• About Us
  • Contact Us
Monday, April 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଜାନୁଆରୀରୁ ବଢ଼ିବ ଶୀତ

by Voice of Victims
December 29, 2024
in ମୁଖ୍ୟ ଖବର, ରାଜ୍ୟ
ଜାନୁଆରୀରୁ ବଢ଼ିବ ଶୀତ

ଭୁବନେଶ୍ୱର: ନୂଆବର୍ଷରୁ ବଢ଼ିବ ଶୀତ। ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ଶୀତ ବଢିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ଦୁଇ ଦିନ ପର୍ୟ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ପରେ ୨ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରାଯାଇଛି । ପ୍ରବଳ ଜାଡ ସହ ଘନ କୁହୁଡି କରିବ ଅସ୍ତବ୍ୟସ୍ତ। ସେପଟେ ଆସନ୍ତାକାଲି ପର୍ୟ୍ୟନ୍ତ ରାଜ୍ୟରେ ପଶ୍ଚିମା ଝଡର ପ୍ରଭାବ ରହିବ । ୨୪ ଘଂଟା ମଧ୍ୟରେ ନବରଙ୍ଗପୁର, ବଲାଙ୍ଗୀର, ବରଗଡ, ସୋନପୁର, ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଓ ନୂଆପଡାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ୩୧ ତାରିଖରୁ ଆଭ୍ୟନ୍ତରୀଣ ଓଡିଶାର କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର, ବରଗଡ, ସୁନ୍ଦରଗଡ, ସମେତ କିଛି ଜିଲ୍ଲାରେ ତାପମାତ୍ରା କମିବ । ପରେ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା କମିବା ନେଇ ଆକଳନ କରାଯାଇଛି । ରାଜ୍ୟରେ ପଶ୍ଚିମାଝଡ଼ ସକ୍ରିୟ ଥିବାବେଳେ ଆସନ୍ତା ୨୪ ଘଂଟା ମଧ୍ୟରେ ଘନ କୁହୁଡି ନେଇ ୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇ ଜିଲ୍ଲାରେ ୫୦ ମିଟର ତଳକୁ ଖସି ଆସିବ ଦୃଶ୍ୟମାନ ଦୂରତା । ସେହିଭଳି କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ ଓ ଅନୁଗୁଳରେ ମଧ୍ୟମ ଧରଣର କୁହୁଡି ନେଇ ସତର୍କତା ଜାରି କରାଯାଇଛି ।

Post Views: 39
Share198Tweet124Send
Voice of Victims

Voice of Victims

Recent Posts

  • ଜୁଲାଇ ୩ ରୁ ଆରମ୍ଭ ହେବ ଅମରନାଥ ଯାତ୍ରା, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ ?
  • ବହୁ ପ୍ରତୀକ୍ଷିତ ବଡ଼ବିଲ ବାଇପାସ୍-କମ୍-ରିଙ୍ଗ୍ ରୋଡ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
  • ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?
  • ରାଜ୍ୟରେ ସ୍ବଗଣନାରେ ସାମିଲ୍ ହୋଇଛନ୍ତି ୧ ଲକ୍ଷ ୭୬ ହଜାର ବ୍ୟକ୍ତି: ନିଖିଲ ପୱନ କଲ୍ୟାଣ
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଟିଏମସିରେ ଯୋଗଦେଇଛନ୍ତି ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ଚନ୍ଦ୍ର ବୋଷ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In