• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ୟୁକୋ ବ୍ୟାଙ୍କର ୮୩ତମ ପ୍ରତିଷ୍ଠା ଦିବସ ପାଳିତ

by Voice of Victims
January 6, 2025
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ୟୁକୋ ବ୍ୟାଙ୍କର ୮୩ତମ ପ୍ରତିଷ୍ଠା ଦିବସ ପାଳିତ

ରଣପୁର (ଭିଓଭି) : ରଣପୁରରେ ସର୍ବ ପ୍ରଥମେ ଖୋଲିଥିବା ୟୁକୋ ବ୍ୟାଙ୍କର ୮୩ତମ ପ୍ରତିଷ୍ଠା ଦିବସ ଆଜି ପାଳିତ ହୋଇ ଯାଇଛି । ୧୯୪୩ ମସିହାରେ କୋଲକାତା ଠାରେ ପ୍ରଥମେ କମରସିଆଲ ବ୍ୟାଙ୍କ ନାମରେ ପ୍ରତିଷ୍ଠା ହୋଇଥିଲା । ୧୯୭୦ ମସିହାରେ ରଣପୁର ବ୍ଲକର ପ୍ରଥମ ବ୍ୟାଙ୍କ ଭାବେ ଏକ ଟିଣ ଛପର ଘରେ ଆରମ୍ଭ ହୋଇଥିଲା । ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇ ଏହି ବ୍ୟାଙ୍କ ୫୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ରଣପୁରରେ ଲୋକପ୍ରିୟତା ହାସଲ କରି ପାରିଛି ବୋଲି ମ୍ୟାନେଜର ଗଙ୍ଗାଧର ବେହେରା ମତ ଦେଇଛନ୍ତି । ବର୍ତ୍ତମାନ ରଣପୁରରେ ଅନେକ ବ୍ୟାଙ୍କ ଖୋଲିଛି, କିନ୍ତୁ ୫୫ ବର୍ଷ ଧରି ରଣପୁର ଅଞ୍ଚଳର ଅନେକ ବ୍ୟକ୍ତି ୟୁକୋ ବ୍ୟାଙ୍କ ସହ ବାନ୍ଧି ହୋଇ ରହିଛନ୍ତି ବୋଲି ମ୍ୟାନେଜର କହିଛନ୍ତି | ପ୍ରତିଷ୍ଠା ଦିବସ ଉପଲକ୍ଷେ ଶାଖାକୁ ଆକର୍ଷଣୟ ଭାବେ ସଜାଯିବା ସହିତ କେକ କଟାଯାଇ ବ୍ୟାଙ୍କକୁ ଆସିଥିବା ଗ୍ରାହକଙ୍କୁ ମିଷ୍ଟାନ ବଣ୍ଟାଯାଇଥିଲା | ବର୍ତ୍ତମାନ ବ୍ୟାଙ୍କରେ ଥିବା ସମସ୍ତ କର୍ମଚାରୀ ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇ ପାରୁଛନ୍ତି ବୋଲି ମୁଖ୍ୟ ଅତିଥି ବିରଞ୍ଚି ତ୍ରିପାଠୀ ମତ ଦେଇଛନ୍ତି । ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ପିଲାମାନଙ୍କୁ ନେଇ ଏକ ସଙ୍ଗୀତ ପ୍ରତିଯୋଗିତା କରାଯାଇଥିଲା । ଏହି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରକାଶ ମହାରଣା, ଜ୍ୟୋତିର୍ମୟୀ ପରିଡା ଓ ଅମ୍ରିତା ପ୍ରଧାନଙ୍କୁ ପୁରସ୍କୃତ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ସୁଶାନ୍ତ କୁମାର ବିଶ୍ୱାଳ, ଅନୁରାଧା ଛୋଟରାୟ, ଦେବାଶିଷ ପାତ୍ର, ମାନସ ରଞ୍ଜନ ତରେଇ, ପୁର୍ଣିମା ସାହୁ ଓ ସୁଦୀପ୍ତ ଗୁଇନ ପ୍ରମୁଖ ବ୍ୟାଙ୍କ କର୍ମଚାରୀ ଉପସ୍ଥିତ ଥିଲେ।

Post Views: 122
Share199Tweet124Send
Voice of Victims

Voice of Victims

Recent Posts

  • ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ
  • ବୈଜ୍ଞାନିକ ଓ ସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
  • ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
  • ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଯୁବପିଢ଼ିଙ୍କ ରହିବ ମୁଖ୍ୟ ଭୂମିକା: ଡକ୍ଟର ପୁରଞ୍ଜନ ଦାସ
  • ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In