• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଡବଲ ଡେକର ବସ୍

by Voice of Victims
January 1, 2025
in ମୁଖ୍ୟ ଖବର, ରାଜ୍ୟ
ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଡବଲ ଡେକର ବସ୍

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଇଲେକ୍ଟ୍ରିକ ଡବଲ ଡେକର ବସ୍। ଏ ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଦୁଇଟି ଇଲେକ୍ଟ୍ରିକ ଡବଲ ଡେକର ବସ୍‌ ମୁମ୍ବାଇରୁ ଭୁବନେଶ୍ୱର ଅଭିମୁଖେ ବାହାରି ସାରିଥିବା ବେଳେ ଆସନ୍ତାକାଲି ପହଞ୍ଚିବ ବୋଲି କହିଛନ୍ତି ମନ୍ତ୍ରୀ। ଏହି ଅବସରରେ ସେ କହିଛନ୍ତି, ଆସନ୍ତା ୮ରୁ ୧୦ତାରିଖ ପର୍ୟ୍ୟନ୍ତ ୩ଦିନ ଧରି ଭୁବନେଶ୍ୱରର ଜନତା ମଇଦାନରେ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହ ପାଳିତ ହେବ। ଉକ୍ତ ସମୟରେ ପ୍ରବାସୀ ଭାରତୀୟଙ୍କ ଉଦ୍ଦେଶ୍ୟରେ ଏହାକୁ ପ୍ରଥମେ ବ୍ୟବହାର କରାଯିବ। ତାହା ପୂର୍ବରୁ ରାଜଧାନୀର ରାଜରାସ୍ତାରେ ଟ୍ରାଏଲ ରନ୍‌ କରିବ ଡବଲ ଡେକର୍ ବସ୍‌। ପରେ ସାଧାରଣ ଲୋକଙ୍କ ପାଇଁ ଏହା ବ୍ୟବହୃତ ହେବ। ପ୍ରଥମ ପର୍ୟ୍ୟାୟରୁ ରାଜ୍ୟକୁ ଦୁଇଟି ଡବଲ ଡେକର ବସ୍ ଆସୁଛି। ପରେ ଆଉ ଦୁଇଟି ବସ୍‌ ଆସିବ। ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି ଡବଲ ଡେକର ବସ୍ ଚାଲିବାକୁ ଥିବରୁ ଏହାକୁ ନେଇ ରାଜଧାନୀବାସିନ୍ଦାଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି।ମୁମ୍ୱାଇର ଏକ ସଂସ୍ଥା ଏହି ବସ୍‌ ତିଆରି କରୁଛି। ପ୍ରଥମ ପର୍ୟ୍ୟାୟରେ ୨ଟି ବସ୍‌ ଆସୁଛି। ପରବର୍ତ୍ତୀ ସମୟରେ ଆଉ ୨ଟି ବସ୍‌ ଆସିବ ବୋଲି ଜଣାପଡ଼ିଛି। ଗେରୁଆ ରଙ୍ଗରେ ତିଆରି ହୋଇଥିବା ଏହି ବସ୍‌ରେ ରହିଛି ଓଡ଼ିଶା କଳା ଓ ସଂସ୍କୃତି ଛାପ। ବସ୍‌ରେ କୋଣାର୍କ ଚକ, ଧୌଳି ଶାନ୍ତିସ୍ତୁତ, ଗୋଟିପୁଅ ନୃତ୍ୟ ଓ ଅନ୍ୟାନ୍ୟ କଳାକୃତିର ଛାପ ରହିଛି।

Post Views: 36
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In