• About Us
  • Contact Us
Sunday, August 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ରିପୋର୍ଟ ତଲବ, ବିବାଦରେ ରହିଛି ସାର୍ଟ ରଙ୍ଗ

by Voice of Victims
January 20, 2025
in ମୁଖ୍ୟ ଖବର, ରାଜ୍ୟ
ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ରିପୋର୍ଟ ତଲବ, ବିବାଦରେ ରହିଛି ସାର୍ଟ ରଙ୍ଗ

ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ରିପୋର୍ଟ ତଲବ ।  ତଦନ୍ତକାରୀ ଅଧିକାରୀଙ୍କଠାରୁ ରିପୋର୍ଟ ତଲବ କରିଛି କ୍ରାଇମବ୍ରାଞ୍ଚ ।  ଗଣମାଧ୍ୟମରେ ପ୍ରକାଶିତ ଓ ପ୍ରସାରିତ ଖବର ନେଇ ରିପୋର୍ଟ ତଲବ ହୋଇଛି।   ନବ ଦାସ ହତ୍ୟା ମାମଲାରେ ସିଜର ଲିଷ୍ଟ ଗଣମାଧ୍ୟମରେ ପ୍ରକାଶ ପାଇଛି ।  ଏଥିରେ ମୁଖ୍ୟ ସାକ୍ଷୀ ଶୁଭେନ୍ଦୁ ପଟ୍ଟନାୟକଙ୍କ ସାର୍ଟର ରଙ୍ଗ ବଦଳାଇଯାଇଛି। ସେଦିନ ଶୁଭେନ୍ଦୁ ପଟ୍ଟନାୟକ ହଳଦିଆ ରଙ୍ଗର ସାର୍ଟ ପିନ୍ଧିଥିଲେ ।  କିନ୍ତୁ ସେ ଧଳା ସାର୍ଟ ପିନ୍ଧିଥିବା ସିଜର ଲିଷ୍ଟରେ ଉଲ୍ଲେଖ ହୋଇଛି ।  ତେବେ ସାକ୍ଷୀଙ୍କ ବୟାନ ଅନୁସାର, ଯେଉଁଦିନ ନବଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା ।  ସେଦିନ ମୁଁ ଘଟଣାସ୍ଥଳରେ ଉପସ୍ଥିତ ଥିଲି । ମୁଁ ନବ ଦାସଙ୍କୁ ଉଠାଇ ଗାଡିରେ ରଖିଥିଲେ । ହେଲେ ସେଦିନ ମୁଁ ହଳଦିଆ ସାର୍ଟ ପିନ୍ଧିଥିଲି । କିନ୍ତୁ ଚାର୍ଜସିଟ୍‌ରେ ଭୁଲ୍‌ ତଥ୍ୟ ରହିଛି  ଯେ, ମୁଁ ଏକ ଧଳା ରଙ୍ଗର ସାର୍ଟ ପିନ୍ଧିଛି ବୋଲି କୁହାଯାଇଛି । ସୂଚନାଯୋଗ୍ୟ ଯେ, ୨୦୨୩ ମସିହାରେ ଝାରସୁଗୁଡ଼ାରେ ଏକ ରାଲି ଚାଲିଥିବା ସମୟରେ ତତ୍‌କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ହୋଇଥିଲା । ଯେଉଁଥିରେ ସେ ଘଟଣାସ୍ଥଳରେ ହିଁ ଅଚେତ ହୋଇ ପଡିଯାଇଥିଲେ। ଏହାପରେ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ନବ ଦାସଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା । ସେତେବେଳକୁ ନବ ଦାସଙ୍କ ମୃତ୍ୟୁ ହୋଇସାରିଥିଲା । ତେବେ ନବ ଦାସଙ୍କ ଏହି ଗୁଳିମାଡ଼ ଘଟଣାରେ ଏଏସ୍‌ଆଇ ଗୋପାଳ ଦାସଙ୍କୁ ଗିରଫ କରାଯାଇଥିଲା । ହେଲେ ଏବେ ମାମଲାରେ ଆସିଛି ନୂଆ ଟ୍ୱିଷ୍ଟ । ପ୍ରଥମେ ନବ ଦାସଙ୍କ ଝିଅ ଦୀପାଳି ଦାସ ଘଟଣାରେ ସିବିଆଇ ତଦନ୍ତ ପାଇଁ ଦାବି କରିଥିବା ବେଳେ ଏବେ ସାକ୍ଷୀଙ୍କ ବୟାନ ଚର୍ଚ୍ଚାକୁ ଆସିଛି ।

Post Views: 52
Tags: The report of the crime branch is called for in the case of murder of slave
Share198Tweet124Send
Voice of Victims

Voice of Victims

Recent Posts

  • ରଣପୁରରେ ଭବ୍ୟ ଭାବେ ପାଳିତ ୮୦ତମ ପବିତ୍ର ସ୍ୱାଧୀନତା ଦିବସ
  • ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
  • ସିକ୍କିମରେ ବିଶାଳ ଭୂସ୍ଖଳନ, ଖସୁଛି ପାହାଡ଼, ବିପଦରେ ୧୫୦ ଲୋକ
  • ପଶ୍ଚିମବଙ୍ଗର ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ମୃତ୍ୟୁ, ଟିଏମସି କାର୍ଯ୍ୟାଳୟରୁ ମୃତଦେହ ଉଦ୍ଧାର
  • ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ, ୩ ଦିନ ଭିଜିବ ଓଡ଼ିଶା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In