• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଥରୁଛି ଓଡ଼ିଶା: ଆଜିଠୁ ୪ଦିନ ହାଲୁକା ବର୍ଷା

by Voice of Victims
December 17, 2024
in ମୁଖ୍ୟ ଖବର, ରାଜ୍ୟ
ଥରୁଛି ଓଡ଼ିଶା: ଆଜିଠୁ ୪ଦିନ ହାଲୁକା ବର୍ଷା

ଭୁବନେଶ୍ୱର: ରାଜ୍ୟରେ ହାଡ଼ଭଙ୍ଗା ଶୀତର ଲହରି ସାଙ୍ଗକୁ ଘନ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳୁଛି। ସୋମବାର ସର୍ବାଧିକ ତାପମାତ୍ରା ନୂଆପଡ଼ା ଓ ପାରଳାଖେମୁଣ୍ଡିରେ ୩୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୫.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ସେହିପରି କନ୍ଧମାଳ ଓ କୋରାପୁଟରେ ଘନକୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଥିବାବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିଲା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁଯାୟୀ, ଦକ୍ଷିଣ ଉପକୂଳବର୍ତ୍ତୀ ଜିଲା ସହ ଉତ୍ତର ଉପକୂଳବର୍ତ୍ତୀ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରାରେ ଉଲ୍ଲେଖନୀୟ ହ୍ରାସ ଘଟିଛି। ଅନ୍ୟାନ୍ୟ ଅଞ୍ଚଳରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ କମ୍‌ ରେକର୍ଡ କରାଯାଇଥିବାବେଳେ ବିଶେଷକରି ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ କମ୍‌ ରହୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନ ହେଲେ ମଧ୍ୟ ବୁଧବାରଠାରୁ ପରବର୍ତ୍ତୀ ୩ଦିନ ପର୍ଯ୍ୟନ୍ତ ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିପାରେ। ଅନ୍ୟପଟେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେବା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ତାମିଲନାଡୁ ଉପକୂଳ ମୁହାଁ ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ କୋହଲା ପାଗ ରହିବ। ୧୭ରୁ ୧୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Post Views: 39
Share198Tweet124Send
Voice of Victims

Voice of Victims

Recent Posts

  • ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ
  • ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ
  • ପ୍ରବାସୀ ଶ୍ରମିକଙ୍କ ପାଇଁ ବଢ଼ିଲା ସୁବିଧା, ଏଣିକି କୋଟାରେ ମିଳିବ ଗ୍ୟାସ୍ ସିଲିଣ୍ଡର
  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In