• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ

by Voice of Victims
December 31, 2023
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ବର (ଭିଓଭି): ଓଡିଶା ପୋଲିସର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଅରୁଣ କୁମାର ଷଡଙ୍ଗୀ, ଆଇ.ପି.ଏସ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ପୂର୍ବତନ ଡି.ଜି.ପି ସୁନୀଲ କୁମାର ବଂସଲଙ୍କ ଠାରୁ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶ୍ରୀ ଅରୁଣ କୁମାର ଷଡଙ୍ଗୀ ଆଇ.ପି.ଏସ ପୋଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଉପସ୍ଥିତ ବରିଷ୍ଠ ଅଧିକାରୀ ମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ଵାଗତ ଜଣାଇଥିଲେ। ଏହାପରେ ଡିଜିପି ଶ୍ରୀ ଷଡଙ୍ଗୀ ଶହିଦ ସ୍ମୃତି ସ୍ତମ୍ଭ ଠାରେ ମାଲ୍ୟାର୍ପଣ କରିଥିଲେ। ପରେ ସେ ଦାୟିତ୍ଵ ଗ୍ରହଣ କରିଥିଲେ। ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇ ଡିଜିପି ଶ୍ରୀ ଷଡଙ୍ଗୀ କହିଥିଲେ ଯେ, ଓଡିଶା ପୋଲିସର ସ୍ଵତନ୍ତ୍ର ଗରିମା ଏବଂ ଗୌରବ ରହିଛି। ଗତ କିଛି ବର୍ଷ ଧରି ରାଜ୍ୟ ପୋଲିସକୁ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଛି ବୋଲି କହିଥିଲେ। ପୋଲିସକୁ ସଶକ୍ତ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସହଯୋଗ ରହିଛି ବୋଲି ସେ କହିବା ସହ  ରାଜ୍ୟ ସରକାରଙ୍କ ସହଯୋଗରେ ଆଗାମୀ ଦିନରେ ପୋଲିସ ଅଧିକ ଶକ୍ତିଶାଳୀ ହେବ। ଏହି ଅତିରିକ୍ତ ଦାୟିତ୍ଵର ସମୟ ସୀମା ମଧ୍ୟରେ ସମସ୍ତଙ୍କ  ସହଯୋଗରେ ନିଜର ଦାୟିତ୍ଵ ନିର୍ବାହ କରିବେ ବୋଲି ମତବ୍ୟକ୍ତ କରିଥିଲେ। ଅପରାଧ ନିରାକରଣ, ଅପରାଧ ଅନୁସନ୍ଧାନ ଏବଂ ଆଇନ ଶୃଙ୍ଖଳା କ୍ଷେତ୍ରରେ ଯେମିତି କୌଣସି ଉଦାସୀନତା ଦେଖାନଯିବ ସେଥିପ୍ରତି ସ୍ଵତନ୍ତ୍ର ଦୃଷ୍ଟି ଦେବି ବୋଲି ପ୍ରତିକ୍ରିୟା ରଖିଥିଲେ। ସାଧାରଣ ଲୋକଙ୍କୁ ଗୁଣାତ୍ମକ ପୋଲିସ ସେବା ଯୋଗାଇଦେବା ସହ ସମାଜକୁ ଅପରାଧ ମୁକ୍ତ, ଅପରାଧ ଦମନ ଏବଂ ସଶକ୍ତ ସମାଜ ଗଠନ ଉପରେ ଗୁରୁତ୍ଵାରୋପ କରିଥିଲେ। ସୂଚନାଯୋଗ୍ୟ ଯେ, ୧୯୯୦ ବ୍ୟାଚର ଆଇ.ପି.ଏସ୍ ଅଧିକାରୀ ଶ୍ରୀ ଷଡଙ୍ଗୀ ବଲାଙ୍ଗୀର ଜିଲ୍ଲାର ମୂଳବାସିନ୍ଦା ଅଟନ୍ତି। ତାଙ୍କ ଚାକିରି କାଳ ମଧ୍ୟରେ ସେ ରାୟଗଡ଼ା, ଜଗତସିଂହପୁର, ବ୍ରହ୍ମପୁର, କଟକ (ରେଲୱେ), ଏଟିସି (ଏନଫୋର୍ସମେଣ୍ଟ), କୋରାପୁଟ, ଖୋର୍ଦ୍ଧା, ରାଉରକେଲା, କ୍ରାଇମବ୍ରାଞ୍ଚର ଆରକ୍ଷୀ ଅଧିକ୍ଷକ ଭାବେ କାର୍ଯ୍ୟ କରିଛନ୍ତି। ପରେ ଡିଆଇଜି ଭାବେ ଉତ୍ତର କେନ୍ଦ୍ରାଞ୍ଚଳ ରେଞ୍ଜ (ତାଳଚେର), ଅପରେସନ (ଭୁବନେଶ୍ବର), ଆଇନ ଓ ଶୃଙ୍ଖଳା, କଟକ ଠାରେ କାର୍ଯ୍ୟ କରିଥିଲେ। ସେହିପରି ଆଇଜିପି (ଆଇନ ଓ ଶୃଙ୍ଖଳା), କଟକ ସମେତ ବିପିଏସପିଏ, ଭୁବନେଶ୍ବରର  ଅତିରିକ୍ତ ଦାୟିତ୍ଵ ତୁଲାଇ ଥିଲେ। ବିପିଏସପିଏ ର ଆଇଜିପି (ଟ୍ରେନିଂ), ଆଇଜିପି (ଅପରେସନ), (ଗୁଇନ୍ଦା), ଭିଜିଲାନ୍ସ  ଭାବେ ଗୁରୁତ୍ବପୂର୍ଣ୍ଣ ପଦପଦବୀରେ ରହି ସଫଳତାର ସହ କାର୍ଯ୍ୟ କରିଥିଲେ। ଏହାପରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଗୁଇନ୍ଦା) ଏବଂ ନିର୍ଦ୍ଦେଶକ (ବିପିଏସପିଏ), ଭୁବନେଶ୍ବରରେ କାର୍ଯ୍ୟ କରୁଥିଲେ। ଏହାପରେ ତାଙ୍କର ସ୍ଵତନ୍ତ୍ର ଆରକ୍ଷୀ ମହାନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ହୋଇଥିଲା। ଏବେମଧ୍ୟ ସେଠାରେ ସେ ନିର୍ଦ୍ଦେଶକ (ବିପିଏସପିଏ) ଭାବେ କାର୍ଯ୍ୟରତ ଅଛନ୍ତି। ଦାୟିତ୍ୱ ଗ୍ରହଣ ସମୟରେ ରାଜ୍ୟ ପୋଲିସ ବହୁ ବରିଷ୍ଠ ପୋଲିସ ଅଧିକାରୀ ଓ ପୋଲିସ ମୁଖ୍ୟାଳୟର କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Post Views: 44
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In