• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଅଦିନିଆ ବର୍ଷା ଜନିତ ଫସଲ ନଷ୍ଟ: ୩୦ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ

by Voice of Victims
December 28, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା ଅଭିଯୋଗ
ଅଦିନିଆ ବର୍ଷା ଜନିତ ଫସଲ ନଷ୍ଟ: ୩୦ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ

ଭୁବନେଶ୍ୱର: ଗତ ୨୦ ତାରିଖରୁ ୨୮ ତାରିଖ ମଧ୍ୟରେ ରାଜ୍ୟରେ ହୋଇଥିବା ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ଯେପରି ଜଣେ ବି କ୍ଷତିଗ୍ରସ୍ତ ଚାଷୀ ସହାୟତାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଧ୍ୟାନ ଦେବାକୁ ହେବ । ଏଥିସହିତ ୩୦ ତାରିଖ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ ସହ ପ୍ରକୃତ କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ଚିହ୍ନଟ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ଶନିବାର ଲୋକସେବା ଭବନରେ ଅନୁଷ୍ଠିତ ବୈଠକ ଶେଷରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ବୀମା କରିଥିବା ଓ ବୀମା ନକରିଥିବା କ୍ଷତିଗ୍ରସ୍ତ ସମସ୍ତ ଚାଷୀଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ସହାୟତା ଯଥାଶୀଘ୍ର ଡିବିଟି ମାଧ୍ୟମରେ ଯୋଗାଇ ଦିଆଯିବ। ବୀମା କରିଥିବା ସମସ୍ତ ଚାଷୀ ଭାଇ ଓ ଭଉଣୀ ମାନେ ଯେପରି ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କ୍ଷୟ କ୍ଷତି ସଂପର୍କରେ ବୀମା କମ୍ପାନୀଙ୍କୁ ସୂଚନା ଦେବେ, ସେଥିପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ଦରକାର । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୨୬ ହଜାର ଚାଷୀ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇଛନ୍ତି । ଆସନ୍ତା କାଲି (ରବିବାର) ସୁଦ୍ଧା ସବୁ ବୀମାଭୁକ୍ତ ଚାଷୀମାନେ ନିଜର ଫସଲ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେବାକୁ ହେବ । ସେହିପରି ବିଭିନ୍ନ ଜିଲ୍ଲାର ପଞ୍ଜୀକୃତ ଚାଷୀ ଭାଇ ଓ ଭଉଣୀ ମାନେ ଅଦିନିଆ ବର୍ଷା ଜନିତ ସେମାନଙ୍କର ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତିର ସୂଚନା ତୁରନ୍ତ “କୃଷି ରକ୍ଷକ” ପୋର୍ଟାଲ ମାଧ୍ୟମରେ କିମ୍ବା ୧୪୪୪୭କୁ କଲ୍ କରି ଜଣାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ ପାଢୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Post Views: 62
Share199Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In