• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ତେଲେଙ୍ଗାନାରେ ଟ୍ରକ୍‌କୁ ପିଟିଲା ବସ୍‌, ୪ ଓଡ଼ିଆ ମୃତ

by Voice of Victims
January 10, 2025
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ତେଲେଙ୍ଗାନାରେ ଟ୍ରକ୍‌କୁ ପିଟିଲା ବସ୍‌, ୪ ଓଡ଼ିଆ ମୃତ

ଭୁବନେଶ୍ୱର : ତେଲେଙ୍ଗାନାର ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି। କଳାହାଣ୍ଡି ସିନାପାଲିରୁ ୩୨ ଜଣ ଶ୍ରମିକଙ୍କୁ ନେଇ ଗତକାଲି ହାଇଦ୍ରାବାଦ ଅଭିମୁଖେ ବାହାରିଥିଲା ବସ୍‌। ବସ୍‌ଟି ରାତି ପ୍ରାୟ ୩ଟା ସମୟରେ ସୂର୍ଯ୍ୟାପେଟ-ଖମାମ ରାସ୍ତା ଅତିକ୍ରମ କରୁଥିଲା। ଉକ୍ତ ସମୟରେ ରାସ୍ତା ଉପରେ ଏକ ଟ୍ରକ୍ ଛିଡ଼ା ହୋଇଥିବା ବେଳେ ଦ୍ରୁତଗାମୀ ବସ୍‌ଟି ତାହାକୁ ପଛ ପଟୁ ପିଟିଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ବସ୍ ଡ୍ରାଇଭର, ୨ ମହିଳା ଶ୍ରମିକ ଓ ଜଣେ ପୁରୁଷ ଶ୍ରମିକ ଥିବା ଜଣାଯାଇଛି।ଏହି ଦୁର୍ଘଟଣାରେ ଆଉ କିଛି ଶ୍ରମିକ ଆହତ ହୋଇଥିବା ବେଳେ ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି।

Post Views: 52
Tags: Bus hits truck in Telangana
Share198Tweet124Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In