• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଶୈକ୍ଷିକ ପ୍ରଗତିର ମାଇଲ ଖୁଣ୍ଟ ‘ପରଖ’

by Voice of Victims
December 6, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଶୈକ୍ଷିକ ପ୍ରଗତିର ମାଇଲ ଖୁଣ୍ଟ ‘ପରଖ’

ରଣପୁର (ଭିଓଭି) : ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀମାନଙ୍କର ଶିକ୍ଷଣ ଉପଲବ୍ଧି ସ୍ତରକୁ ଆକଳନ କରିବା ଓ ଶିକ୍ଷାର ଗୁଣାତ୍ମକ ପ୍ରଗତିକୁ ମାପିବା ପାଇଁ ୨୦୦୦ ମସିହା ପରଠାରୁ ପ୍ରତି ୩ ବର୍ଷରେ ଥରେ ସମଗ୍ର ଭାରତବର୍ଷରେ ଏହି ଜାତୀୟ ଉପଲବ୍ଧି ସର୍ବେକ୍ଷଣ ଅନୁଷ୍ଠିତ ହୋଇଆସୁଛି । ବୁଧବାର ଦିନ ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ସଫଳତାର ସହ ଏହି ଜାତୀୟ ଉପଲବ୍ଧି ସର୍ବେକ୍ଷଣ-୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏହା ତୃତୀୟ, ଷଷ୍ଠ ଓ ନବମ ଶ୍ରେଣୀର ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟତ୍ରୀମାନଙ୍କୁ ପ୍ରଶ୍ନପତ୍ର ମାଧ୍ୟମରେ ଆକଳନ କରାଯାଇଥିଲା । ନୟାଗଡ ଜିଲ୍ଲାର ୮ଟି ବ୍ଲକର ତୃତୀୟ ଶ୍ରେଣୀରେ ୨୮ଟି ବିଦ୍ୟାଳୟ, ଷଷ୍ଠ ଶ୍ରେଣୀର ୪୮ଟି ବିଦ୍ୟାଳୟ ଓ ନବମ ଶ୍ରେଣୀରେ ୪୬ଟି ବିଦ୍ୟାଳୟରେ ଏହି ପରଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥରେ ତୃତୀୟ ଶ୍ରେଣୀର ୯୭୨ ଜଣ, ଷଷ୍ଠ ଶ୍ରେଣୀର ୧୦୩୫ ଜଣ ଓ ନବମ ଶ୍ରେଣୀର ୧୨୫୩ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । ସେହିପରି ତୃତୀୟ ଶ୍ରେଣୀର ୯୦ ଜଣ, ଷଷ୍ଠ ଶ୍ରେଣୀର ୧୨୯ ଜଣ ଓ ନବମ ଶ୍ରେଣୀର ୧୭୯ ଜଣ ଶିକ୍ଷକଶିକ୍ଷୟତ୍ରୀ ଏଥିରେ ଅଂଶ ଗ୍ରହଣ କରିଥିଲେ । ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟତ୍ରୀଙ୍କ ଠାରୁ ପ୍ରଶ୍ନପତ୍ର ଓ ଓଏମଆର ସିଟ୍ ମାଧ୍ୟମରେ ତଥ୍ୟ ସଂଗ୍ରହ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ରାଜସୁନାଖଳା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ନୟାଗଡ ଏବଂ ବାଙ୍କୋଇ ପାଂଚଗଡ ଅନଙ୍ଗ ନରେନ୍ଦ୍ର ପ୍ରାରମ୍ଭିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନର ସର୍ବମୋଟ ୧୨୮ ଜଣ ଗୁରୁ ଛାତ୍ରଛାତ୍ରୀ ଏଥିରେ ପରୀକ୍ଷକ କାର୍ଯ୍ୟ କରିଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଦିପ୍ତିମୟୀ ପ୍ରିୟଦର୍ଶିନୀ, ରାଜସୁନାଖଳା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ନୟାଗଡର ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀ, ରଣପୁର ବ୍ଲକ ଶିକ୍ଷା ଅଧିକାରୀ ବନଲତା ବେହେରା, ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ପ୍ରତାପ କୁମାର ମହାପାତ୍ର ପ୍ରମୂଖ ଏହାକୁ ପରିଚାଳନା କରିଥିଲେ ।

Post Views: 103
Share203Tweet127Send
Voice of Victims

Voice of Victims

Recent Posts

  • ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ
  • ବୈଜ୍ଞାନିକ ଓ ସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
  • ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
  • ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଯୁବପିଢ଼ିଙ୍କ ରହିବ ମୁଖ୍ୟ ଭୂମିକା: ଡକ୍ଟର ପୁରଞ୍ଜନ ଦାସ
  • ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In