• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସବୁ ଦୃଷ୍ଟିରୁ ଐତିହାସିକ: ମୁଖ୍ୟମନ୍ତ୍ରୀ

by Voice of Victims
January 18, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସବୁ ଦୃଷ୍ଟିରୁ ଐତିହାସିକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବର୍ତ୍ତମାନର ବିଭନ୍ନ ଆହ୍ୱାନର ମୁକାବିଲା କରିବା ସହିତ ସାଢ଼େ ଚାରିକୋଟି ଓଡ଼ିଶାବାସୀଙ୍କ ସୁନ୍ଦର ଭବିଷ୍ୟତ ପାଇଁ ଏକ ସ୍ପଷ୍ଟ ରୂପରେଖ ପ୍ରସ୍ତୁତ କରୁଛୁ। ତଦନୁଯାୟୀ ଆମେ ବିଭିନ୍ନ ପଦକ୍ଷେପ ନେଉଛୁ। ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟରେ ପରିଣତ କରିବା ,୨୦୪୭ ସୁଦ୍ଧା ବିକଶିତ ଭାରତର ଏକ ପ୍ରମୁଖ ଗ୍ରୋଥ୍ ଇଞ୍ଜିନ୍ ଭାବରେ ଗଢ଼ିତୋଳିବା ହିଁ ମୂଳ ଲକ୍ଷ୍ୟରହିଛି। ସେହି ଲକ୍ଷ୍ୟ ନେଇ ଆମେ ରାଜ୍ୟର ଭିତ୍ତିଭୂମି କ୍ଷେତ୍ରରେ ବ୍ୟାପକ ନିବେଶ କରିବା ସହ ଦେଶ ଓ ସାରା ବିଶ୍ୱର ପ୍ରମୁଖ ନିବେଶକଙ୍କୁ ଓଡ଼ିଶାରେ ପୁଞ୍ଜି ନିବେଶ କରିବା ପାଇଁ ନିମନ୍ତ୍ରଣ କରୁଛୁ। ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସବୁ ଦୃଷ୍ଟିରୁ ଏକ ଐତିହାସିକ ଘଟଣା। ବିକାଶର ଭିଜନ୍‌କୁ ବାସ୍ତବତାରେ ପରିଣତ କରିବା ଦିଗରେ ଆମ ଓଡ଼ିଶା ପାଇଁ ଏହା ଏକ ‘ମାଇଲଷ୍ଟୋନ୍‌’ ସାବ୍ୟସ୍ତ ହୋଇଛି। ଏହା ଦ୍ୱାରା ସମୃଦ୍ଧ ଓଡିଶା ଗଠନ ପାଇଁ ଆମର ଲକ୍ଷ୍ୟ ପୂରଣ ଦିଗରେ ଏକ ସୁଦୃଢ଼ ଭିତ୍ତି ପଡ଼ିପାରିଛି। ଶନିବାର ଲୋକସେବା ଭବନରେ ଗଣମାଧ୍ୟମ ଆଗରେ ଏଭଳି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ଆମ ସରକାର ମାତ୍ର ୭ ମାସ ମଧ୍ୟରେ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇ ଆମ ରାଜ୍ୟରେ ବ୍ୟାପକ ପରିବର୍ତ୍ତନ ପାଇଁ କ୍ଷେତ୍ର ପ୍ରସ୍ତୁତ କରୁଛନ୍ତି। ବିକଶିତ ଓଡ଼ିଶା ସ୍ପପ୍ନ ସାକାର ପାଇଁ ଟିମ୍ ଓଡ଼ିଶାର ନେତୃତ୍ୱ ନେଇ ଦିଲ୍ଲୀ ଓ ମୁମ୍ବାଇରେ ରୋଡ୍ ଶୋ’ କରିବା ସହ ସିଙ୍ଗାପୁର ମଧ୍ୟ ଗସ୍ତ କରିଛୁ। ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ୮ ପ୍ରକଳ୍ପ ପାଇଁ ବୁଝାମଣା ସ୍ୱାକ୍ଷର ଏହାର ଅଂଶବିଶେଷ। ସିଙ୍ଗାପୁରରେ ବିଭିନ୍ନ ଅଗ୍ରଣୀ ଶିଳ୍ପ ସଂସ୍ଥା ପରିଦର୍ଶନ କରିବା ସହ ଶିଳ୍ପପତିଙ୍କ ସହ ଆଲୋଚନା ହୋଇଛି। ସିଙ୍ଗାପୁର ସରକାରଙ୍କ ବିଭିନ୍ନ ମନ୍ତ୍ରୀମାନଙ୍କ ସହିତ ମଧ୍ୟ ଆଲୋଚନା କରିବା ସହିତ ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଥିଲି। ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ ଅତ୍ୟନ୍ତ ସମ୍ମାନର ବିଷୟ। ଏହି ଗସ୍ତର ପ୍ରଭାବ ଅତ୍ୟନ୍ତ ସୁଦୁରପ୍ରସାରୀ ହେବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ଆମ ସରକାର, ସିଙ୍ଗାପୁର ସହିତ ୮ଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ୱାକ୍ଷର କରିଛନ୍ତି। ଏହି ୮ଟି ଏମ୍‌ଓୟୁ ଦ୍ୱାରା ଆମେ ଓଡ଼ିଶା ପାଇଁ ୮ଟି ପ୍ରକଳ୍ପ ହେବା ନେଇ ଲକ୍ଷ୍ୟ ରଖିଛୁ। ଏଗୁଡ଼ିକ କାର୍ଯ୍ୟକାରୀ ହେବା ପରେ ସମ୍ପୃକ୍ତ କ୍ଷେତ୍ରଗୁଡ଼ିକରେ ଆମ ରାଜ୍ୟ ଓଡ଼ିଶା ବିଶ୍ୱର ଅଗ୍ରଣୀ ଦେଶଙ୍କ ସହିତ ସମକକ୍ଷ ହୋଇପାରିବ। ଇଡ୍‌କୋ ସହ ସିଙ୍ଗାପୁରର ସେମ୍ବକର୍ପର ଏମ୍‌ଓୟୁ ଜରିଆରେ ଓଡ଼ିଶାରେ ବିଶ୍ୱସ୍ତରୀୟ ମଲ୍ଟି ପ୍ରଡକ୍ଟ ପାର୍କ ପ୍ରତିଷ୍ଠା କରାଯିବା ପାଇଁ ସୁଯୋଗ ସୃଷ୍ଟି ହୋଇଛି। ଏହି ପାର୍କଗୁଡିକରେ ଅତ୍ୟାଧୁନିକ ଟେକ୍ନୋଲୋଜିର ପ୍ରୟୋଗ କରାଯିବା ସହିତ ଏହି ପ୍ରୋଜେକ୍ଟଗୁଡିକ ଯେପରି କାର୍ଯ୍ୟକ୍ଷମ ହେବ, ସେଥିପ୍ରତି ମଧ୍ୟ ସଦାସର୍ବଦା ଦୃଷ୍ଟି ଦିଆଯିବ। ଇପିକଲ୍ ସହିତ ମଧ୍ୟ ସେମ୍ବକର୍ପର ଏକ ଏମଓୟୁ ହୋଇଛି। ଏଥିରେ ପାରାଦୀପରେ ଏକ ଗ୍ରୀନ ସିପିଙ୍ଗ୍ କରିଡର୍ ଓ ଏକ ଗ୍ରୀନ ହାଇଡ୍ରୋଜେନ୍ ପ୍ଲାଣ୍ଟ ସ୍ଥାପନ କରାଯିବ। ଏହା ଦ୍ୱାରା ଭାରତର ଗ୍ରୀନ୍ ଏନ୍‌ର୍ଜି କ୍ଷେତ୍ରରେ ଓଡିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରିପାରିବ। ଇପିକଲ୍ ଓ ସିଙ୍ଗାପୁରର ସୁରବନ୍ ଜୁରଙ୍ଗ୍ ମଧ୍ୟରେ ହୋଇଥିବା ଏମ୍‌ଓୟୁ ଅନୁଯାୟୀ ପାରାଦୀପ ପିସିପିଆଇଆର୍ ଅଞ୍ଚଳର ବିକାଶ ପାଇଁ ଏକ ବିସ୍ତୃତ ମାଷ୍ଟର୍ ପ୍ଲାନ୍ ପ୍ରସ୍ତୁତ କରାଯିବ। ଏଥିରେ ମୁଖ୍ୟତଃ ସବୁଜ ଶକ୍ତି, ମୂଲ୍ୟ ଯୁକ୍ତ ଶିଳ୍ପ ଉତ୍ପାଦନ ଉପରେ ଫୋକସ୍ ରହିବ। ବିଡିଏ ଓ ସୁରବନ୍ ଜୁରଙ୍ଗ୍ ସହିତ ଯେଉଁ ଏମ୍‌ଓୟୁ ହୋଇଛି, ସେଥିରେ ଭୁବନେଶ୍ୱର ନିକଟରେ ଏକ ଅତ୍ୟାଧୁନିକ ସହରର ବିକାଶ ପାଇଁ ଯୋଜନା ପ୍ରସ୍ତୁତ କରାଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅତ୍ୟାଧୁନିକ ସହରାଞ୍ଚଳ ଯୋଜନା ପ୍ରସ୍ତୁତ କରିବାରେ ସୁରବନ୍ ଜୁରଙ୍ଗ୍‌ର ଦକ୍ଷତା ଓ ଅଭିଜ୍ଞତା ଆମକୁ ନିଶ୍ଚୟ ସହାୟକ ହେବ। ଆମ ସରକାରଙ୍କ ଶକ୍ତି ବିଭାଗ, ଭୁବନେଶ୍ୱର ଆଇଆଇଟି ଓ ସିଙ୍ଗାପୁରର ନନ୍ୟାଙ୍ଗ୍ ଟେକ୍ନୋଲୋଜିକାଲ ୟୁନିଭର୍ସିଟି ମଧ୍ୟରେ ଏକ ତ୍ରି-ପାକ୍ଷିକ ଏମଓୟୁ କରାଯାଇଛି। ଏହାଦ୍ୱାରା ଭବିଷ୍ୟତରେ ଆମର ଶକ୍ତି ଆବଶ୍ୟକତା ପୂରଣ କରିବା ପାଇଁ ଗ୍ରୀନ୍ ହାଇଡ୍ରୋଜେନ୍ ଓ ସୋଲାର୍ ଏନର୍ଜି ପରି ବିଭିନ୍ନ ବିକଳ୍ପ ସମାଧାନର ସୂତ୍ର ବାହାର କରାଯିବ। ଓଡ଼ିଶା ଇଲେକ୍ଟ୍ରୋନିକ୍‌ସ ଓ ଆଇଟି ବିଭାଗ ସହିତ ସିଙ୍ଗାପୁରର ଗ୍ଲୋବାଲ୍ ଫାଇନାନ୍‌ସ ଓ ଟେକ୍ନୋଲୋଜି ନେଟ୍‌ୱାର୍କ୍ ଏବଂ ଜିଏଫଟିଏନ୍ ସହିତ ଯେଉଁ ଏମଓୟୁ ହୋଇଛି, ସେଥିରୁ ଆମେ ଫାଇନାନ୍‌ସିଆଲ୍ ଟେକ୍ନୋଲୋଜି ଇକୋସିଷ୍ଟମ୍‌ର ବିକାଶ କରିବା ପାଇଁ ଲକ୍ଷ୍ୟ ରଖିଛୁ। ଏହା ଦ୍ୱାରା ଫିନ୍‌ଟେକ୍ କ୍ଷେତ୍ରରେ ଅଧିକ ନିବେଶ ଆସିବ ଓ ଇନୋଭେସନ୍ ପାଇଁ ମଧ୍ୟ ସୁଯୋଗ ସୃଷ୍ଟିହେବ। ସେହିପରି ଦକ୍ଷତା ବିକାଶ କ୍ଷେତ୍ରରେ ଆମେ ଯଥେଷ୍ଟ ଅଗ୍ରଗତି କରିଛୁ। କିନ୍ତୁ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ଏକ ବିଶ୍ୱସ୍ତରୀୟ ସ୍କିଲ୍ ୱାର୍କଫେଶ୍ ପ୍ରସ୍ତୁତ କରିବା ଆମର ଲକ୍ଷ୍ୟ। ଏଥିପାଇଁ ଦୁଇଟି ଏମ୍‌ଓୟୁ ହୋଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଧୁନିକ ସହରାଞ୍ଚଳ ଯୋଜନା ଠାରୁ ଆରମ୍ଭ କରି ନୂତନ ସହର ପ୍ରତିଷ୍ଠା, ପେଟ୍ରୋଲିୟମ, କେମିକାଲ୍‌ସ, ଗ୍ରୀନ ଏନର୍ଜି ଓ ଦକ୍ଷତା ବିକାଶ ପରି ଆଧୁନିକ କ୍ଷେତ୍ରର ବିକାଶ ପାଇଁ ବର୍ତ୍ତମାନ ଆମର କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ପ୍ରସ୍ତୁତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କର ଓଡ଼ିଶାର ବିକାଶ ଉପରେ ସ୍ୱତନ୍ତ୍ର ଫୋକସ୍ ରହିଛି। ମୋଦୀଜୀଙ୍କ ପୂର୍ବଦୋୟ ଯୋଜନାରେ ଓଡ଼ିଶାର ବିକାଶକୁ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯାଇଛି । ଡବଲ ଇଂଜିନ୍ ସରକାରରେ ମିଳିତ ସହଯୋଗ ଯୋଗୁ ଆମର ବିକାଶମୂଖୀ ପଦକ୍ଷେପ ଉପରେ ଏକ ମଲ୍ଟିପ୍ଲାୟର ଏଫେକ୍ଟସ୍ ପଡ଼ିଛି ବୋଲି ଶ୍ରୀ ମାଝୀ ପ୍ରକାଶ କରିଛନ୍ତି।

Post Views: 53
Share197Tweet123Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In