• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଫେବୃଆରୀ ୧ରୁ ନିୟମ କଡ଼ାକଡ଼ି: ଗାଡ଼ିର ଇନ୍‌ସ୍ୟୁରାନ୍ସ ନଥିଲେ ଟୋଲ୍‌ଗେଟ୍‌ରେ କଟିବ ଚାଲାଣ

by Voice of Victims
January 18, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଫେବୃଆରୀ ୧ରୁ ନିୟମ କଡ଼ାକଡ଼ି: ଗାଡ଼ିର ଇନ୍‌ସ୍ୟୁରାନ୍ସ ନଥିଲେ ଟୋଲ୍‌ଗେଟ୍‌ରେ କଟିବ ଚାଲାଣ

ଭୁବନେଶ୍ବର: ମୋଟର ଗାଡ଼ିର ଇନ୍‌ସ୍ୟୁରାନ୍ସ ନଥିଲେ ଟୋଲଗେଟ୍‌ରେ କଟିବ ଇ-ଚାଲାଣ। ସ୍ୱୟଂକ୍ରିୟ ପ୍ରଣାଳୀ ବା ଇ-ଡିଟେକ୍ସନ୍ ପ୍ରକ୍ରିୟାରେ ଦ୍ୱାରା ଚିହ୍ନଟ କରାଯିବ। ଆସନ୍ତା ଫେବୃଆରୀ ପହିଲାରୁ ରାଜ୍ୟରେ ଏହା ଲାଗୁ କରାଯିବ। ମୋଟର ଯାନ ଆଇନ ଅନୁଯାୟୀ ବୈଧ ବୀମା ନଥାଇ ଗାଡ଼ି ଚଳାଚଳ କରୁଥିବା ନିୟମ ଉଲ୍ଲଙ୍ଘନକାରୀଙ୍କୁ ଚିହ୍ନଟ ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଏହି ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ସେଥିରେ କୁହାଯାଇଛି, ମୋଟର ଯାନ ଆଇନର ଧାରା ୧୪୬ ଅନୁଯାୟୀ ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ। ଏହାର ଉଲ୍ଲଙ୍ଘନ କଲେ ଧାରା ୧୯୬ ଅନୁଯାୟୀ ୨ହଜାର ଟଙ୍କା ଜୋରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ୍ କିମ୍ବା ଉଭୟ ଦଣ୍ଡର ପ୍ରାବଧାନ ରହିଛି। ସେହିଭଳି ପୁନର୍ବାର ନିୟମ ଉଲ୍ଲଂଘନ କଲେ ଜୋରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ୍ କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବାର ପ୍ରାବଧାନ ଅଛି। ମାତ୍ର ବିନା ଇନ୍‌ସ୍ୟୁରାନ୍ସରେ ରାଜ୍ୟର ବିଭିନ୍ନ ଜାତୀୟ ଓ ରାଜ୍ୟ ରାଜପଥରେ କିଛି ଗାଡ଼ି ବେଆଇନ ଭାବେ ଚାଲୁଥିବା ନଜରକୁ ଆସିଛି। କୌଣସି ଦୂର୍ଘଟଣା ବା କିଛି ସମସ୍ୟା ଘଟିଲେ ଉକ୍ତ ଗାଡ଼ିଗୁଡ଼ିକ ଖସି ଯାଉଛନ୍ତି। ସେଥିପାଇଁ ନିୟମ କଡ଼ାକଡ଼ି କରାଯାଇଛି। ଫେବୃଆରୀ ପହିଲାରୁ ଇ-ଡିଟେକ୍ସନ୍ ପ୍ରକ୍ରିୟାରେ ଜାରିହେବ ଇ-ଚାଲାଣ ଆସନ୍ତା ଲାଗୁ ହେଉଛି। ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ସମସ୍ତ ୨୨ଟି ଟୋଲଗେଟ୍‌ରେ ତାହା କାର୍ଯ୍ୟକାରୀ ହେବ ବୋଲି ବିଜ୍ଞପ୍ତି ସ୍ପଷ୍ଟ କରାଯାଇଛି।

Post Views: 52
Share197Tweet123Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In