• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଧ୍ୟାତ୍ମିକ

ଧନୁଯାତ୍ରାରେ କଂସ ଭୂମିକା ତୁଲାଇବେ ଭୁବନେଶ୍ବର ପ୍ରଧାନ

by Voice of Victims
December 1, 2024
in ଆଧ୍ୟାତ୍ମିକ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଧନୁଯାତ୍ରାରେ କଂସ ଭୂମିକା ତୁଲାଇବେ ଭୁବନେଶ୍ବର ପ୍ରଧାନ

ଭୁବନେଶ୍ୱର : ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବ ପାଇଁ ରବିବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ କଂସ ଚୟନ ପ୍ରକ୍ରିୟା ହୋଇଥିଲା। ଏହି ଚୟନ ପ୍ରକ୍ରିୟାରେ ବରଗଡ଼ ବ୍ଲକ ସର୍ଲା ଗ୍ରାମର ଭୁବନେଶ୍ବର ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରି ଆସନ୍ତା ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରିବାର ସୁଯୋଗ ପାଇଛନ୍ତି। ସେ ବରଗଡ ଧନୁଯାତ୍ରା ମହୋତ୍ସବରେ ପୂର୍ବରୁ ଅନେକଥର କଂସ ଭୂମିକାରେ ଅଭିନୟ କରି ଦର୍ଶକଙ୍କୁ ମନ ଜିଣି ସାରିଛନ୍ତି। ବରଗଡ଼ ଧନୁଯାତ୍ରା ଦୃଶ୍ୟାଭିନୟରେ ତାଙ୍କର ଅନେକ ଅଭିଜ୍ଞତା ରହିଛି। ଫଳରେ ଅନ୍ୟବର୍ଷ ତୁଳନାରେ ଏଥର ତାଙ୍କ କଂସ ଦୃଶ୍ୟାଭିନୟ ଆହୁରି ଉଚ୍ଚକୋଟୀର ହେବ ବୋଲି ଦର୍ଶକ ମନରେ ଆଶା ବାନ୍ଧିଛନ୍ତି। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବରେ ସେ କିଭଳି ଅଭିନୟ କରିବେ, ତାକୁ ଦର୍ଶକ ଚାହିଁ ବସିଛନ୍ତି। ପ୍ରକାଶ ଥାଉକି, ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗତବର୍ଷ କଂସ ଅଭିନୟ କରିଥିବା ହୃଷୀକେଶ ଭୋଇ ମହାପ୍ରୟାଣ ଗାଡ଼ିରେ ଶବ ପରିବହନ ବାବଦକୁ ମୃତକଙ୍କ ପରିବାରଠାରୁ ଲାଞ୍ଚ ନେବା ଅଭିଯୋଗରେ ବିବାଦୀୟ ହୋଇ ପଡ଼ିଥିଲେ। ଆସନ୍ତା ଧନୁଯାତ୍ରା ତାଙ୍କ ପାଇଁ ଶେଷ ସୁଯୋଗ ଥିଲା। ମାତ୍ର ମହାପ୍ରୟାଣ ଗାଡ଼ିରେ ଶବ ପରିବହନ ବାବଦକୁ ମୃତକଙ୍କ ପରିବାରଠାରୁ ଲାଞ୍ଚ ନେବା ଘଟଣାରେ ତାଙ୍କୁ ବିଦା ହେବାକୁ ପଡ଼ିଥିଲା ଏବଂ ନୂତନ କଂସ ଚୟନର ଆବଶ୍ୟକତା ପଡ଼ିଥିଲା। ଧନୁଯାତ୍ରା ମହୋତ୍ସବ ସମିତିର ନିଷ୍ପତ୍ତି କ୍ରମେ ଉକ୍ତ ଚୟନ ପ୍ରକ୍ରିୟାରେ ୪ଜଣ କଂସ କଳାକାର ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରେ ଆର୍ତ୍ତତ୍ରାଣ ସୁନାନୀ, ଜଗଦାନନ୍ଦ ମିଶ୍ର, ଭୁବନେଶ୍ବର ପ୍ରଧାନ ଏବଂ ସୁଶୀଲ କୁମାର ମେହେର ଥିଲେ। ସମସ୍ତଙ୍କୁ ପଛରେ ପକାଇ ଭୁବନେଶ୍ବର ପ୍ରଧାନ ଆଗାମୀ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ ପାଇଁ ସୁଯୋଗ ପାଇଛନ୍ତି। ଏହାକୁ ନେଇ ତାଙ୍କ ସମର୍ଥକ ମହଲରେ ଉତ୍ସାହ ପରିଲକ୍ଷିତ ହୋଇଛି।

Post Views: 62
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In