• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଛାତ୍ରଛାତ୍ରୀଙ୍କୁ ପାଠ୍ୟ ଉପକରଣ ବାଣ୍ଟିଲେ ଜିଲ୍ଲାପାଳ

by Voice of Victims
January 20, 2025
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଛାତ୍ରଛାତ୍ରୀଙ୍କୁ ପାଠ୍ୟ ଉପକରଣ ବାଣ୍ଟିଲେ ଜିଲ୍ଲାପାଳ

ରଣପୁର (ଭିଓଭି) : ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଚଳିତ ବର୍ଷ ନବ ବର୍ଷ ଅବସରରେ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ଫୁଲତୋଡ଼ା ଓ ପ୍ରଦାନ କରିବାକୁ ବାରଣ କରିଥିଲେ । ଏହା ବଦଳରେ ଶୁଭେଚ୍ଛା ଜଣାଇବା ସହ ଖାତା, କଲମ, ପେନସିଲ ଭଳି ପାଠ୍ୟ ଉପକରଣ ପ୍ରଦାନ କରିବାକୁ ଅନୁରୋଧ କରିଥିଲେ । ଯାହା ଦ୍ୱାରା ଅନାବଶ୍ୟକ ଭାବେ ଖର୍ଚ୍ଚ ହେଉଥିବା ଅର୍ଥରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଉପକରଣ ମିଳି ପାରିବ ବୋଲି ଜିଲ୍ଲାପାଳ କହିଛନ୍ତି। ଜିଲ୍ଲାପାଳଙ୍କ ବାର୍ତ୍ତା ଅନୁଯାୟୀ ନବ ବର୍ଷ ଶୁଭେଚ୍ଛା ଜଣାଇବା ପାଇଁ ଯାଇଥିବା ସରକାରୀ ଅଧିକାରୀ ତଥା ଲୋକମାନେ ଫୁଲ ତୋଡ଼ା ପରିବର୍ତ୍ତେ ଖାତା, ପେନ, ଜ୍ୟାମିତି ବାକ୍ସ ଭଳି ପାଠ୍ୟ ଉପକରଣ ଉପହାର ଭାବେ ପ୍ରଦାନ କରିଛନ୍ତି। ସେହି ସବୁ ଉପହାରଗୁଡିକୁ ଏକତ୍ରିତ କରି ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଏହାକୁ ବଣ୍ଟନ କରାଯାଉଛି |

ଆଜି ନୟାଗଡ ଜିଲ୍ଲାପାଳ ରଣପୁର ବ୍ଲକର ମଝିଆଖଣ୍ଡ ନୋଡାଲ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ୪୫୬ ଜଣ ଛାତ୍ରଛାତ୍ରୀଙ୍କୁ ସେହି ପାଠ୍ୟ ଉପକରଣଗୁଡିକ ବଣ୍ଟନ କରିଛନ୍ତି | ସେହି ଉପକରଣରେ ଖାତା, ପେନ, ପେନସିଲ, ରବର, କଟର, ରଙ୍ଗ କଲମ, ସ୍କେଚ, ସ୍କେଲ, ଜ୍ୟାମିତି ବାକ୍ସ ଆଦି ରହିଥିଲା | ପିଲାମାନେ ଏହି ଶିକ୍ଷା ଉପକରଣ ପାଇ ବହୁତ ଖୁସି ଅନୁଭବ କରିବା ସହିତ ଜିଲ୍ଲାପାଳଙ୍କ ଏହି କାର୍ଯ୍ୟ ପାଇଁ ପ୍ରଶଂସା କରିଥିଲେ | ଅନ୍ୟମାନଙ୍କୁ ମଧ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକ, ବ୍ଲକ ଶିକ୍ଷା ଅଧିକାରୀ ବନଲତା ବେହେରା, ପ୍ରଧାନ ଶିକ୍ଷକ ବସନ୍ତ କୁମାର ସାହୁ, ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା, ବିଶ୍ୱ ଭୂଷଣ ବେହେରା ଉପସ୍ଥିତ ରହି ପାଠ୍ୟ ଉପକରଣ ବଣ୍ଟନ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, କର୍ମଚାରୀ ଓ ସ୍କାଉଟ ଗାଇଡ଼ର ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ଏଥିରେ ସହଯୋଗ କରିଥିଲେ ।

Post Views: 59
Share199Tweet124Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In