• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ତିରୁପତିରେ ଦଳାଚକଟା, ୬ ମୃତ

by Voice of Victims
January 8, 2025
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ତିରୁପତିରେ ଦଳାଚକଟା, ୬ ମୃତ

ଅମରାବତୀ : ଆନ୍ଧ୍ରପ୍ରଦେଶର ତିରୁପତିସ୍ଥିତ ପ୍ରଭୁ ଭେଙ୍କଟେଶ୍ୱରଙ୍କ ମନ୍ଦିର ବାହାରେ ବୁଧବାର ଦଳାଚକଟା ଯୋଗୁଁ ୬ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି। ବୈକୁଣ୍ଠ ଦ୍ୱାର ଦର୍ଶନ ପାଇଁ ଟୋକନ୍ ବଣ୍ଟନ ସମୟରେ ଉପସ୍ଥିତ ହଜାର ହଜାର ଶ୍ରଦ୍ଧାଳୁଙ୍କ ମଧ୍ୟରେ ଦଳାଚକଟା ସ୍ଥିତି ଉପୁଜିଥିଲା। ଅନ୍ୟପଟେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏହି ଘଟଣା ଉପରେ ଦୁଃଖପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଆହତମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ସେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଲ୍ଲେଖ ଯୋଗ୍ୟ, ଜାନୁଆରୀ ୧୦ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ପ୍ରଭୁ ଭେଙ୍କଟେଶ୍ୱରଙ୍କ ବୈକୁଣ୍ଠ ଦ୍ୱାର ସ୍ୱତନ୍ତ୍ର ଦର୍ଶନ ପାଇଁ ଖୋଲାଯିବ। ଏଥିପାଇଁ ବୁଧବାର ସକାଳରୁ ହିଁ ହଜାର ହଜାର ଭକ୍ତ ମନ୍ଦିର ବାହାରେ ବିଭିନ୍ନ ଟିକେଟ୍ କାଉଣ୍ଟରରେ ଭିଡ଼ ଜମାଇଥିଲେ। ଆଜି ବିଳମ୍ବିତ ସଂଧ୍ୟା ପର୍ଯ୍ୟନ୍ତ ସେଠାରେ ପ୍ରାୟ ୪ ହଜାରରୁ ଅଧିକ ଶ୍ରଦ୍ଧାଳୁ ଉପସ୍ଥିତ ଥିଲେ। ଯେତେବେଳେ ଭକ୍ତମାନଙ୍କୁ ବୈରାଗି ପାଟ୍ଟିଡା ପାର୍କରେ ଟୋକନ ପାଇଁ ଧାଡି ବାନ୍ଧିବାକୁ ଅନୁମତି ଦିଆଯାଇଥିଲା, ସେତେବେଳେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏକା ସମୟରେ ସେହି ସ୍ଥାନକୁ ଯିବାକୁ ଚେଷ୍ଟା କରିବାରୁ ଦଳାଚକଟା ସ୍ଥିତି ଉପୁଜିଥିଲା। ତିରୁପତି ପୁଲିସ ସେଠାରେ ପରିସ୍ଥିତିକୁ ନିୟନ୍ତ୍ରଣ କରିଛି। ଉଲ୍ଲେଖ ଥାଉ କି ଠିକ୍ ଗୋଟିଏ ଦିନ ପୂର୍ବରୁ ଟିଟିଡି କାର୍ଯ୍ୟନିର୍ବାହୀ ଅଧିକାରୀ ଜାନୁଆରୀ ୧୦ ରୁ ୧୯ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ବୈକୁଣ୍ଠ ଏକାଦଶୀ ଏବଂ ବୈକୁଣ୍ଠ ଦ୍ୱାର ଦର୍ଶନ ପାଇଁ ବିସ୍ତୃତ ବ୍ୟବସ୍ଥା ବିଷୟରେ କହିଥିଲେ। ସେ କହିଥିଲେ ଯେ ଏହି ସମୟ ମଧ୍ୟରେ ସାତ ଲକ୍ଷ ଭକ୍ତଙ୍କୁ ରହିବା ପାଇଁ ଟିଟିଡି ବ୍ୟାପକ ବ୍ୟବସ୍ଥା କରିଛି ଏବଂ ସମସ୍ତ ତୀର୍ଥଯାତ୍ରୀଙ୍କ ପାଇଁ ଏକ ସୁଗମ ତଥା ନିରାପଦ ଦର୍ଶନ ଅଭିଜ୍ଞତା ନିଶ୍ଚିତ କରିବାକୁ ବିଭିନ୍ନ ସ୍ୱତନ୍ତ୍ର ପ୍ରୋଟୋକଲ କରାଯାଇଛି।

Post Views: 43
Tags: In Tirupati
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In