• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଡଃ ହରିବାବୁ କମ୍ଭାମପତି ଓଡ଼ିଶାର ନୂଆ ରାଜ୍ୟପାଳ

by Voice of Victims
December 24, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଡଃ ହରିବାବୁ କମ୍ଭାମପତି ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫା ପରେ ତାଙ୍କ ସ୍ଥାନରେ ମିଜୋରାମ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତିଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତବର୍ଷ ଅକ୍ଟୋବର ୧୮ତାରିଖରେ ରଘୁବର ଦାସଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିଲା। ଡଃ କମ୍ଭାମପତି ୨୦୨୧ ଜୁଲାଇ ୧୯ତାରିଖରୁ ମିଜୋରାମର ରାଜ୍ୟପାଳ ଅଛନ୍ତି। ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ବିଶାଖାପାଟଣା ଲୋକସଭା ଆସନରୁ ବିଜେପି ଟିକେଟରେ ସଂସଦକୁ ନିର୍ବାଚିିତ ହୋଇଥିଲେ। ଏହାପୂର୍ବରୁ ସେ କିଛି ଦିନ ଆନ୍ଧ୍ର ପ୍ରଦେଶର ବିଜେପି ରାଜ୍ୟ ସଭାପତି ଥିଲେ। ୧୯୫୩ ମସିହା ଜୁନ୍ ୧୫ତାରିଖରେ ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲ୍ଲାର ଟିମାସମୁଦ୍ରମ ଗାଁରେ ଜନ୍ମିତ କମ୍ଭାମପତି ଆନ୍ଧ୍ରପ୍ରଦେଶ ବିଶ୍ୱବିଦ୍ୟାଳୟରୁ ଇଲେକ୍ଟ୍ରିକାଲ ଆଣ୍ଡ କଣ୍ଟ୍ରୋଲ ସିଷ୍ଟମରେ ମାଷ୍ଟର ଡିଗ୍ରୀ ଓ କଣ୍ଟ୍ରୋଲ ସିଷ୍ଟମରେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ୟୁନିର୍ଭସିଟି ଇଞ୍ଜିନିୟରିଂ କଲେଜରେ ୨୪ବର୍ଷ ଧରି ଆସୋସିଏଟ୍ ପ୍ରଫେସର ଭାବେ କାର୍ଯ୍ୟ କରିଥିଲେ।

Post Views: 42
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In