେ ଗୁଜବକୁ ବିଶ୍ୱାସ ନ କରି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର। ଆଜି ଅପରାହ୍ନରେ ତାମିଲନାଡୁ-ପୁଡୁଚେରୀ ମଝିରେ ଲ୍ୟାଣ୍ଡଫଲ୍ କରିବ ଫେଙ୍ଗାଲ। ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଚେନ୍ନାଇ, କାଞ୍ଚିପୁରମ, ତିରୁଭାଲୁର ଏବଂ ଚେଙ୍ଗଲପାଟ୍ଟୁ ଜିଲାର ସମସ୍ତ ସ୍କୁଲ ଓ କଲେଜ ବନ୍ଦ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ କୌଣସି ବିଶେଷ କାର୍ଯ୍ୟ କିମ୍ବା ପରୀକ୍ଷା କରାଯିବ ନାହିଁ। ଏହା ବ୍ୟତୀତ ଇଷ୍ଟକୋଷ୍ଟ ରୋଡ (ECR) ଏବଂ ପୁରୁଣା ମହାବଲିପୁରମ ରୋଡ (OMR) ଭଳି ଗୁରୁତ୍ୱପୂର୍ଣ୍ଣ ମାର୍ଗରେ ଜନସାଧାରଣ ପରିବହନ ସେବା ମଧ୍ୟ ସାମୟିକ ଭାବେ ବନ୍ଦ ହୋଇଯାଇଛି। ସୂଚନାନୁସାରେ, ଘୂର୍ଣ୍ଣିବଳୟ ଯୋଗୁ ତାମିଲନାଡୁର ଆଭ୍ୟନ୍ତରୀଣ ଅଞ୍ଚଳରେ ଡିସେମ୍ବର ୨ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଡିସେମ୍ବର ୩ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ସେପଟେ ତାମିଲନାଡୁ ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ଜନସାଧାରଣଙ୍କ ପାଇଁ ଜରୁରୀକାଳୀନ ନମ୍ବର ୧୧୨ ଏବଂ ୧୦୭୭ ଜାରି କରାଯାଇଛି।

Post Views: 99
Share202Tweet126Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In